Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର-ବାଲୁଗାଁରେ ଚଢା ଦରରେ ବିକ୍ରି ହେଉଛି ପରିବା, ଖାଉଟି ହନ୍ତସନ୍ତ, ପ୍ରଶାସନର ନାହିଁ ଲଗାମ
ଆଞ୍ଚଳିକ

ବାଣପୁର-ବାଲୁଗାଁରେ ଚଢା ଦରରେ ବିକ୍ରି ହେଉଛି ପରିବା, ଖାଉଟି ହନ୍ତସନ୍ତ, ପ୍ରଶାସନର ନାହିଁ ଲଗାମ

July 2, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ଚିଲିକା: ଶ୍ରାବଣ ମାସ ଆସିବାକୁ ଆଉ ଦିନ କେଇଟା ବାକି ଅଛି। ହେଲେ ଏହା ପୂର୍ବରୁ ପରିବା ଦର ଆକାଶ ଛୁଆଁ ହୋଇଛି। ଖୋର୍ଦ୍ଧା ଜିଲ୍ଲା ବାଣପୁର ଓ ବାଲୁଗାଁ ବଜାରରେ ପରିବା ଦର ନାହିଁ ନଥିବା ମୂଲ୍ୟରେ ବିକ୍ରି ହେଉଛି। ଖାଉଟିମାନେ କେଉଁ ପରିବା କେତେ ପରିମାଣର ନେବେ ଦ୍ଵନ୍ଦରେ ପଡୁଥିବା ଦେଖାଯାଇଛି।

ଆଗରୁ କେବଳ ଟମାଟ ଦର ୧୨୦ ଟଙ୍କା ଥିବାବେଳେ ଏବେ ପ୍ରାୟ ସବୁ ପନିପରିବା ଦର ଆକାଶଛୁଆଁ। ବଜାରରେ ପୋଟଳ ୧୦୦ ଟଙ୍କା, ବିନସ ୨୦୦ ଟଙ୍କା, କଲରା ୮୦ ଟଙ୍କା, ଜହ୍ନି ୮୦ଟଙ୍କା, ବାଇଗଣ ୬୦ ଟଙ୍କା ଥିବାବେଳେ ମଧ୍ୟବିତ୍ତ ପରିବାର ବଜାରରୁ ପରିବା କିଣିବାକୁ ଇଚ୍ଛା ପ୍ରକାଶ କରୁନାହାନ୍ତି।

ପରିବା ବ୍ୟବସାୟୀଙ୍କ କହିବା ମୁତାବକ ସ୍ଥାନୀୟ ଫସଲ ନ ଥିବା କାରଣରୁ, ମାତ୍ର ଶତକଡା ୨୫ ଭାଗ ପନିପରିବା ସ୍ଥାନୀୟ ଫସଲରୁ ଆସୁଛି। ତେଣୁ ଲୋକଙ୍କ ଚାହିଦା ଅନୁଯାୟୀ ପନିପରିବା ନିମନ୍ତେ ବାହାର ରାଜ୍ୟ ଉପରେ ନିର୍ଭର କରିବାକୁ ପଡୁଛି। ପ୍ରଚଣ୍ଡ ଗ୍ରୀଷ୍ମ ପାଇଁ ଚଳିତ ବର୍ଷ ଚାଷୀମାନେ ପରିବା ଫସଲ କରିପାରି ନାହାନ୍ତି। ତେଣୁ ଆଗାମୀ ଦିନରେ ବର୍ଷାହେଲେ ପରିବା ଦର କମିବାର ଆଶା ରଖିଛନ୍ତି ବ୍ୟବସାୟୀ।

ସେପଟେ ପନିପରିବା ଦର ଉପରେ ପ୍ରଶାସନ କୌଣସି ଅଙ୍କୁଶ ଲଗାଇବାର ନିୟମ ନ ଥିବାରୁ ଲାଭଖୋର ବ୍ୟବସାୟୀ ମାନେ ଏହାର ଫାଇଦା ନେଉଛନ୍ତି ବୋଲି ଗ୍ରାହକ ଅଭିଯୋଗ କରିଛନ୍ତି।

ଚିଲିକା ଦର ଆକାଶ ଛୁଆଁ ବାଣପୁର ବାଲୁଗାଁ ଶ୍ରାବଣ ମାସ
Share. Facebook Twitter LinkedIn Email WhatsApp Copy Link

Related Posts

ଚିଲିକାରାଣୀ ଇଂରାଜୀ ମାଧ୍ୟମିକ ବିଦ୍ୟାଳୟର ୪୪ ତମ ବାର୍ଷିକ ଉତ୍ସବ

March 30, 2026

ଶ୍ରୀ ସତ୍ୟସାଇ ବିଦ୍ୟାମନ୍ଦିରର ରଜତ ଜୟନ୍ତୀ ଉତ୍ସବ

March 30, 2026

ବାଣପୁର: ବରିଷ୍ଠ ନାଗରିକ ସଂଘର ବିଭିନ୍ନ ଦାବି ପୂରଣ କରିବା ଲାଗି ପ୍ରତିଶ୍ରୁତି ଦେଲେ ଆଇନ ମନ୍ତ୍ରୀ

March 25, 2026

ପଖାଳ ଦିବସରେ ବାଣପୁରରେ ପ୍ରଚଳିତ ମା’ଭଗବତୀଙ୍କ ଅତିପ୍ରିୟ ପଖାଳ ଭୋଗ ଲୋକକଥା

March 20, 2026
Latest News

ଅତ୍ୟାବଶ୍ୟକ ସାମଗ୍ରୀର ଯୋଗାଣ ଉପରେ ଜିଲ୍ଲାପାଳମାନଙ୍କ ସହିତ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା

March 30, 2026

ଜିଓ ପକ୍ଷରୁ ସାରା ଓଡ଼ିଶାରେ ସଚେତନତା ଅଭିଯାନ ସହିତ ଜାତୀୟ ସୁରକ୍ଷା ମାସ ପାଳନ

March 30, 2026

ଏମଏଲସି ପଦରୁ ନୀତିଶ କୁମାରଙ୍କ ଇସ୍ତଫା ପରେ କିଏ ହେବ ବିହାରର ମୁଖ୍ୟମନ୍ତ୍ରୀ?: ଚର୍ଚ୍ଚାରେ ଏହି ସବୁ ନାମ

March 30, 2026

ସ୍ୱାସ୍ଥ୍ୟସେବାରେ କୃତ୍ରିମ ବୁଦ୍ଧିମତ୍ତାର ଉପଯୋଗ ସମ୍ପର୍କିତ ଆଞ୍ଚଳିକ କର୍ମଶାଳା ଆୟୋଜିତ

March 30, 2026

ବ୍ଲକ ପ୍ରଶାସନ ତରଫରୁ ମଧୁବାବୁ ପେନସନ, ଦିବ୍ୟାଙ୍ଗ ପ୍ରମାଣ ପତ୍ର ଓ ସହାୟକ ଉପକରଣ ବଣ୍ଟନ

March 30, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.