Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁରରେ ଆଞ୍ଚଳିକ ବିଶ୍ୱକର୍ମା ସମିତିର ସାଧାରଣ ବୈଠକ
ଆଞ୍ଚଳିକ

ବାଣପୁରରେ ଆଞ୍ଚଳିକ ବିଶ୍ୱକର୍ମା ସମିତିର ସାଧାରଣ ବୈଠକ

August 6, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଣପୁର: ରବିବାର ପୂର୍ବାହ୍ନରେ ମା’ ମେଘାମ୍ବରି ଠାକୁରାଣୀ କଲ୍ୟାଣ ମଣ୍ଡପ ଠାରେ ବାଣପୁର,ବାଲୁଗାଁ ଓ ଚିଲିକା ବିଶ୍ୱକର୍ମା ସମିତିର ଏକ ସାଧାରଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ସଭାପତି ବିଜୟ ମହାରଣାଙ୍କ ଆବାହକତ୍ୱରେ ମୁଖ୍ୟ ଅତିଥି ଭାବେ ଖୋର୍ଦ୍ଧା ଜିଲ୍ଲା ପରିଷଦ ଉପାଧ୍ୟକ୍ଷ ଗୋପୀନାଥ ମହାରଣା ଯୋଗ ଦେଇଥିଲେ। ଚିଲିକା ନିର୍ବାଚନମଣ୍ଡଳୀର ବାଲୁଗାଁ, ବଡକୁଳ, ଭେଟେଶ୍ୱର ନାଚୁଣୀ, କୁମାରାଙ୍ଗ ଓ ଚିଲିକା ଅଞ୍ଚଳର ବିଭିନ୍ନ ଗ୍ରାମରେ ଥିବା ମହାରଣା ସମ୍ପ୍ରଦାୟ ଯୋଗଦାନ କରିଥିଲେ।

ଆଜିର ଏହି କାର୍ଯ୍ୟକ୍ରମରେ ରାଜ୍ୟ ସରକାର ସାମାଜିକ ସୁରକ୍ଷା ବୋର୍ଡ଼ କଲ୍ୟାଣ ଯୋଜନାରେ, ମହାରଣା ସମ୍ପ୍ରଦାୟଙ୍କୁ ସାମିଲ କରିଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଧନ୍ୟବାଦ ଦିଆଯାଇଥିଲା। ଆଞ୍ଚଳିକ ବଢ଼େଇ ଜାତିର ବିଭିନ୍ନ ସମସ୍ୟା ବାବଦରେ ଆଲୋଚନା କରାଯାଇଥିଲା। ବଢ଼େଇ ସମାଜର ବିଭିନ୍ନ ସମସ୍ୟା ବାବଦରେ ରାଜ୍ୟ ସରକାରଙ୍କ ଦୃଷ୍ଟିକୁ ଆଣି ସାମାଜିକ ସୁରକ୍ଷା ଯୋଜନାରେ କିଭଳି ଅଧିକରୁ ଅଧିକ ବ୍ୟକ୍ତି ଉପକୃତ ହୋଇପାରିବେ ମୁଖ୍ୟ ଅତିଥି ଶ୍ରୀ ମହାରଣା ପ୍ରତିଶୃତି ଦେଇଥିଲେ।

ଆଜିର ବୈଠକରେ ପାଞ୍ଚ ଶହରୁ ଉର୍ଦ୍ଧ କର୍ମକର୍ତ୍ତା ମାନେ ଯୋଗଦେଇଥିଲେ। ବୈଠକରେ ବିଶ୍ୱକର୍ମା ସମାଜର ବିଭିନ୍ନ ସମସ୍ୟା ବିଷୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଲିଖିତ ଭାବେ ଦାବୀ ଜଣାଇବା ପାଇଁ ସର୍ବସମ୍ମତ ଭାବେ ପ୍ରସ୍ତାବ ଗୃହୀତ ହୋଇଥିଲା।

ବାଣପୁର ସାଧାରଣ ବୈଠକ
Share. Facebook Twitter LinkedIn Email WhatsApp Copy Link

Related Posts

ମହୁକୁଦରେ ବ୍ଳକ୍ ସ୍ତରୀୟ ବିଶ୍ୱଶାନ୍ତି ଅଲେଖ ମହିମା ଅଖଣ୍ଡ ବ୍ରହ୍ମ ଯଜ୍ଞ

February 19, 2026

ବେଆଇନ ମୋରମ୍ ଚାଲାଣ ଅଭିଯୋଗରେ ହାଇୱା ଗାଡ଼ି ଜବତ

February 19, 2026

ବାଣପୁର ବ୍ରହ୍ମେଶ୍ୱର ମନ୍ଦିରରୁ ଚୋରି ଘଟଣା: ୨୪ ଘଣ୍ଟା ଭିତରେ ଅଭିଯୁକ୍ତକୁ ଧରିଲା ପୋଲିସ

February 18, 2026

ଜିଲ୍ଳାପାଳ ଏବଂ ଏସ୍ ପିଙ୍କ ନାଲିପଡା ଅର୍ଜୁନପୁର ଗ୍ରାମ ପଂଚାୟତରେ ପଲ୍ଲୀରେ ପ୍ରଶାସନ ଜନଶୁଣାଣି

February 16, 2026
Latest News

‘ଅପରେସନ ସାଇବର କବଚ’ ଅଭିଯାନ: ରାଜ୍ୟବ୍ୟାପୀ ୮୪ ଗିରଫ

February 20, 2026

ଭୁବନେଶ୍ବରରେ ସଂଗ୍ରାମୀ ଗୌରାଙ୍ଗ ଚରଣ ଓ ସଂଗ୍ରାମୀ ଶଶୀଭୂଷଣଙ୍କ ଶ୍ରଦ୍ଧାଞ୍ଜଳି ସଭା

February 20, 2026

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଜମିଜମାର ସୁରକ୍ଷା ଉପରେ ଉଚ୍ଚସ୍ତରୀୟ ବୈଠକ

February 20, 2026

ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମିଟ୍ ୨୦୨୬ର ଲିଡର୍ସ ପ୍ଲାନେରି ଅଧିବେଶନ ସମୟରେ ପ୍ରଧାନମନ୍ତ୍ରୀ

February 20, 2026

କଟକ ଭୁବନେଶ୍ବରର ବିଭିନ୍ନ ଅଞ୍ଚଳରେ ବିଦ୍ୟୁତ ସେବା ବନ୍ଦ ରହିବ, ଜାଣନ୍ତୁ ଆପଣଙ୍କ ଅଞ୍ଚଳରେ କେତେବେଳେ

February 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.