Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ରଣପୁର: ବିଦ୍ୟାଳୟରେ ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ
ଆଞ୍ଚଳିକ

ରଣପୁର: ବିଦ୍ୟାଳୟରେ ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ

July 14, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ରଣପୁର: ଆଜି ବଜ୍ରକୋଟ ପ୍ରାଥମିକ ବିଦ୍ୟାଳୟରେ ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ ହୋଇ ଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବଜ୍ରକୋଟ ସରପଞ୍ଚ ବନିତା ବଳିଆରସିଂ, ମୁଖ୍ୟ ବକ୍ତା ଭାବେ ଶିକ୍ଷାବିତ ଲକ୍ଷ୍ମୀଧର ସାହୁ, ସମ୍ମାନିତ ଅତିଥି ଭାବେ ଅତିରିକ୍ତ ବ୍ଲକ ଶିକ୍ଷା ଅଧିକାରୀ ବସନ୍ତ କୁମାର ରାଉତ, ସି.ଆର.ସି.ସି. ସୁଧାକର ମିଶ୍ର, ପୂର୍ବତନ ସି.ଆର.ସି.ସିତଥା ଗୌରାଙ୍ଗପୁର ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସନ୍ତୋଷ କୁମାର ମିଶ୍ର, ବିଦ୍ୟାଳୟ ପରିଚାଳନା କମିଟି ସଭାପତି ଅବକାଶ ସ୍ୱାଇଁ, ମୋ ସ୍କୁଲ ସଭାପତି ଗଣେଶ୍ୱର ପ୍ରଧାନ, ୱାର୍ଡମେମ୍ବର ସରୋଜିନୀ ପ୍ରଧାନ, ଆଶାକର୍ମୀ ଚନ୍ଦ୍ରକାନ୍ତି ସ୍ୱାଇଁ ପ୍ରମୁଖ ଯୋଗ ଦେଇଥିଲେ। ଏହି ସଭାକାର୍ଯ୍ୟକୁ ବରିଷ୍ଠ ଶିକ୍ଷକ ସନ୍ତୋଷ କୁମାର ମିଶ୍ର ପରିଚାଳନା କରିଥିଲେ।

ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସୁଶୀଲ କୁମାର ରଣା ଅତିଥି ପରିଚୟ ପ୍ରଦାନ କରିଥିଲେ।  ଏଥିରେ ୫୭ ଜଣ ଛାତ୍ରଛାତ୍ରୀଙ୍କୁ ପୋଷାକ ବିତରଣ କରାଯାଇଛି। ପ୍ରତ୍ୟେକ ଛାତ୍ରଛାତ୍ରୀଙ୍କୁ ଦୁଇ ହଳ ପୋଷାକ, ଏକ ହଳ ଜୋତା, ଦୁଇ ହଳ ମୋଜା, ଗୋଟିଏ ଟ୍ରାକ ପ୍ୟାଣ୍ଟ, ଗୋଟିଏ ଟି-ସାର୍ଟ, ଗୋଟିଏ ଟୋପି ପ୍ରଦାନ କରାଯାଇଛି। ଅନ୍ୟମାନଙ୍କ ମଧ୍ୟରେ ଚନ୍ଦ୍ରକାନ୍ତ ମଙ୍ଗରାଜ, କାଶୀନାଥ ଜୟସିଂହ, ବିନାୟକ ପ୍ରଧାନ, ରବୀନ୍ଦ୍ର ସଂଗ୍ରାମସିଂହ, ପ୍ରଦୀପ ମାନସିଂହ, ଅଙ୍ଗନବାଡି କର୍ମୀ ପୁଷ୍ପଲତା ଦେଇ, କାନନବାଳା ସାହୁଙ୍କ ସହ ସମସ୍ତ ପରିଚାଳନା କମିଟି ସଭ୍ୟସଭ୍ୟା ଓ ଗ୍ରାମବାସୀ ଉପସ୍ଥିତ ରହି ସହଯୋଗ କରିଥିଲେ। ଶିକ୍ଷୟତ୍ରୀ ପଦ୍ମାବତୀ ବେହେରା ଧନ୍ୟବାଦ ପ୍ରଦାନ କରିଥିଲେ।

ପୋଷାକ ବିତରଣ ଉତ୍ସବ ପ୍ରାଥମିକ ବିଦ୍ୟାଳୟ ବଜ୍ରକୋଟ ରଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

ନାକଟିଦେଉଳ ବ୍ଲକରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ

February 2, 2026

ପରିତ୍ୟକ୍ତ ନାଳରୁ ଯୁବକଙ୍କ ମୃତ ଦେହ ଉଦ୍ଧାର: ପୋଲିସ ଓ ସାଇଣ୍ଟିଫିକ ଟିମର ତଦନ୍ତ ଆରମ୍ଭ

February 1, 2026

ବାଲୁଗାଁ ମହାବିଦ୍ୟାଳୟ ଓଡ଼ିଆ ସାହିତ୍ୟ ପରିଷଦର ବାର୍ଷିକ ସାରସ୍ୱତ ସମାରୋହ ଓ କବିତା ପାଠୋତ୍ସବ

January 31, 2026

ଦୁର୍ଗା ଚରଣ ଚିଲିକା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ସଡ଼କ ସୁରକ୍ଷା ସଚେତନତା ଶୋଭାଯାତ୍ରା

January 31, 2026
Latest News

ଆମେରିକୀୟ କୃଷକଙ୍କୁ ସମୃଦ୍ଧ କରିବ ବାଣିଜ୍ୟ ଚୁକ୍ତି: ଆମେରିକା ସଚିବଙ୍କ ଦାବିର ଜବାବ ଦେଲା ଭାରତ

February 3, 2026

ବର୍ତ୍ତମାନ କେଉଁ ଦେଶ ଉପରେ ରହିଛି ସର୍ବାଧିକ ଆମେରିକା ଶୁଳ୍କ: କେଉଁଠି ଭାରତର ସ୍ଥାନ?

February 3, 2026

ଆଡମିଟ୍ କାର୍ଡ ଜାରି କଲା CBSE: ଦଶମ ଏବଂ ଦ୍ୱାଦଶ ଛାତ୍ରଛାତ୍ରୀମାନେ ତୁରନ୍ତ କରନ୍ତୁ ଡାଉନଲୋଡ୍

February 3, 2026

ଅଗ୍ନିବୀରମାନଙ୍କ ପାଇଁ ବଡ଼ ଘୋଷଣା କରିବେ ସରକାର?: ପ୍ରସ୍ତୁତି ଆରମ୍ଭ କଲା ଗୃହ ମନ୍ତ୍ରାଳୟ

February 3, 2026

୫୦୦% ଶୁଳ୍କ ଧମକ ଦେଇଥିବା ଆମେରିକା ନେତା, ଏବେ ଭାରତ ଉପରେ କହିଲେ…

February 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.