Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଲୁଗାଁ ମହାବିଦ୍ୟାଳୟରେ ବନ ମହୋତ୍ସବ
ଆଞ୍ଚଳିକ

ବାଲୁଗାଁ ମହାବିଦ୍ୟାଳୟରେ ବନ ମହୋତ୍ସବ

July 3, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଲୁଗାଁ: ଓଡିଶା ଜଙ୍ଗଲ ଓ଼ ପରିବେଶ ବିଭାଗର ନିର୍ଦ୍ଦେଶ ଓ ଚିଲିକା ବନ୍ୟ ପ୍ରାଣୀ ବନଖଣ୍ଡର ସଂଯୋଜନାରେ ଆଜି ବାଲୁଗାଁ ମହାବିଦ୍ୟାଳୟ ପରିସରରେ ଏସିଏଫ ପ୍ରମୋଦ କୁମାର ସେଠୀଙ୍କ ତତ୍ୱାବଧାନରେ ବନମହୋତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ବନ ମହୋତ୍ସବ କାର୍ଯ୍ୟକ୍ରମ ଏନ ସି ସି ଓ ଏନ ଏସ ଏସ ୟୁନିଟର ମିଳିତ ସହଯୋଗରେ ଆୟୋଜିତ ଉକ୍ତ କାର୍ଯ୍ୟକ୍ରମରେ ବାଲୁଗାଁ ମହାବିଦ୍ୟାଳୟର ଅଧ୍ୟକ୍ଷା ଡକ୍ଟର କଳ୍ପନା ଦାଶ ଯୋଗ ଦେଇ ପ୍ରଥମେ ବୃକ୍ଷ ରୋପଣ କରି ବନ ମହୋତ୍ସବ କାର୍ଯ୍ୟକ୍ରମ ଉଦଘାଟନ କରିଥିଲେ।

ଏହାପରେ ଯୁକ୍ତ ଦୁଇ ଅଧ୍ୟକ୍ଷା ଡକ୍ଟର ଜୟନ୍ତୀ ସାମଲ, ଜାତୀୟ ସେବା ଯୋଜନା ଅଧିକାରୀ ଡକ୍ଟର ଲକ୍ଷ୍ମୀଧର ସୁବୁଦ୍ଧି, ଅଧ୍ୟାପିକା ରୀନା ରାଉତ, ଜାତୀୟ ସମର ଶିକ୍ଷାର୍ଥୀ ବାହିନୀ ଅଧିକାରୀ ଲେଫ୍ଟନାଣ୍ଟ ଡକ୍ଟର ଅକ୍ଷୟ କୁମାର ମିଶ୍ର, ଅଧ୍ୟାପକ ପ୍ରବୀଣ କୁମାର ଜେନା, ଡକ୍ଟର କୈଳାସ ଚନ୍ଦ୍ର ମହାରଣାଙ୍କ ସମେତ ସମସ୍ତ କ୍ୟାଡେଟ, ସ୍ଵେଚ୍ଛାସେବୀ ଓ ଛାତ୍ରଛାତ୍ରୀ ଚାରା ରୋପଣ କରି ସବୁଜ ପୃଥିବୀ ଗଠନ ର ସଂକଳ୍ପ ନେଇଥିଲେ।

ଏହି କାର୍ଯ୍ୟକ୍ରମକୁ ବନପାଳ ବନରାମ ନନ୍ଦ, ଫରେଷ୍ଟର ଜିତେନ୍ଦ୍ର କୁମାର ସାହୁ, ବନରକ୍ଷୀ ସ୍ବର୍ଣ୍ଣପ୍ରଭା ମହାପାତ୍ର ଓ ସ୍ଵାଗତିକା ବିଶ୍ୱାଳ ପ୍ରମୁଖ ପରିଚାଳନା କରିଥିଲେl।

ଜଙ୍ଗଲ ଓ ପରିବେଶ ବିଭାଗ ବନ ମହୋତ୍ସବ ବାଲୁଗାଁ ମହାବିଦ୍ୟାଳୟ
Share. Facebook Twitter LinkedIn Email WhatsApp Copy Link

Related Posts

ମାରୁତି ୱାକର୍ସ କ୍ଲବର ନୂତନ କର୍ମକର୍ତ୍ତା

September 7, 2026

ବଜ୍ରକୋଟ ପ୍ରାଥମିକ ବିଦ୍ୟାଳୟରେ ଭାବପୂର୍ଣ୍ଣ ଗୁରୁ ପୂଜନ ଉତ୍ସବ

September 6, 2026

ରେଢ଼ାଖୋଲରେ ଆରଏସଏସ ଯୁବ ସମ୍ମିଳନୀ

September 6, 2026

ସମ୍ବଲପୁର ସେନ୍ ପାର୍କ ନିକଟରେ ମହିଳାଙ୍କୁ ବିଭତ୍ସ ହତ୍ୟା

September 6, 2026
Latest News

ପଞ୍ଜାବ ସରକାରଙ୍କ ବିରୋଧ ସତ୍ତ୍ୱେ ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଶପଥ ନେଲେ ଅଶ୍ୱନୀ ମିଶ୍ର

September 7, 2026

ଦଶମ ଦିନରେ ମନୋଜ ଜରାଙ୍ଗେଙ୍କ ଆନ୍ଦୋଳନ: ସରକାରକୁ ଦେଲେ ବଡ଼ ଚେତାବନୀ

September 7, 2026

ରନୱେରୁ ଖସି ଆମାଜନ୍ କାର୍ଗୋ ବିମାନ ଦୁର୍ଘଟଣାଗ୍ରସ୍ତ: ୫ ମୃତ, ୫ ଆହତ

September 7, 2026

ଟିଏମସି ସାଂସଦ ନଦୀମୁଲ ହକ୍ ଉପରେ ଇଡି ର କାର୍ଯ୍ୟାନୁଷ୍ଠାନ: ୭ଟି ସ୍ଥାନରେ ଚଢ଼ାଉ

September 7, 2026

ମାରୁତି ୱାକର୍ସ କ୍ଲବର ନୂତନ କର୍ମକର୍ତ୍ତା

September 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.