ବିଷ ପିଇ ଯୁବକଙ୍କ ଆତ୍ମହତ୍ୟା

Published: Jul 6, 2023, 11:32 am IST

କୈଳାଶ ଚନ୍ଦ୍ର ଚୌଧୁରୀ

ବ୍ରହ୍ମପୁର: ବୁଗୁଡ଼ା ଥାନା ବାଲିପଦର ଫାଣ୍ଡି ଅନ୍ତର୍ଗତ ଡେହୁକା ଗ୍ରାମର ମଳୟ ରାଉତ ନାମକ ଜଣେ ଯୁବକ ବିଷ ପିଇ ଆତ୍ମହତ୍ୟା କରିଥିବା ଜଣାପଡିଛି।

ମୃତ ମଳୟ କୌଣସି କଥାକୁ ନେଇ ବିଷ ପିଇ ମୁର୍ମୁଷୁ ଅବସ୍ଥାରେ ପଡ଼ିଥିବା ବେଳେ ଘର ଲୋକ ତାଙ୍କୁ ଉଦ୍ଧାର କରି ଚିକିତ୍ସା ନିମନ୍ତେ ବାଲିପଦର ଡାକ୍ତରଖାନାକୁ ନେଇଥିଲେ। କିନ୍ତୁ ଅବସ୍ଥା ଗୁରୁତର ହେବାରୁ ତାକୁ ବ୍ରହ୍ମପୁର ବଡଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା। କିନ୍ତୁ ଆସ୍କା ନିକଟରେ ତାଙ୍କର ଅବସ୍ଥା ସାଂଘାତିକ ହେବାରୁ ତାକୁ ଆସ୍କା ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ସେଠାରେ ଅବସ୍ଥା ପରୀକ୍ଷା କରି ଦାୟିତ୍ଵରେ ଥିବା ଡ଼ାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

ଖବର ପାଇ ବାଲିପଦର ଫାଣ୍ଡି ପୋଲିସ ଘଟଣାସ୍ଥଳରେ ପହଞ୍ଚି ଏକ ଅପମୃତ୍ୟୁ ମାମଲା ରୁଜୁ କରି ଶବ ଉଦ୍ଧାର କରି ବ୍ୟବଚ୍ଛେଦ କରିବା ସହ ଶବକୁ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି।

Related posts