ଚିଲିକା ବ୍ଲକରେ ମନରେଗା ଜନଶୁଣାଣୀ ଶିବିର

Published: Aug 4, 2023, 9:29 pm IST

ସୀତାରାମ ଅଗ୍ରୱାଲ

ବାଲୁଗାଁ: ଆଜି ପୂର୍ବାହ୍ନରେ ଚିଲିକା ବ୍ଲକ ସଭାଗୃହରେ ଖୋର୍ଦ୍ଧା ଅତିରିକ୍ତ ଜିଲ୍ଲାପାଳ ସାଫଲ୍ୟ ମଣ୍ଡିତ ପ୍ରଧାନଙ୍କ ସଭାପତିତ୍ୱରେ ମହାତ୍ମାଗାନ୍ଧୀ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନାର ଏକ ସାମାଜିକ ସମିକ୍ଷା ବୈଠକ ଓ ସାଧାରଣ ଜନଶୁଣାଣୀ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଅଧ୍ୟକ୍ଷ ଜ୍ୟୋତ୍ସନା ବେହେରା , ବିଡ଼ିଓ ଜଗଦୀଶ ଷଡ଼ଙ୍ଗୀ , ଉପସ୍ଥିତ ରହି ଜନଶୁଣାଣି କରିଥିଲେ। ବିଗତ ବର୍ଷର ବିଭିନ୍ନ କାର୍ଯ୍ୟର ଅଗ୍ରଗତି ଓ ଶ୍ରମିକ ପ୍ରାପ୍ଯ ଉପରେ ଆଲୋଚନା କରାଯାଇ ବିଭିନ୍ନ କାର୍ଯ୍ୟର ସମୀକ୍ଷା କରାଯାଇଥିଲା।

ଉକ୍ତ ଯୋଜନାରେ ବିଭିନ୍ନ ଗ୍ରାମ ପଞ୍ଚାୟତରେ ନିର୍ମାଣ କରାଯାଇଥିବା ଅମୃତ ସରୋବରକୁ ପ୍ରୋଜେକ୍ଟ ମାଧ୍ୟମରେ ପ୍ରଦର୍ଶିତ କରାଯାଇଥିଲା। ପଞ୍ଚାୟତ ସମିତି ଅଧୀନରେ ସମୁଦାୟ ୧୬୨୫୮୭ କାର୍ଯ୍ୟ ଦିବସ ସୃଷ୍ଟି ହୋଇଥିବା ଏପିଓ ରୋଜାଲିନ ଶ୍ରୀଚନ୍ଦନ ମତପ୍ରକାଶ କରିଥିଲେ। ମନରେଗା ଯୋଜନାରେ କାର୍ଯ୍ୟକ୍ଷମ ଥିବା ପ୍ରକଳ୍ପ ଗୁଡିକୁ ଶୀଘ୍ର ଶେଷ କରିବାକୁ ବିଡ଼ିଓ ଶ୍ରୀ ଷଡ଼ଙ୍ଗୀଙ୍କୁ ଅତିରିକ୍ତ ଜିଲ୍ଲାପାଳ ନିର୍ଦେଶ ଦେଇଥିଲେ।

ଉକ୍ତ ବୈଠକରେ ସମସ୍ତ ସରପଞ୍ଚ, ସମିତି ସଭ୍ଯ, କନିଷ୍ଠ ଯନ୍ତ୍ରୀ, ପଞ୍ଚାୟତ ନିର୍ବାହୀ ଅଧିକାରୀ ଓ ଜିଆରଏସ ମାନେ ଉପସ୍ଥିତ ଥିଲେ।

Related posts