Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବନ୍ୟପ୍ରାଣୀ ଓ ପରିବେଶ ସୁରକ୍ଷାରେ ଯୁବ ପିଢ଼ିର ଭୂମିକା ଅପରିହାର୍ଯ୍ୟ
ଆଞ୍ଚଳିକ

ବନ୍ୟପ୍ରାଣୀ ଓ ପରିବେଶ ସୁରକ୍ଷାରେ ଯୁବ ପିଢ଼ିର ଭୂମିକା ଅପରିହାର୍ଯ୍ୟ

August 4, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଲୁଗାଁ: ବାଲୁଗାଁ ମହାବିଦ୍ୟାଳୟ ଜାତୀୟ ସମର ଶିକ୍ଷାର୍ଥୀ ବାହିନୀ ପକ୍ଷରୁ ଆଜି ମହାବିଦ୍ୟାଳୟ ସଭାଗୃହରେ “ବନ୍ୟପ୍ରାଣୀ ଓ ପରିବେଶ ସୁରକ୍ଷାରେ ଯୁବ ପିଢ଼ିର ଭୂମିକା “ଶୀର୍ଷକ ଏକ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଛି। ଯୁକ୍ତ ଦୁଇ ଅଧ୍ୟକ୍ଷl ପ୍ରାଧ୍ୟାପିକା ଡକ୍ଟର ଜୟନ୍ତୀ ସାମଲଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉକ୍ତ ଆଲୋଚନା ଚକ୍ରରେ ମୁଖ୍ୟ ଅତିଥିଭାବେ ଚିଲିକା ବନ୍ୟପ୍ରାଣୀ ବନଖଣ୍ଡ ଅଧକାରୀ ତଥା ଚିଲିକା ଉନ୍ନୟନ କର୍ତ୍ତୃପକ୍ଷର ଅତିରିକ୍ତ ମୁଖ୍ୟ ନିର୍ବାହୀ ଅଧିକାରୀ ଅମ୍ଲାନ ନାୟକ ଓ ମୁଖ୍ୟ ବକ୍ତା ଭାବେ ହିଞ୍ଜିଳିକାଟୁ ସ୍ୱୟଂ ଶାସିତ ମହାବିଦ୍ୟାଳୟର ଅବସରପ୍ରାପ୍ତ ପ୍ରାଧ୍ୟାପକ ଡକ୍ଟର ମାନସ ମୋହନ ବଳିୟାରସିଂହ ଯୋଗଦେଇ ପ୍ରଥମେ ଶ୍ରୀ ଜଗନ୍ନାଥଙ୍କ ମୂର୍ତ୍ତି ନିକଟରେ ପ୍ରଦୀପ ପ୍ରଜ୍ବଳନ ପୂର୍ବକ କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ।

ଉଦଘାଟନ ପରେ ଏନସିସି କ୍ୟାଡେଟ ମାନେ ଅତିଥି ମାନଙ୍କୁ ପୁଷ୍ପ ଚାରା ଦେବା ସହ ଉତ୍ତରୀୟ ପ୍ରଦାନ କରି ସମ୍ବର୍ଦ୍ଧିତ କରିଥିଲେ। ଏନସିସି ଅଧିକାରୀ ତଥା ପ୍ରକୃତିବନ୍ଧୁ ଲେଫ୍ଟନାଣ୍ଟ ଡକ୍ଟର ଅକ୍ଷୟ କୁମାର ମିଶ୍ର ଅତିଥି ମାନଙ୍କ ପରିଚୟ ପ୍ରଦାନ କରିବା ପରେ ପ୍ରାଧ୍ୟାପିକା ଡକ୍ଟର ଜୟନ୍ତୀ ସାମଲ ସ୍ୱାଗତ ଅଭିଭାଷଣ ପ୍ରଦାନ କରିବା ସହ ବନ୍ୟପ୍ରାଣୀମାନଙ୍କର ମନୁଷ୍ୟ ମାନଙ୍କ ସହିତ ଥିବା ଆବେଗିକ ସମ୍ପର୍କ ଓ ବିଶ୍ୱାସନୀୟତା ଉପରେ ବକ୍ତବ୍ୟ ପ୍ରଦାନ କରିଥିଲେ।

ମୁଖ୍ୟ ଅତିଥି ଶ୍ରୀଯୁକ୍ତ ଅମ୍ଲାନ ନାୟକ ବନ୍ୟପ୍ରାଣୀ ଓ ପରିବେଶ ସଂରକ୍ଷଣରେ ଯୁବପିଢ଼ିମାନଙ୍କର ଉତ୍ତର ଦାୟିତ୍ୱ, ସଚେତନତା, ସାମାଜିକ ଗଣ ମାଧ୍ୟମରେ ପରିବେଶ ସମ୍ପର୍କିତ ପ୍ରତିବଦ୍ଧତା ଓ ସର୍ବୋପରି ଦୃଷ୍ଟାନ୍ତ ମୂଳକ କାର୍ଯ୍ୟକ୍ରମ ସମ୍ପର୍କରେ ବକ୍ତବ୍ୟ ଉପସ୍ଥାପନ କରିଥିଲେ।

ମୁଖ୍ୟବକ୍ତା ଡକ୍ଟର ମାନସ ମୋହନ ବଳିୟାରସିଂହ ଚିଲିକାର ଜୈବ ବିବିଧତା ସଂରକ୍ଷଣରେ ବନ୍ୟପ୍ରାଣୀ ଓ ବିହଙ୍ଗ ମାନଙ୍କର ଭୂମିକା ସହ ଯୁବ ପିଢ଼ିଙ୍କ ଦାୟିତ୍ୱବୋଧ ସମ୍ପର୍କରେ ଆଲୋଚନା କରିଥିଲେ। ଏଥିରେ ନେଚର କ୍ଲବର ସଂଯୋଜକ ଅଧ୍ୟାପକ ଡକ୍ଟର କୈଳାସ ଚନ୍ଦ୍ର ମହାରଣା ସଂଯୋଜନା କରିଥିଲେ।

ଉକ୍ତ କାର୍ଯ୍ୟକ୍ରମରେ ଡକ୍ଟର ସନ୍ତୋଷ ରଥ,ଅଧ୍ୟାପକ ବିଦ୍ୟାଧର ଜୁଝାରସିଂହ,ପ୍ରବୀଣ କୁମାର ଜେନା, ଶିବରାମ ସିଂ,ସୁବାସ ଶ୍ରୀଚନ୍ଦନ,ରୀନା ରାଉତ, ମନସ୍ବିନୀ ପଟ୍ଟନାୟକ, ବିମଳ କୁମାର ପଣ୍ଡା, ବିଶ୍ୱଜିତ ଦାସ ପ୍ରମୁଖ ଅଧ୍ୟାପକ ଅଧ୍ୟାପିକା ମାନେ ଯୋଗ ଦେଇ ଅତିଥି ମାନଙ୍କ ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମରେ ଅଂଶ ଗ୍ରହଣ କରିଥିଲେ।

ଶେଷରେ ଅଧ୍ୟାପକ ଡକ୍ଟର କୈଳାସ ଚନ୍ଦ୍ର ମହାରଣା ଧନ୍ୟବାଦ ପ୍ରଦାନ କରିବା ପରେ ଡକ୍ଟର ଅକ୍ଷୟ କୁମାର ମିଶ୍ରଙ୍କ ତତ୍ୱାବଧାନରେ ଜାତୀୟ ସଂଗୀତ ଗାନ କରାଯାଇଥିଲା। ଏହି କାର୍ଯ୍ୟକ୍ରମକୁ ଜାତୀୟ ସମର ଶିକ୍ଷାର୍ଥୀ ବାହିନୀର ବରିଷ୍ଠ କ୍ୟାଡେଟ ମାନେ ପରିଚାଳନା କରିଥିଲେ।

ଜାତୀୟ ସମର ଶିକ୍ଷାର୍ଥୀ ବାହିନୀ ପରିବେଶ ସୁରକ୍ଷା ବନ୍ୟପ୍ରାଣୀ ବାଲୁଗାଁ ମହାବିଦ୍ୟାଳୟ
Share. Facebook Twitter LinkedIn Email WhatsApp Copy Link

Related Posts

ଗୋଦାବରୀଶ ମହାବିଦ୍ୟାଳୟରେ ସଡ଼କ ସୁରକ୍ଷା ଉପରେ ଡିଜିଟାଲ ଭିଡିଓ ପ୍ରଦର୍ଶନ କାର୍ଯ୍ୟକ୍ରମ

March 11, 2026

ବାଣପୁର ତାଲୁକ ଆଇନ ସେବା ସମିତି ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ପାଳନ

March 10, 2026

ଡାଲିର ଗୁଣ ଜ୍ଞାନ ଓ ମାଗଣା ସ୍ଵାସ୍ଥ୍ୟ ଶିବିର ଅନୁଷ୍ଠିତ

March 9, 2026

ସଡ଼କ ଦୁର୍ଘଟଣାରେ ଯୁବକଙ୍କ ମୃତ୍ୟୁ

March 5, 2026
Latest News

ଆଜି ମାର୍ଚ୍ଚ ୧୨ ରେ ଚାରୋଟି ରାଶି ପାଇଁ ରହିଛି ଅନୁକୂଳ ବାତାବରଣ, ଜାଣନ୍ତୁ ଗୁରୁବାର ରାଶିଫଳ

March 12, 2026

ମଧ୍ୟପ୍ରାଚ୍ୟରେ ଅଟକିଥିବା ଓଡ଼ିଆମାନଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ

March 12, 2026

ରାଜ୍ୟସଭା ନିର୍ବାଚନ ତାତି, ହୁଇପ ଜାରୀ କଲା ବିଜେଡି, ଭୁବନେଶ୍ବର ନ ଛାଡିବାକୁ ନିର୍ଦ୍ଦେଶ

March 11, 2026

ସୋଆ ଆଇବିସିଏସ୍ ପକ୍ଷରୁ ବିଜିନେସ୍ ମେଳା ‘ମାର୍କ-ଆଇଟି’ ଅନୁଷ୍ଠିତ

March 11, 2026

ପ୍ରକାଶ ପାଇଲା ୨୦୨୬ ଆଇପିଏଲ ର କାର୍ଯ୍ୟସୂଚୀ: ପ୍ରଥମ ଦିନରେ RCB ବିରୋଧରେ ଖେଳିବ ଏହି ଦଳ

March 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.