Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର ରଙ୍କନାଥ ଦେବଙ୍କ ନିକଟରେ ପାଳିତ ହେଲା ସ୍ନାନ ପୂର୍ଣ୍ଣିମା
ଆଞ୍ଚଳିକ

ବାଣପୁର ରଙ୍କନାଥ ଦେବଙ୍କ ନିକଟରେ ପାଳିତ ହେଲା ସ୍ନାନ ପୂର୍ଣ୍ଣିମା

June 4, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ବାଣପୁର ରଙ୍କନାଥ ଦେବଙ୍କ ନିକଟରେ ପାଳିତ ହେଲା ସ୍ନାନ ପୂର୍ଣ୍ଣିମା

ସୀତାରାମ ଅଗ୍ରୱାଲ

ବାଣପୁର: ଆଜି ପବିତ୍ର ସ୍ନାନପୁର୍ଣିମା ଉପଲକ୍ଷେ ବାଣପୁରର ଶ୍ରୀ ଶ୍ରୀ ରଙ୍କନାଥ ଦେବଙ୍କ ସ୍ନାନନୀତି ମନ୍ଦିର ପରିସରରେ ପରମ୍ପରା ଅନୁଯାୟୀ ଅନୁଷ୍ଠିତ ହୋଇଯାଇଛି। ପୁରୀ ଶ୍ରୀ ଜଗନ୍ନାଥଙ୍କ ନୀତିକାନ୍ତି ଅନୁସାରେ ପ୍ରଭୁ ସ୍ନାନମଣ୍ଡପରେ ଉଭାହୋଇ 108 ଗରା ସୁବାସିତ ଜଳ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଲାଗି ହୋଇଥିଲା।

ସ୍ନାନମଣ୍ଡପରେ ସକାଳ ଧୂପ ହୋଇ ଭୋଗ ଗ୍ରହଣ କରିଥିଲେ ମହାପ୍ରଭୁ। ଏହି ମାନବୀୟ ଲୀଳାକୁ ଶ୍ରଦ୍ଧାଳୁମାନେ ଦେଖି ବିଭୋର ହୋଇଯାଇଥଲେ। ଏହି ସବୁର କାର୍ଯ୍ୟକ୍ରମ ପାଇଁ ଗତକାଲି ଠାରୁ ସମସ୍ତ ପ୍ରସ୍ତୁତି କାର୍ଯ୍ୟ ଶେଷ ହୋଇଥିଲା। ସନ୍ଧ୍ୟା ସମୟରେ ପ୍ରଭୁଙ୍କୁ ହାତୀବେଶରେ ଭକ୍ତମାନେ ଦର୍ଶନ କରିଥିଲେ.

ସ୍ନାନପୁର୍ଣିମା ରାତିରେ ପ୍ରଭୁ ଅଣସର ପିଣ୍ଡିରେ ବିଜେ ହେବେ l ଆଜିଠାରୁ ରଙ୍କନାଥ ଦେବଙ୍କ ଅଣସର କାଳୀନ ଗୁପ୍ତପୂଜା ହେବ। ପିଣ୍ଡି ସମ୍ମୁଖରେ ପଟିଦିଅଁ ପୂଜା ପାଇବେ l ଠାକୁରଙ୍କ ପାରମ୍ପରିକ ସେବକ ପଟିଦିଅଁଙ୍କୁ ପ୍ରସ୍ତୁତ କରିଛନ୍ତି। ବିଳମ୍ବିତ ରାତିରେ ମନ୍ଦିରକୁ ପଟିଦିଅଁ ବିଜେ ହେବେ। ଗୁପ୍ତପୂଜା ସମୟରେ ଶ୍ରୀ ବିଗ୍ରହଙ୍କ ଦର୍ଶନ ବାରଣ ଥିବାରୁ ଏହି ସମୟରେ ପଟିଦିଅଁଙ୍କୁ ପୂଜା କରାଯାଏ।

ପଟିଦିଅଁ ସ୍ୱରୂପ ଶ୍ରୀ ଜଗନ୍ନାଥଙ୍କ ସ୍ଥାନରେ ଶ୍ରୀ ନାରାୟଣ, ଦେବୀ ସୁଭଦ୍ରାଙ୍କ ସ୍ଥାନରେ ଭୁବନେଶ୍ୱରୀ ଓ ଶ୍ରୀ ବଳଭଦ୍ରଙ୍କ ସ୍ଥାନରେ ଅନନ୍ତ ବାସୁଦେବଙ୍କୁ ପଟିଦିଅଁ ରୂପେ ପୂଜା କରାଯିବାର ପରମ୍ପରା ଥିବା ମନ୍ଦିର ପରିଚାଳନା କମିଟି ସୂତ୍ରରୁ ପ୍ରକାଶ। ଭକ୍ତମାନେ ପଟିଦିଅଁଙ୍କୁ ଦର୍ଶନ କରି ପୂଜା କରିବାର ଵିଧି ଅଛି।

ଦେବସ୍ନାନ ପୂର୍ଣ୍ଣିମା
Share. Facebook Twitter LinkedIn Email WhatsApp Copy Link

Related Posts

ରଣପୁର ବ୍ଲକରେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026

ବାଣପୁର ଓ ବାଲୁଗାଁରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026

ଶ୍ରୀ ମହିଳା ସଂଘ ପକ୍ଷରୁ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026

ବାଲୁଗାଁ ମହାବିଦ୍ୟାଳୟ ପରିସରରେ ସ୍ୱଚ୍ଛତା ଅଭିଯାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ

June 20, 2026
Latest News

ଲକ୍ଷ୍ନୌରେ ଭୟଙ୍କର ଅଗ୍ନିକାଣ୍ଡ: ୧୪ ଲୋକଙ୍କ ମୃତ୍ୟୁ

June 22, 2026

ଗ୍ୟାସ୍ ଲିକ୍ ଘଟଣା, ମୃତ ଓଡିଆ ପରିବାରଙ୍କୁ ୪ ଲକ୍ଷ ଟଙ୍କା ଲେଖାଏଁ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

June 22, 2026

ମହାରାଷ୍ଟ୍ର ବିଧାନ ପରିଷଦରେ ଠାକରେ-ପାୱାରଙ୍କୁ ଝଟକା: ୧୭ଟିରୁ ୧୬ ଟି ଆସନରେ ମହାୟୁତି ବିଜୟୀ

June 22, 2026

ବ୍ରିଟିଶ ପ୍ରଧାନମନ୍ତ୍ରୀ କୀର ଷ୍ଟାରମରଙ୍କ ଇସ୍ତଫା: ଜାଣନ୍ତୁ ଏବେ କିଏ ହେବେ ନୂତନ ପ୍ରଧାନମନ୍ତ୍ରୀ

June 22, 2026

ବର୍ଷା ଦିନିଆ ରୋଗ ସଚେତନା ଓ ମାଗଣା ସ୍ଵାସ୍ଥ୍ୟ ଶିବିର

June 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.