Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ପିପିଲିରେ ବୁଣାକାରଙ୍କ ସମସ୍ୟା ବୁଝିଲେ ସମ୍ବିତ ପାତ୍ର
ଆଞ୍ଚଳିକ

ପିପିଲିରେ ବୁଣାକାରଙ୍କ ସମସ୍ୟା ବୁଝିଲେ ସମ୍ବିତ ପାତ୍ର

August 1, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ପୁରୀ: ପିପିଲି ନିର୍ବାଚନ ମଣ୍ଡଳୀ ଭାରତୀୟ ଜନତା ପାର୍ଟି ପକ୍ଷରୁ ସଂପର୍କରୁ ସମର୍ଥନ ଅଭିଯାନ ପଦଯାତ୍ରା ରୁପଦେଇପୁର ପଞ୍ଚାୟତରେ ଅନୁଷ୍ଠିତ ହୋଇଯାଇଛି। ଏହି ପଦଯାତ୍ରାରେ ବିଜେପିର ରାଷ୍ଟ୍ରୀୟ ପ୍ରବକ୍ତା ସମ୍ବିତ ପାତ୍ର ଏବଂ ପୁରୀ ଜିଲ୍ଲା ସଭାପତି ଆଶ୍ରିତ କୁମାର ପଟ୍ଟନାୟକ ଓ ଜିଲ୍ଲାର ଅନେକ ବରିଷ୍ଠ ନେତା ସାମିଲ ହୋଇଥିଲେ।

ରୁପଦେଇପୁର ପଞ୍ଚାୟତରେ ଅନୁଷ୍ଠିତ ଏହି ପଦ ଯାତ୍ରାରେ ମୋଦି ସରକାର ଦ୍ଵାରା ୯ ବର୍ଷରେ ହେଇଥିବା ବିଭିନ୍ନ ବିକାଶମୂଳକ କାର୍ଯ୍ୟ ବିଷୟରେ ପ୍ରଚାର ପତ୍ର ଘରେ ଘରେ ବଣ୍ଟନ କରାଯିବା ସହିତ ମୋଦି ସରକାରଙ୍କ ବିଭିନ୍ନ ଲୋକ ହିତକାରୀ ଯୋଜନା ବିଷୟରେ ରୁପଦେଇପୁର ପଞ୍ଚାୟତବାସୀଙ୍କୁ ଅବଗତ କରାଯାଇଛି।

ପଦଯାତ୍ରା ସମୟରେ ସମ୍ବିତ ପାତ୍ର ଓ ଆଶ୍ରିତ କୁମାର ପଟ୍ଟନାୟକ ମେଜବେଗ ଗ୍ରାମର ବିଭିନ୍ନ ବୁଣାକାରଙ୍କ ଘରକୁ ଯାଇ ତାଙ୍କ ସମସ୍ୟା ବୁଝି ଥିଲେ ଓ ଏହାର ସମାଧାନ ପାଇଁ ସମ୍ବନ୍ଧିତ ଅଧିକାରୀଙ୍କ ସହିତ ଚର୍ଚ୍ଚା କରିଥିଲେ। ଆଗକୁ ଏହି ପଞ୍ଚାୟତରେ କେନ୍ଦ୍ର ସରକାରଙ୍କ ବସ୍ତ୍ର ମନ୍ତ୍ରଣାଳୟ ତରଫରୁ ପଞ୍ଚାୟତରେ ବୁଣାକାରଙ୍କ ପ୍ରଶିକ୍ଷଣ ପାଇଁ ବିଭିନ୍ନ ପଦକ୍ଷେପ ନିଆଯିବ ବୋଲି ସମ୍ବିତ ପାତ୍ର ସୂଚନା ଦେଇଛନ୍ତି।

ଏହା ସହିତ ସମ୍ବିତ ପାତ୍ର ବୁଣାକାରମାନଙ୍କୁ ମୋଦୀ ସରକାରଙ୍କ ଦ୍ଵାରା ବୁଣାକାରଙ୍କ ହିତ ପାଇଁ ଚାଲୁଥିବା ଯୋଜନା ବିଷୟରେ ଅବଗତ କରାଇଥିଲେ। ଏହି ପଦଯାତ୍ରାରେ ଜିଲ୍ଲାର ୧୦୦ ରୁ ଅଧିକ ଦଳୀୟ କାର୍ଯ୍ୟକର୍ତ୍ତା ସାମିଲ ହେବା ସହିତ ୩୦୦ରୁ ଅଧିକ ସାଧାରଣ ଜନତା ସାମିଲ ହେଇଥିଲେ।

ପଦ ଯାତ୍ରା ପୁରୀ ଭାରତୀୟ ଜନତା ପାର୍ଟି ସଂପର୍କରୁ ସମର୍ଥନ ଅଭିଯାନ ସମ୍ବିତ ପାତ୍ର
Share. Facebook Twitter LinkedIn Email WhatsApp Copy Link

Related Posts

ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କର ସାଧାରଣ ସଭା: ସମବାୟର ବିକାଶ ଓ ବ୍ୟବସାୟିକ ଅଭିବୃଦ୍ଧି ଉପରେ ଗୁରୁତ୍ୱ

September 30, 2026

କର୍ତ୍ତବ୍ୟନିଷ୍ଠ ଶିକ୍ଷୟିତ୍ରୀ ବିନୋଦିନୀ କୁଣ୍ଡୁଙ୍କୁ ଭାବବିହ୍ୱଳ ବିଦାୟ

September 30, 2026

ପଥୁରିଆ ଅଙ୍ଗନୱାଡି କେନ୍ଦ୍ରରେ ୯ମ ରାଷ୍ଟ୍ରୀୟ ପୋଷଣ ମାସ–୨୦୨୬

September 30, 2026

୬ ବର୍ଷ ପରେ ଶ୍ରଦ୍ଧାଳୁଙ୍କ ପାଇଁ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର: ପ୍ରଥମ ୩ ଦିନ ମାଗଣା ଦର୍ଶନ

September 30, 2026
Latest News

‘ଗ୍ରୀନ୍ ଏନର୍ଜି କରିଡର୍’ ତୃତୀୟ ପର୍ଯ୍ୟାୟକୁ କ୍ୟାବିନେଟ୍ ମଞ୍ଜୁରି

October 1, 2026

ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ଧୂମଧାମରେ ପାଳିତ ହେବ ଶହୀଦ ବାଜି ରାଉତଙ୍କ ଜନ୍ମ ଶତବାର୍ଷିକୀ

October 1, 2026

ଆଜି ଅକ୍ଟୋବର ୧ ତାରିଖରେ ପାଞ୍ଚୋଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

October 1, 2026

ଚାକିରିରୁ ଅବସର ପାଇଁ ଆବେଦନ କଲେ ସନ୍ଥଗୋପାଳନ

September 30, 2026

ଅକ୍ଟୋବର ୧ରୁ ବଢ଼ିବ କ୍ଷୀର ଦର: ଲିଟର ପିଛା ୩ ଟଙ୍କା ମହଙ୍ଗା

September 30, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.