Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଚିଲିକାରେ ମିଳିତ ଜନଶୁଣାଣୀ ଶିବିର ଅନୁଷ୍ଠିତ: ବିଚାର ପାଇଁ ପଞ୍ଜିକରଣ ହେଲା ୭୬ ଟି ମାମଲା
ଆଞ୍ଚଳିକ

ଚିଲିକାରେ ମିଳିତ ଜନଶୁଣାଣୀ ଶିବିର ଅନୁଷ୍ଠିତ: ବିଚାର ପାଇଁ ପଞ୍ଜିକରଣ ହେଲା ୭୬ ଟି ମାମଲା

July 31, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ଚିଲିକା: ଆଜି ପୂର୍ବାହ୍ନରେ ଚିଲିକା ବ୍ଲକ ସଭାଗୃହରେ ମିଳିତ ଜନଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି। ଖୋର୍ଦ୍ଧା ଜିଲ୍ଲାପାଳ କେ.ସୁଦର୍ଶନ ଚକ୍ରବର୍ତ୍ତୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଶିବିରରେ ଏସପି ସିଦ୍ଧାର୍ଥ କଟାରିଆ, ଅତିରିକ୍ତ ଜିଲ୍ଲାପାଳ ପ୍ରତାପ ଚନ୍ଦ୍ର ବେଉରା, ଉପଜିଲ୍ଲାପାଳ ଦିପ୍ତୀରଞ୍ଜନ ସେଠି, ବିଡ଼ିଓ ଜଗଦୀଶ ଷଡ଼ଙ୍ଗୀ, ତହସିଲଦାର ଦିଲ୍ଲୀପ କୁମାର ଷଡ଼ଙ୍ଗୀ, ଚିଲିକା ପଞ୍ଚାୟତ ସମିତି ଅଧ୍ୟକ୍ଷା ଜ୍ୟୋସ୍ନା ବେହେରା, ସିଡ଼ିଏମଓ ଡ଼ା ଆର୍ତ୍ତବନ୍ଧୁ ନାୟକ ପ୍ରମୁଖ ଉପସ୍ଥିତ ଥିଲେ।

ଚିଲିକା ବ୍ଲକ ଅନ୍ତର୍ଗତ ମୋଟ ୧୭ ଟି ପଞ୍ଚାୟତ ଓ ଏନଏସିର ବିଭିନ୍ନ ସ୍ଥାନରୁ ବ୍ୟକ୍ତିଗତ ଭାବେ ୬୯ ଟି, ସାମୁହିକ ଭାବେ ୩ଟି ଦରଖାସ୍ତ ଆସିଥିବା ବେଳେ ସମୁଦାୟ ୭୬ ଗୋଟି ମାମଲା ବିଚାର ପାଇଁ ପଞ୍ଜିକରଣ ହୋଇଥିଲା। ତତ୍କାଳୀନ ତିନୋଟି ଆବେଦନର ସମାଧାନ ହୋଇଥିଲା। ଜଣଙ୍କୁ ରେଡ଼କ୍ରସ ପାଣ୍ଠିରୁ ୨୦୦୦ ଟଙ୍କା ଆର୍ଥିକ ସହାୟତା ପ୍ରଦାନ କରାଯାଇଛି।

ଏହି ଅବସରରେ ଚିଲିକା ବ୍ଲକ ଅନ୍ତର୍ଗତ ବିଭିନ୍ନ ବିଭାଗର ବିଭାଗୀୟ ଅଧିକାରୀ,ଯନ୍ତ୍ରୀ,ସ୍ଵାସ୍ଥ୍ୟ ବିଭାଗ ଅଧିକାରୀ,ସିଡିପିଓ,ଚିଲିକା ଵ୍ଲକ ଅଧୀନ ବିଭିନ୍ନ ପଦସ୍ଥ ଅଧିକାରୀ, ୧୭ଟି ପଞ୍ଚାୟତର ଜନ ପ୍ରତିନିଧିମାନେ ଉପସ୍ଥିତ ରହି ସମସ୍ୟା ସମାଧାନ ଦିଗରେ ସହଯୋଗ କରିଥିଲେ। ଆଇନ ଶୃଙ୍ଖଳା ରକ୍ଷାପାଇଁ ବାଲୁଗାଁ ଏସଡ଼ିପିଓଙ୍କ ତତ୍ୱାବଧାନରେ ବାଲୁଗାଁ ଆଇଆଇସି ଜୟ ପ୍ରକାଶ ପରିଡା ଏବଂ ନାଚୁଣୀ ଆଇଆଇସି ଚନ୍ଦ୍ରଶେଖର ଜେନାଙ୍କ ସମେତ ବହୁ ପୋଲିସ କର୍ମଚାରୀ ଉପସ୍ଥିତ ଥିଲେ।

ଏହି ଅବସରରେ ବ୍ଲକ କାର୍ଯ୍ୟାଳୟ ପରିସରରେ ନୂତନ ମିଶନ ଶକ୍ତି କାଫେ କାର୍ଯ୍ୟକ୍ଷମ ହୋଇଥିଲା।

କେ. ସୁଦର୍ଶନ ଚକ୍ରବର୍ତ୍ତୀ ଖୋର୍ଦ୍ଧା ଜିଲ୍ଲାପାଳ ଚିଲିକା ମିଳିତ ଜନଶୁଣାଣୀ
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର କୋର୍ଟ ପରିସରରେ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

March 14, 2026

ବାଲୁଗାଁ: ସାମ୍ବାଦିକଙ୍କ ମାତୃ ବିୟୋଗ

March 12, 2026

ଗୋଦାବରୀଶ ମହାବିଦ୍ୟାଳୟରେ ସଡ଼କ ସୁରକ୍ଷା ଉପରେ ଡିଜିଟାଲ ଭିଡିଓ ପ୍ରଦର୍ଶନ କାର୍ଯ୍ୟକ୍ରମ

March 11, 2026

ବାଣପୁର ତାଲୁକ ଆଇନ ସେବା ସମିତି ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ପାଳନ

March 10, 2026
Latest News

ରାଜ୍ୟସଭା ନିର୍ବାଚନ: ଅଧିକ ଶକ୍ତିଶାଳୀ ହେଲା ଏନଡିଏ, ଜାଣନ୍ତୁ ଇଣ୍ଡି ମେଣ୍ଟର ସ୍ଥିତି

March 17, 2026

ଇସ୍ରାଏଲୀ ଆକ୍ରମଣରେ ଇରାନର ପ୍ରତିରକ୍ଷା ମୁଖ୍ୟ ଅଲି ଲାରିଜାନିଙ୍କ ମୃତ୍ୟୁ: IDF ର ବଡ ଦାବି 

March 17, 2026

କଟକ ମେଡିକାଲ କଲେଜ ଅଗ୍ନିକାଣ୍ଡ ଘଟଣା ନେଇ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବୀ କଲେ ନବୀନ ପଟ୍ଟନାୟକ

March 17, 2026

ତିନି ବିଧାୟକଙ୍କ ସଭ୍ୟ ପଦ ରଦ୍ଦ ପାଇଁ ବାଚସ୍ପତିଙ୍କୁ ଚିଠି ଲେଖିଲା କଂଗ୍ରେସ

March 17, 2026

ଓଡ଼ିଶା ପୋଲିସର “ଅପରେସନ ସାଇବର କବଚ”: ୩୭୯ ଅଭିଯୁକ୍ତ ଗିରଫ

March 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.