Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଓଡ଼ିଶା ଯୁବ ବୈଜ୍ଞାନିକ ପୁରସ୍କାରରେ ସମ୍ମାନିତ ହେଲେ ବାଣପୁରର ଯୁବ ବୈଜ୍ଞାନିକ ଶଶାଙ୍କ
ଆଞ୍ଚଳିକ

ଓଡ଼ିଶା ଯୁବ ବୈଜ୍ଞାନିକ ପୁରସ୍କାରରେ ସମ୍ମାନିତ ହେଲେ ବାଣପୁରର ଯୁବ ବୈଜ୍ଞାନିକ ଶଶାଙ୍କ

July 16, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଣପୁର: ଓଡ଼ିଶା ବିଜ୍ଞାନ ଏକଡେମୀ ପକ୍ଷରୁ ‘ବୈଜ୍ଞାନିକ ସମ୍ବଦ୍ଧନା ଓ ପୁରସ୍କାର ପ୍ରଦାନ ଉତ୍ସବ-୨୦୨୦’ ଭୁବନେଶ୍ୱର ସ୍ଥିତ ଜୟଦେବ ଭବନଠାରେ ଅନୁଷ୍ଠିତ ହୋଇଯାଇଛି। ଏକାଡେମୀର ସଭାପତି ପ୍ରଫେସର ବିଭୂତି ଭୂଷଣ ମିଶ୍ରଙ୍କ ସଭାପତିତ୍ବରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ମୁଖ୍ୟ ଅତିଥି ଭାବେ ଯୋଗଦେଇ ବୈଜ୍ଞାନିକମାନଙ୍କୁ ସମ୍ବର୍ଦ୍ଧିତ ଓ ପୁରସ୍କୃତ କରିଥିଲେ।

ବିଜ୍ଞାନ ଓ କାରିଗରୀ ବିଭାଗ ଉଦ୍ଭାବନ, ଷ୍ଟାର୍ଟ ଅପ୍ ଓ ଇକୋ-ସିଷ୍ଟମ୍‌ ବିକାଶ କ୍ଷେତ୍ରରେ ସଫଳ ପଦକ୍ଷେପ ନେଇଛି ବୋଲି ଶ୍ରୀ ପଣ୍ଡା କହିଥିଲେ। ବିଜ୍ଞାନ ଓ ବୈଷୟିକ ବିଭାଗର ପ୍ରମୁଖ ଶାସନ ସଚିବ ଚିତ୍ରା ଅରୁମୁଗମ୍ ସମ୍ମାନିତ ଅତିଥୁ ରୂପେ ଯୋଗଦେଇଏକଡେମୀ କାର୍ଯ୍ୟକ୍ରମକୁ ପ୍ରଶଂସା କରିବା ସହିତ ଅନୁଷ୍ଠାନ ପକ୍ଷରୁ ପ୍ରକାଶିତ ପତ୍ରର ଅଡିଓ ସଂସ୍କରଣ ଜାରି କରିବା ପାଇଁ ପ୍ରସ୍ତାବ ଦେଇଥିଲେ।

ଏହି ଅବସରରେ ଓଡ଼ିଶାରେ କାର୍ଯ୍ୟରତ ଯୁବ- ବୈଜ୍ଞାନିକ ଡ. ଶଶାଙ୍କ ଶେଖର ସ୍ଵାଇଁଙ୍କୁ ଜୀବ ଓ ବିଜ୍ଞାନ କ୍ଷେତ୍ରରେ ଉଲ୍ଲେଖନୀୟ ଗବେଷଣା ପାଇଁ “ଓଡ଼ିଶା ଯୁବ ବୈଜ୍ଞାନିକ” ପୁରସ୍କାର ସହ ୨୫ ହଜାର ଅର୍ଥରାଶି ପ୍ରଦାନ କରାଯାଇଥିଲା।

ସୂଚନା ଥାଉକି ଡକ୍ଟର ଶଶାଙ୍କ ଶେଖର ସ୍ୱାଇଁ ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ଅନ୍ତର୍ଗତ ‘ଏକଡାଳିଆ’ ଗ୍ରାମର ବ୍ରଜକିଶୋର ସ୍ୱାଇଁଙ୍କ ପୁତ୍ର। ସେ ୧୯୯୦ ମସିହାରେ ଜନ୍ମଗ୍ରହଣ କରିଥିଲେ। ସେ ଉତ୍କଳ ବିଶ୍ୱବିଦ୍ୟାଳୟ ଅଧିନ ବକ୍ସି ଜଗବନ୍ଧୁ ବିଦ୍ୟାଧର ସ୍ୱୟଂଶାସିତ କଲେଜରୁ ‘ଜୈବପ୍ରଯୁକ୍ତିତଥ୍ୟବିଦ୍ୟା’ ରେ ସ୍ନାତକ ୨୦୧୦ ଏବଂ ସ୍ନାତକୋତ୍ତର ୨୦୧୨ ରେ ସମାପ୍ତ କରିଛନ୍ତି। ସେ ଶିକ୍ଷା ‘ଓ’ ଅନୁସନ୍ଧାନ ବିଶ୍ୱବିଦ୍ୟାଳୟରୁ ‘ଜୈବପ୍ରଯୁକ୍ତିବିଦ୍ୟା’ ରେ ପି.ଏଚଡି. (ଡ଼କ୍ଟରେଟ) ୨୦୧୯ ମସିହାରେ ରେ ହାସଲ କରିଛନ୍ତି। ବର୍ତ୍ତମାନ, ସେ ଆଧୁନିକ ବିଜ୍ଞାନ ପାଇଁ ନାନୋମେଡିସିନ୍ ପ୍ରୟୋଗ କ୍ଷେତ୍ରରେ ଭୁବନେଶ୍ୱର ସ୍ଥିତ ‘ଡିବିଟି-ଜୀବ ବିଜ୍ଞାନ ସଂସ୍ଥାନ’ ର ନାନୋମେଡିସିନ୍ ଲାବୋରେଟୋରୀରେ ‘ପୋଷ୍ଟଡକ୍ଟରାଲ୍ ଫେଲୋ’ ଭାବରେ କାର୍ଯ୍ୟ କରିଆସୁଅଛନ୍ତି।

ସେ ଗବେଷଣା କ୍ଷେତ୍ରରେ ଏକାଧିକ ଜାତୀୟ ଓ ଅନ୍ତର୍ଜାତୀୟ ପୁରସ୍କାର ପାଇଥିବା ବେଳେ ସେ ଅନେକ ଖ୍ୟାତିସମ୍ପର୍ଣ ଆନ୍ତର୍ଜାତୀୟ ଅନୁସନ୍ଧାନ ଅନୁଷ୍ଠାନ ରେ ଜଣେ ସକ୍ରିୟ ଏବଂ ଖ୍ୟାତିସମ୍ପନ୍ନ ପତ୍ରିକାର ସମ୍ପାଦକୀୟ ବୋର୍ଡ ସଦସ୍ୟ ସହିତ ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା କୁ ବ୍ୟବହାର କରି ପ୍ରାକୃତିକ ଉତ୍ପାଦ ଭିତ୍ତିକ ଔଷଧ ମାଧ୍ୟମରେ ଏକ ସୁସ୍ଥ, ସଂକ୍ରମଣ ବିହୀନ ରାଷ୍ଟ୍ର ଗଠନ ଦିଗ ରେ କାର୍ଯ୍ୟରତ ଅଛନ୍ତି।

ଓଡିଶା ବାଣପୁର ଯୁବ ବୈଜ୍ଞାନିକ ଶିକ୍ଷା ଓ ଅନୁସନ୍ଧାନ ବିଶ୍ୱବିଦ୍ୟାଳୟ
Share. Facebook Twitter LinkedIn Email WhatsApp Copy Link

Related Posts

ଗୋଦାବରୀଶ ମହାବିଦ୍ୟାଳୟରେ ବିଜ୍ଞାନ ଦିବସ ଉପଲକ୍ଷେ ସଭା

February 28, 2026

ଛତ୍ରପୁର ଆଶ୍ରମ ବିଦ୍ୟାଳୟର ପ୍ରଧାନ ଶିକ୍ଷକଙ୍କ ଅବସରକାଳୀନ ସମ୍ବର୍ଦ୍ଧନା ସଭା

February 28, 2026

ବାଣପୁର: ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ “ଜାତୀୟ ବିଜ୍ଞାନ ଦିବସ”

February 28, 2026

ମା’ଭଗବତୀଙ୍କ ଦୋଳପର୍ବ ଆରମ୍ଭ: ଚ଼ନ୍ଦ୍ରଗ୍ରହଣ ଯୋଗୁଁ ପୂର୍ଣ୍ଣମୀ ନୀତିକାନ୍ତିରେ ପରିବର୍ତ୍ତନ

February 27, 2026
Latest News

ଚମକିଲେ ସଞ୍ଜୁ: ୱେଷ୍ଟଇଣ୍ଡିଜକୁ ହରାଇ ଷଷ୍ଠ ଥର ପାଇଁ ବିଶ୍ଵକପ ସେମିଫାଇନାଲରେ ପହଞ୍ଚିଲା ଭାରତ

March 1, 2026

ଚ଼ିଲିକା ସାହିତ୍ୟ ସମାଜର ବାର୍ଷିକୋତ୍ସବ: ଶତାଧିକ କବିଙ୍କ ସ୍ଵରଚିତ କବିତା ଆବୃତ୍ତି

March 1, 2026

ମଦୁରାଇରେ ୪,୪୦୦ କୋଟିରୁ ଅଧିକ ମୂଲ୍ୟର ଭିତ୍ତିଭୂମି ପ୍ରକଳ୍ପର ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

March 1, 2026

୫୪ତମ ରାଜ୍ୟ ପୋଲିସ ବନ୍ଧୁକ ଚାଳନା ପ୍ରତିଯୋଗିତା ଉଦ୍‌ଯାପିତ

March 1, 2026

ପୁରୀରେ ଏଚପିଭି ଟିକାକରଣର ଶୁଭାରମ୍ଭ କଲେ ଉପମୁଖ୍ୟମନ୍ତ୍ରୀ

March 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.