Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»କେରଣ୍ଡାଟାଙ୍ଗି ବିଦ୍ୟାଳୟର ପୂର୍ବତନ ପ୍ରଧାନ ଶିକ୍ଷକଙ୍କ ଅବସର କାଳୀନ ସମ୍ବର୍ଦ୍ଧନା ସଭା
ଆଞ୍ଚଳିକ

କେରଣ୍ଡାଟାଙ୍ଗି ବିଦ୍ୟାଳୟର ପୂର୍ବତନ ପ୍ରଧାନ ଶିକ୍ଷକଙ୍କ ଅବସର କାଳୀନ ସମ୍ବର୍ଦ୍ଧନା ସଭା

July 9, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ରଣପୁର: ନୟାଗଡ଼ ଜିଲ୍ଲାର ରଣପୁର ବ୍ଳକ ଅନ୍ତର୍ଗତ ବାଳକୃଷ୍ଣ ନୋଡାଲ ବିଦ୍ୟାପୀଠ, କେରଣ୍ଡାଟାଙ୍ଗି ବିଦ୍ୟାଳୟର ପୂର୍ବତନ ପ୍ରଧାନ ଶିକ୍ଷକ ବିଜୟ କୁମାର ରାଉତରାଙ୍କ ନିମନ୍ତେ ଏକ ଅବସର କାଳୀନ ସମ୍ବର୍ଦ୍ଧନା ସଭା ଶୁକ୍ରବାର ଦିନ ଅନୁଷ୍ଠିତ ହୋଇଯାଇଛି। ସେ ବିଜ୍ଞାନ ଶିକ୍ଷକ ଭାବେ ଏହି ବିଦ୍ୟାଳୟରେ ନିଯୁକ୍ତି ପାଇଥିଲେ ଓ ପରବର୍ତ୍ତୀ ସମୟରେ ପ୍ରଧାନ ଶିକ୍ଷକ ଭାବରେ କାର୍ଯ୍ୟ ସମାପନ କରି ତଥା ଦୀର୍ଘ ୩୭ ବର୍ଷର ସମୟ ଅବଧିରେ ନିଜକୁ ଶିକ୍ଷାର୍ଥୀଙ୍କ ଭବିଷ୍ୟତ ପାଇଁ ନିଜକୁ ସମର୍ପିତ କରି ପରିଶେଷରେ ଅବସର ନେଲେ।

ଏହି ସଭାରେ ମୁଖ୍ୟ ଅତିଥି ଭବେ ବ୍ଲକ ଶିକ୍ଷା ଅଧିକାରୀ ବନଲତା ବେହେରା, ସମ୍ମାନିତ ଅତିଥି ଭାବେ ରମେଶ ବଳବନ୍ତରାୟ, ଜ୍ଯୋତିରଞ୍ଜନ ଦାସ, ବାଉରିବନ୍ଧୁ ସାହୁ, ପ୍ରଦୀପ ସାହୁ, ପଦ୍ମଚରଣ ବିଶ୍ଵାଳ, ନଟବର ବେହେରା, ପ୍ରଭାକର ସାମନ୍ତରା, ହରପ୍ରିୟା ଗୋମାନସିଂ ଏବଂ ଅରୁଣ କୁମାର ସାହୁ ଯୋଗଦାନ କରିଥିଲେ।

ଏହି ସଭାର ସଭାପତି ଭାବେ ଭାରପ୍ରାପ୍ତ ପ୍ରଧାନ ଶିକ୍ଷୟତ୍ରୀ ଦୀପ୍ତିମୟୀ ଭୋଳ ଓ ମଞ୍ଚ ପରିଚାଳନା କରିଥିଲେ କୈଳାଶଚନ୍ଦ୍ର ମାଝି। ସେହି ଅଞ୍ଚଳର ଅନ୍ୟାନ୍ୟ ବିଦ୍ୟାଳୟର ପୁର୍ବତନ ଓ କାର୍ଯ୍ୟରତ ପ୍ରଧାନ ଶିକ୍ଷକ, ଶିକ୍ଷକ/ଶିକ୍ଷୟିତ୍ରୀ, ଶିକ୍ଷାପ୍ରେମୀ ତଥା ବିଦ୍ୟାଳୟ ପରିଚାଳନା କମିଟିର ସଦସ୍ୟ ସଦସ୍ୟା ଓ ଛାତ୍ରଛାତ୍ରୀମାନେ ଆସି ସଭାରେ ଶିକ୍ଷକଙ୍କ ଗୁଣଗାନ କରିଥିଲେ।

ରଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ରଥଯାତ୍ରା ଦେଖିବାକୁ ଲକ୍ଷାଧିକ ଭକ୍ତ ସମାଗମ

July 16, 2026

ବାଣପୁରରେ ଆରଏସଏସ ଓ ଏବିଭିପି ପକ୍ଷରୁ ରଥଯାତ୍ରା ସେବା କାର୍ଯ୍ୟ

July 16, 2026

ଟାଙ୍ଗୀ ବ୍ଲକ ପରିସରରେ ମିଳିତ ଜନଶୁଣାଣି ଶିବିର

July 13, 2026

ଦିବଙ୍ଗତ କବି ସଂଗ୍ରାମ କେଶରୀ ସାହୁଙ୍କ ଦ୍ଵାଦଶାହ ଶ୍ରଦ୍ଧାଞ୍ଜଳି ସଭା

July 11, 2026
Latest News

ଗୁଣ୍ଡିଚା ମନ୍ଦିରରେ ପହଞ୍ଚି ପାରିଲେନି ତିନିଠାକୁର, ଶୁକ୍ରବାର ସକାଳେ ପୁଣି ହେବ ରଥ ଟଣା

July 16, 2026

ଆରଜେଡିରୁ ଇସ୍ତଫା ଦେଲେ ମୃତ୍ୟୁଞ୍ଜୟ ତିୱାରୀ

July 16, 2026

ଗ୍ରାମରେ ମଦ ଭାଟିକୁ ନେଇ ଗର୍ଜିଲେ ମହିଳା: ଭାଙ୍ଗିଲେ ମଦ ଭାଟି

July 16, 2026

ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ରଥଯାତ୍ରା ଦେଖିବାକୁ ଲକ୍ଷାଧିକ ଭକ୍ତ ସମାଗମ

July 16, 2026

ବାଣପୁରରେ ଆରଏସଏସ ଓ ଏବିଭିପି ପକ୍ଷରୁ ରଥଯାତ୍ରା ସେବା କାର୍ଯ୍ୟ

July 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.