Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବିଭିନ୍ନ ବିଦ୍ୟାଳୟରେ ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ
ଆଞ୍ଚଳିକ

ବିଭିନ୍ନ ବିଦ୍ୟାଳୟରେ ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ

July 18, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ରଣପୁର: ଆଜି ନରସିଂହପୁର ମଧ୍ୟ ଇଁରାଜୀ ବିଦ୍ୟାଳୟରେ ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ ହୋଇ ଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ନରସିଂହପୁର ଗ୍ରାମ ପଞ୍ଚାୟତ ସରପଞ୍ଚ ଝୁନୁବାଳା ରଣସିଂ, ମୁଖ୍ୟ ବକ୍ତା ଭାବେ ଅତିରିକ୍ତ ବ୍ଲକ ଶିକ୍ଷା ଅଧିକାରୀ ବସନ୍ତ କୁମାର ରାଉତ, ସମ୍ମାନିତ ଅତିଥି ଭାବେ ନରସିଂହପୁର କ୍ଲଷ୍ଟର ସି.ଆର.ସି.ସି. ସୁଶୀଲ କୁମାର ରଣା, ବିଦ୍ୟାଳୟ ପରିଚାଳନା କମିଟି ସଭାପତି ସୁନୀଲ କୁମାର ମହାନ୍ତି, ମେମ୍ବର, ସମ୍ମାନିତ ଅତିଥି ଭାବେ ୱାର୍ଡମେମ୍ବର ଶ୍ରଦ୍ଧାଞ୍ଜଳି ବେହେରା, କମିଟି ସଭ୍ୟା ଗାୟତ୍ରୀ ବେହେରା, ଇତିଶ୍ରୀ ରଣା, ଭାନୁମତି ପ୍ରଧାନ, ସଞ୍ଜୁଲତା ସାମନ୍ତ, ସଭ୍ୟ ଉମେଶ ପେଣ୍ଠଇ ପ୍ରମୁଖ ଯୋଗ ଦେଇଥିଲେ।

ଏହି ସଭାକାର୍ଯ୍ୟ ବିଦ୍ୟାଳୟର ପ୍ରଧାନ ଅଶୋକ କୁମାର ଦାଶଙ୍କ ତତ୍ୱାବଧାନରେ ପରିଚାଳିତ ହୋଇଥିଲା। ଏଥିରେ ୨୨୪ ଜଣ ଛାତ୍ରଛାତ୍ରୀଙ୍କୁ ପୋଷାକ ବିତରଣ କରାଯାଇଛି।  ପ୍ରତ୍ୟେକ ଛାତ୍ରଛାତ୍ରୀଙ୍କୁ କେବଳ ଦୁଇ ହଳ ପୋଷାକ ପ୍ରଦାନ କରାଯାଇଛି। ବିଦ୍ୟାଳୟର ସମସ୍ତ ଶିକ୍ଷକ, ଶିକ୍ଷୟତ୍ରୀ, ପରିଚାଳନା କମିଟିର ସମସ୍ତ ସଭ୍ୟସଭ୍ୟା ଓ ଗ୍ରାମବାସୀ ଏହି କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ।

ସେହିପରି ଗୌରାଙ୍ଗପୁର କ୍ଲଷ୍ଟରର ମନ୍ଦାକିନୀ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପୋଷାକ ବିତରଣୀ ଉତ୍ସବ ଅନୁଷ୍ଠିତ ହୋଇ ଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ପୂର୍ବତନ ସି.ଆର.ସି.ସିତଥା ଗୌରାଙ୍ଗପୁର ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସନ୍ତୋଷ କୁମାର ମିଶ୍ର, ମୁଖ୍ୟ ବକ୍ତା ଗୌରାଙ୍ଗପୁର କ୍ଲଷ୍ଟର ସି.ଆର.ସି.ସି. ସୁଧାକର ମିଶ୍ର, ସମ୍ମାନିତ ଅତିଥି ଭାବେ ନରସିଂହପୁର କ୍ଲଷ୍ଟର ସି.ଆର.ସି.ସି. ସୁଶୀଲ କୁମାର ରଣା, ବିଦ୍ୟାଳୟ ପରିଚାଳନା କମିଟି ସଭାପତି ପ୍ରମୁଖ ଯୋଗ ଦେଇଥିଲେ। ଏହି ସଭାକାର୍ଯ୍ୟ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସୁବାଷ ଚନ୍ଦ୍ର ବେହେରାଙ୍କ ତତ୍ୱାବଧାନରେ ପରିଚାଳିତ ହୋଇଥିଲା। ବିଦ୍ୟାଳୟର ବରିଷ୍ଠ ଶିକ୍ଷକ ନୃସିଂହ ଚରଣ ଚୌଧୁରୀ ଅତିଥି ପରିଚୟ ପ୍ରଦାନ କରିଥିଲେ। ଏଥିରେ ୧୨୫ ଜଣ ଛାତ୍ରଛାତ୍ରୀଙ୍କୁ ପୋଷାକ ବିତରଣ କରାଯାଇଛି। ପ୍ରତ୍ୟେକ ଛାତ୍ରଛାତ୍ରୀଙ୍କୁ କେବଳ ଦୁଇ ହଳ ପୋଷାକ ପ୍ରଦାନ କରାଯାଇଛି। ଅବଶିଷ୍ଟ ଏକ ହଳ ଜୋତା, ଦୁଇ ହଳ ମୋଜା, ଗୋଟିଏ ଟ୍ରାକ ପ୍ୟାଣ୍ଟ, ଗୋଟିଏ ଟି-ସାର୍ଟ ଓ ଗୋଟିଏ ଟୋପି ପରେ ଦିଆଯିବ। ଅନ୍ୟମାନଙ୍କ ମଧ୍ୟରେ ସମସ୍ତ ପରିଚାଳନା କମିଟି ସଭ୍ୟସଭ୍ୟା ଓ ଗ୍ରାମବାସୀ ଉପସ୍ଥିତ ରହି ସହଯୋଗ କରିଥିଲେ। ଶିକ୍ଷୟତ୍ରୀ ଆନନ୍ଦ ଚନ୍ଦ୍ର ପ୍ରଧାନ ଧନ୍ୟବାଦ ପ୍ରଦାନ କରିଥିଲେ।

ନରସିଂହପୁର ପୋଷାକ ବିତରଣ ଉତ୍ସବ
Share. Facebook Twitter LinkedIn Email WhatsApp Copy Link

Related Posts

କଣ୍ଢଲ ଆଶ୍ରମ ବିଦ୍ୟାଳୟରେ ସ୍ବତନ୍ତ୍ର ମାର୍ଗଦର୍ଶନ ଓ ପରାମର୍ଶ ଶିବିର

April 6, 2026

ବାପୁଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଅଗ୍ନି ନିରାପତ୍ତା ସଚେତନତା

April 6, 2026

ବଜ୍ରକୋଟ ବିଦ୍ୟାଳୟରେ ଧୂମଧାମରେ ପ୍ରବେଶ ଉତ୍ସବ ଓ ଖଡ଼ିଛୁଆଁ କାର୍ଯ୍ୟକ୍ରମ ପାଳିତ

April 5, 2026

ବାଣପୁର ଶିକ୍ଷା ମଣ୍ଡଳ ସ୍ତରୀୟ ଖଡ଼ିଛୁଆଁ ପର୍ବ ପାଳିତ

April 5, 2026
Latest News

୯ ମ ବ୍ୟାଚ ଡିଏସପି ପ୍ରୋବେସନରଙ୍କ ଦୀକ୍ଷାନ୍ତ ସମାରୋହ ଯୋଗଦେଲେ ଡିଜିପି

April 7, 2026

ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ କାର୍ଯ୍ୟର ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

April 7, 2026

ଅପ୍ରେଲ ୧୪ ରେ ବାଲୁଗାଁରେ ଅଷ୍ଟଶମ୍ଭୁ ମିଳନ: ପ୍ରସ୍ତୁତି ସମୀକ୍ଷା କଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ

April 7, 2026

ଆଜି ଏପ୍ରିଲ ୭ ତାରିଖ ଏହି ଚାରୋଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

April 7, 2026

ବିଜେଡିରୁ ପୁଣି ନିଲମ୍ବନ ହେଲେ ଜଣେ ପୂର୍ବତନ ବିଧାୟକ ଏବଂ ଜଣେ ପୂର୍ବତନ ସାଂସଦ

April 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.