Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର: ଶ୍ରୀ ଶ୍ରୀ ରଙ୍କନାଥ ଦେବଙ୍କ ସୁନାବେଶ, ଦର୍ଶନ କରୁଛନ୍ତି ହଜାର ହଜାର ଶ୍ରଦ୍ଧାଳୁ
ଆଞ୍ଚଳିକ

ବାଣପୁର: ଶ୍ରୀ ଶ୍ରୀ ରଙ୍କନାଥ ଦେବଙ୍କ ସୁନାବେଶ, ଦର୍ଶନ କରୁଛନ୍ତି ହଜାର ହଜାର ଶ୍ରଦ୍ଧାଳୁ

June 29, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଣପୁର: ଆଜି ପବିତ୍ର ଆଷାଢ଼ ଶୁକ୍ଳ ଏକାଦଶୀ ତିଥି। ଏହି ତିଥିରେ ଜଗତର ନାଥ ଜଗନ୍ନାଥ ସୁନାବେଶ ହୁଅନ୍ତି। ପୁରୀରେ ସୁନାବେଶ ଦର୍ଶନ ନିମନ୍ତେ ଲକ୍ଷ ଲକ୍ଷ ଭକ୍ତଙ୍କ ସମାଗମ ହୁଏ। ଓଡ଼ିଶାର କୋଣ ଅନୁକୋଣରେ ଥିବା ଜଗନ୍ନାଥ ମନ୍ଦିରରେ ମଧ୍ୟ ରଥଯାତ୍ରା ଓ ବାହୁଡା଼ ଯାତ୍ରା ଅନୁଷ୍ଠିତ ହୁଏ।

ଅନୁରୂପ ଭାବେ ଖୋର୍ଦ୍ଧା ଜିଲ୍ଲା ବାଣପୁରର ରଙ୍କନାଥ ଦେବଙ୍କ ପୀଠରେ ପୁରୀ ରୀତିନୀତି ଅନୁଯାୟୀ ୧୦ ଦିନ ବ୍ୟାପି ରଥଯାତ୍ରା ନିତି ଅନୁଷ୍ଠିତ ହେଉଛି। ପ୍ରଭୁ ରଙ୍କନାଥ ବାହୁଡା଼ ଦଶମୀରେ ମାଉସୀମା ଘରୁ ଫେରି ମନ୍ଦିର ସିଂହଦ୍ୱାର ନିକଟରେ ରଥାରୁଢ଼ ହୋଇଛନ୍ତି।

ଆଜି ଦକ୍ଷିଣ ମୁଖା ହୋଇ ରହିଥିବା ତିନି ରଥରେ ଠାକୁରଙ୍କ ମଙ୍ଗଳ ଆଳତି, ନୀତିକାନ୍ତି, ଶ୍ରୀଙ୍ଗରେ ଚନ୍ଦନ ସମାପନ ପରେ ପ୍ରଭୁଙ୍କର ସୁନାବେଶ କରାଯାଇଥିଲା। କିରିଟି, କୁଣ୍ଡଳ, ଚିତା ପ୍ରଭୃତି ସୁନା ଅଳଙ୍କାର ଆଭୂଷଣରେ ପ୍ରଭୁ ରଙ୍କନାଥ ଅତି ସୁନ୍ଦର ଦେଖାଯାଉଛନ୍ତି। ସନ୍ଧ୍ୟା ସମୟ ଠାରୁ ଠାକୁରଙ୍କ ସୁନାବେଶ ଦର୍ଶନ ନିମନ୍ତେ ଭକ୍ତ ମାନଙ୍କର ଭିଡ଼ ପରିଲକ୍ଷିତ ହୋଇଥିଲା। ହରିବୋଲ ହୁଳହୁଳିରେ ପରିବେଶ ପ୍ରକମ୍ପିତ ହୋଇପଡ଼ିଛି। ଭକ୍ତମାନେ ଦୀପ ଜାଳି ଭୋଗ ଲଗାଇ ମନୂଆ ଠାକୁରଙ୍କୁ ମନରକଥା କହିଛନ୍ତି।

ଜଗନ୍ନାଥ ବାଣପୁର ରଙ୍କନାଥ ଦେବ ରଥଯାତ୍ରା ସୁନାବେଶ
Share. Facebook Twitter LinkedIn Email WhatsApp Copy Link

Related Posts

ଗୁଣ୍ଡିଚା ମନ୍ଦିରରେ ପହଞ୍ଚି ପାରିଲେନି ତିନିଠାକୁର, ଶୁକ୍ରବାର ସକାଳେ ପୁଣି ହେବ ରଥ ଟଣା

July 16, 2026

ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ରଥଯାତ୍ରା ଦେଖିବାକୁ ଲକ୍ଷାଧିକ ଭକ୍ତ ସମାଗମ

July 16, 2026

ବାଣପୁରରେ ଆରଏସଏସ ଓ ଏବିଭିପି ପକ୍ଷରୁ ରଥଯାତ୍ରା ସେବା କାର୍ଯ୍ୟ

July 16, 2026

ଘିଡିଘିଡି ନାଦରେ ଗଡିଲା ରଥ,ଘଣ୍ଟାଏ ବିଳମ୍ବରେ ଆରମ୍ଭ ହେଲା ରଥଟଣା, ବର୍ଷା ସତ୍ବେ ବଡଦାଣ୍ଡ ଲୋକାରଣ୍ୟ

July 16, 2026
Latest News

ଭାରତର ପ୍ରଥମ ହାଇଡ୍ରୋଜେନ୍ ଟ୍ରେନ୍‌ର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ମୋଦି

July 17, 2026

UNSC ରେ ଭାରତର ଅସ୍ଥାୟୀ ଆସନକୁ ସମର୍ଥନ କରିବ କି ଚୀନ୍?: ବଡ଼ ବିବୃତ୍ତି ଦେଲା ପଡ଼ୋଶୀ ଦେଶ

July 17, 2026

ଅଳଙ୍କାର କିଣିବାର ଭଲ ସୁଯୋଗ!: ଆଜି ପୁଣି ଶସ୍ତା ହେଲା ସୁନା

July 17, 2026

ପଶ୍ଚିମବଙ୍ଗରେ ବଡ଼ ଦୁର୍ଘଟଣା: ଟ୍ରେନ୍ ସହିତ ଧକ୍କା ହେଲା ସ୍କୁଲ ଭ୍ୟାନ, ୨ ପିଲାଙ୍କ ସମେତ ୩ ମୃତ

July 17, 2026

NDAର ଅଂଶ ହେବ ଶରଦ ପାୱାରଙ୍କ ଦଳ?: ଫର୍ମୁଲା ଚୂଡ଼ାନ୍ତ 

July 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.