Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର: ଅଲାଇଡ଼ିହ ବାଇପାସ ନିକଟସ୍ଥ ଭଡାଘରେ ରହୁଥିବା ଯୁବକଙ୍କ ଆତ୍ମହତ୍ୟା
ଆଞ୍ଚଳିକ

ବାଣପୁର: ଅଲାଇଡ଼ିହ ବାଇପାସ ନିକଟସ୍ଥ ଭଡାଘରେ ରହୁଥିବା ଯୁବକଙ୍କ ଆତ୍ମହତ୍ୟା

August 11, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଣପୁର: ଆଜି ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ଅନ୍ତର୍ଗତ ଅଲାଇଡ଼ିହ ବାଇପାସ ନିକଟରେ ଥିବା ଏକ ଭଡାଘରେ ଜଣେ ଯୁବକ ଆତ୍ମହତ୍ୟା କରିଥିବାର ଅଭିଯୋଗ ହୋଇଛି।

ଖବର ମୁତାବକ ନୟାଗଡ଼ ଜିଲ୍ଲା ଚାନ୍ଦପୁର ଥାନା ଗୋପାଳପୁର ଅଂଚଳର ଲକ୍ଷ୍ମୀଧର ପରିଡା (୨୫) ନାମକ ଜଣେ ଯୁବକ ଭୁବନେଶ୍ୱର ଅଞ୍ଚଳରେ ଜନୈକ ଡାକ୍ତରଙ୍କ ନିକଟରେ କାର୍ଯ୍ୟ କରୁଥିବା ବେଳେ ବାଣପୁର ଅଲାଇଡ଼ିହ ବାଇପାସ ନିକଟସ୍ଥ ଏକ ଭଡା ଘରେ ରହୁଥିଲେ।  ସେଠାରେ ଜନୈକ ମହିଳାଙ୍କୁ ପରିବାର ଲୋକଙ୍କ ଅଜାଣତରେ ପ୍ରେମ ବିବାହ କରିଥିଲେ।

ଲକ୍ଷ୍ମୀଧରଙ୍କ ସ୍ତ୍ରୀ ଗର୍ଭବତୀ ଥିବାବେଳେ ଶରୀର ଅସୁସ୍ଥ ଥିବାରୁ ତାଙ୍କୁ ବ୍ରହ୍ମପୁର ମେଡିକାଲକୁ ନେଇଥିଲେ। ସେଠାରେ ଲକ୍ଷ୍ମୀଧରଙ୍କ ସ୍ତ୍ରୀଙ୍କ ମୃତ୍ୟୁ ହୋଇଯିବାରୁ ତାଙ୍କୁ ପୁରୀ ନେଇ ସ୍ୱର୍ଗଦ୍ୱାରରେ ଦାହ କରିଥିଲେ। ତେଣୁ ଲକ୍ଷ୍ମୀଧର ଅବସାଦରେ ଥିବାରୁ ପରିବାର ଲୋକ ବୁଝାସୁଝା କରି ଗତକାଲି ଘରକୁ ନେଇଯାଇଥିଲେ। କିନ୍ତୁ ଆଜି ସକାଳୁ କାହାକୁ ନ ଜଣାଇ ଘରୁ ପଳାଇ ଆସିଥିବା ବେଳେ ଉକ୍ତ ଭଡାଘରେ ଭିତରପଟୁ କବାଟ କିଳି ଆତ୍ମହତ୍ୟା କରିଥିବା ଜଣାଯାଇଛି।

ପରିବାର ଲୋକ ଖବର ପାଇଁ ତାଙ୍କୁ ବାଣପୁର ମେଡିକାଲକୁ ଆଣିଥିବା ବେଳେ ତାଙ୍କର ମୃତ୍ୟୁ ହୋଇଯାଇଥିବା ଡାକ୍ତର କହିଥିଲେ ଏବଂ ସ୍ଥାନୀୟ ପୋଲିସକୁ ସୂଚନା ଦେଇଥିଲେ।

ସୂଚନା ପାଇ ବାଣପୁର ପୋଲିସ ଶବକୁ ଜବତ କରି ବ୍ୟବଚ୍ଛେଦ ପାଇଁ ଡାକ୍ତରଖାନାରେ ମହଜୁଦ ରଖିଛି। ଆସନ୍ତାକାଲି ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ମୃତଦେହ ହସ୍ତାନ୍ତର କରାଯିବ ବୋଲି ପୋଲିସ ସୂଚନା ଦେଇଛି।

Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁରରେ ଆରଏସଏସ ଓ ଏବିଭିପି ପକ୍ଷରୁ ରଥଯାତ୍ରା ସେବା କାର୍ଯ୍ୟ

July 16, 2026

ଟାଙ୍ଗୀ ବ୍ଲକ ପରିସରରେ ମିଳିତ ଜନଶୁଣାଣି ଶିବିର

July 13, 2026

ଦିବଙ୍ଗତ କବି ସଂଗ୍ରାମ କେଶରୀ ସାହୁଙ୍କ ଦ୍ଵାଦଶାହ ଶ୍ରଦ୍ଧାଞ୍ଜଳି ସଭା

July 11, 2026

ବାଣପୁରରେ ଏବିଭିପିର ୭୮ ତମ ପ୍ରତିଷ୍ଠା ଦିବସ ପାଳନ

July 9, 2026
Latest News

ଆରଜେଡିରୁ ଇସ୍ତଫା ଦେଲେ ମୃତ୍ୟୁଞ୍ଜୟ ତିୱାରୀ

July 16, 2026

ଗ୍ରାମରେ ମଦ ଭାଟିକୁ ନେଇ ଗର୍ଜିଲେ ମହିଳା: ଭାଙ୍ଗିଲେ ମଦ ଭାଟି

July 16, 2026

ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ରଥଯାତ୍ରା ଦେଖିବାକୁ ଲକ୍ଷାଧିକ ଭକ୍ତ ସମାଗମ

July 16, 2026

ବାଣପୁରରେ ଆରଏସଏସ ଓ ଏବିଭିପି ପକ୍ଷରୁ ରଥଯାତ୍ରା ସେବା କାର୍ଯ୍ୟ

July 16, 2026

ରଥଯାତ୍ରାରେ ପ୍ରବଳ ଭିଡ, ଠେଲାପେଲାରେ ଜଣେ ମୃତ, ଶତାଧିକ ଅସୁସ୍ଥ

July 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.