ବୋଲଗଡ ବ୍ଲକରେ ମିଳିତ ଜନ ଶୁଣାଣି ଶିବିର ଅନୁଷ୍ଠିତ

Published: Jul 24, 2023, 11:32 pm IST

ଖୋର୍ଦ୍ଧା: ବୋଲଗଡ ପଂଚାୟତ ସମିତି କାର୍ଯ୍ୟାଳୟ ପରିସର ରେ ଆଜିର ପ୍ରତ୍ୟେକ୍ଷ ମିଳିତ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇ ଯାଇଛି। ଆଜି ମୋଟ ୧୮୨ ଗୋଟି ଆପତ୍ତି ଅଭିଯୋଗ ଦାଖଲ ହୋଇ ଥିବା ବେଳେ ସେଥିମଧ୍ୟରୁ ୧୬୩ ଟି ଅଭିଯୋଗ ବ୍ୟକ୍ତିଗତ ଥିଲାବେଳେ ୧୭ ଟି ବିଭିନ୍ନ ଗ୍ରାମର ସାମୁହିକ ସମସ୍ୟା ଥିଲା, ୨ ଟି ଅଭିଯୋଗର ସ୍ଥଳ ବିଶେଷରେ ତତ୍କାଳ ସମାଧାନ କରାଯାଇଥିଲା।

ଆଜିର ମିଳିତ ଜନ ଶୁଣାଣି ଅବସରରେ ଜିଲ୍ଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ ଅଧ୍ୟକ୍ଷତା କରିଥିବାବେଳେ ଆରକ୍ଷୀ ଅଧିକ୍ଷକ ସିଦ୍ଧାର୍ଥ କାଟାରିଆ, ଅତିରିକ୍ତ ଜିଲ୍ଲପାଳ ପ୍ରତାପ ଚନ୍ଦ୍ର ବେଉରା, ଉପ -ଜିଲ୍ଲାପାଳ ଦୀପ୍ତି ରଞ୍ଜନ ସେଠି, ତହସିଲଦାର, ସି . ଡ଼ି ଏମ. ଓ. ଡ଼ ଆର୍ତ୍ତବନ୍ଧୁ ନାୟକ, ଆସିଷ୍ଟାଣ୍ଟ କଲେକ୍ଟର ଗ୍ରୀଭାନ୍ସ, ବୋଲଗଡ଼ ଵି. ଡ଼ି. ଓ ଅନ୍ୟ ବିଭାଗୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ।

Related posts