Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର କୋର୍ଟରେ ୭୭ ତମ ସ୍ୱାଧୀନତା ଦିବସ ପାଳିତ
ଆଞ୍ଚଳିକ

ବାଣପୁର କୋର୍ଟରେ ୭୭ ତମ ସ୍ୱାଧୀନତା ଦିବସ ପାଳିତ

August 15, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଣପୁର: ସାରା ଦେଶ ଆଜି ପାଳୁଛି ୭୭ ତମ ସ୍ୱାଧୀନତା ଦିବସ। ଏହି ପରିପ୍ରେକ୍ଷୀରେ ଖୋର୍ଦ୍ଧା ଜିଲ୍ଲା ବାଣପୁର କୋର୍ଟ ପରିସରରେ ଧୁମଧାମରେ ପାଳିତ ହୋଇଯାଇଛି ସ୍ୱାଧୀନତା ଦିବସ।

କୋର୍ଟ ପରିସରରେ ବରିଷ୍ଠ ଦେୱାନୀ ବିଚାରପତି ମନୋରଞ୍ଜନ ମିଶ୍ର ଜାତୀୟ ପତାକା ଉତ୍ତୋଳନ କରିବା ସହ ନିଜର ଅଭିଭାଷଣ ରଖିଥିଲେ। ଆଜିର ସମାଜରେ ନ୍ୟାୟିକ ବ୍ୟବସ୍ଥା ବହୁ ଚ୍ୟାଲେଞ୍ଜ ଦେଇ ଗତି କରୁଛି ବୋଲି ଶ୍ରୀ ମିଶ୍ର କହିଥିଲେ। ସଦାବେଳେ ଆମକୁ ଜନସାଧାରଣଙ୍କୁ ନ୍ୟାୟ ଦେବା ପାଇଁ ଯୁଗୋପଯୋଗୀ ପ୍ରକ୍ରିୟାକୁ ଅନୁକରଣ କରିବାକୁ ପଡ଼ିବ। ଆମ ଦେଶ ଉକ୍ତ ୭୬ ବର୍ଷ ମଧ୍ୟରେ ବହୁ ଉନ୍ନତି କରିଛି। କାଶ୍ମୀର ତାହାର ଏକଜ୍ୱଳନ୍ତ ଉଦାହରଣ। ଧାରା ୩୭୦ ଉଚ୍ଛେଦ ପରେ କାଶ୍ମୀର ଭାରତର ନ୍ୟାୟପ୍ରକ୍ରିୟା ସହ ସମାନ ହୋଇଛି। ସରକାର ଆଗକୁ ନ୍ୟାୟିକ ବ୍ୟବସ୍ଥାରେ ବିଭିନ୍ନ ଆଇନକୁ ପରିବର୍ତ୍ତନ କରିବେ ଏବଂ ନୂତନ ଆଇନ ଆମ ପାଇଁ ଚ୍ୟାଲେଞ୍ଜ ମଧ୍ୟ ସୃଷ୍ଟି କରିବ। ତେଣୁ ପୁରାତନ ଓ ନୂତନ ଉଭୟ ଆଇନ ସହ ଆମକୁ ସଂଶ୍ଲିଷ୍ଟ ହେବାକୁ ପଡିବ ଯାହା ଭବିଷ୍ୟତ ପାଇଁ ନ୍ୟାୟପାଳିକାରେ ବଡ଼ ଆହ୍ୱାନ ବୋଲି ଶ୍ରୀ ମିଶ୍ର କହିଥିଲେ।

ଏହି ଅବସରରେ ସମ୍ମାନିତ ଅତିଥି ଭାବେ କନିଷ୍ଠ ଦେୱାନୀ ବିଚାରପତି ସ୍ନାତକୀ ଦାସ ଉପସ୍ଥିତ ଥିଲେ। ଏହାପରେ ବାଣପୁର ଓକିଲ ସଂଘର ସଭାପତି ବୃନ୍ଦାବନ ପ୍ରଧାନ ଏବଂ ସମ୍ପାଦକ ସୁଧୀର ପ୍ରଧାନ ଓ ଅନ୍ୟ ବରିଷ୍ଠ ଓକିଲମାନେ ନିଜର ଅଭିଭାଷଣ ରଖିଥିଲେ। ଉକ୍ତ କାର୍ଯ୍ୟକ୍ରମରେ ଆଇନଜୀବୀ ରଞ୍ଜନ କୁମାର ବେଦମତ୍ତା, ଜଗଦୀଶ ପଟ୍ଟନାୟକ, ମହେନ୍ଦ୍ର ସାମନ୍ତସିଂହାର, ମନୋଜ ମହାପାତ୍ର, ସୁନୀଲ ମହାପାତ୍ର, ପ୍ରଦୀପ ସେଠି ଏବଂ ଅନ୍ୟ ସଦସ୍ୟ ମାନେ ସାମିଲ ଥିଲେ।

ବାଣପୁର କୋର୍ଟ ସ୍ୱାଧୀନତା ଦିବସ
Share. Facebook Twitter LinkedIn Email WhatsApp Copy Link

Related Posts

ବାଲୁଗାଁ ମହାବିଦ୍ୟାଳୟ ଓଡ଼ିଆ ସାହିତ୍ୟ ପରିଷଦର ବାର୍ଷିକ ସାରସ୍ୱତ ସମାରୋହ ଓ କବିତା ପାଠୋତ୍ସବ

January 31, 2026

ଦୁର୍ଗା ଚରଣ ଚିଲିକା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ସଡ଼କ ସୁରକ୍ଷା ସଚେତନତା ଶୋଭାଯାତ୍ରା

January 31, 2026

ଛତ୍ରପୁର ଆଶ୍ରମ ବିଦ୍ୟାଳୟର ବାର୍ଷିକ ଉତ୍ସବ

January 31, 2026

ବାଣପୁର ସାହାସପୁର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ୯୯ ତମ ପ୍ରତିଷ୍ଠା ଦିବସ ଓ ବାର୍ଷିକ ଉତ୍ସବ

January 30, 2026
Latest News

ଭାରତୀୟ ରେଳବାଇ ପାଇଁ 2.93 ଲକ୍ଷ କୋଟିର ରେକର୍ଡ ପୁଞ୍ଜି ବ୍ୟୟବରାଦ

February 2, 2026

ଆଜି ଫେବୃୟାରୀ ୨ ତାରିଖ ସୋମବାରରେ ଏହି ରାଶିଗୁଡିକ ଭାଗ୍ୟ ଖୋଲାଲି, ଜାଣନ୍ତୁ ରାଶିଫଳ

February 2, 2026

୧୯ ବର୍ଷରୁ କମ୍ ବିଶ୍ୱକପ୍ ରୁ ବିଦା ହେଲା ପାକିସ୍ତାନ: ସେମିଫାଇନାଲରେ ପ୍ରବେଶ କଲା ଭାରତ

February 1, 2026

Naveen Patnaik on Budget: ନବୀନ କହିଲେ ସମସ୍ତଙ୍କୁ ନିରାଶ କଲା କେନ୍ଦ୍ର ବଜେଟ

February 1, 2026

Union Budget 2026 କୁ ସ୍ୱାଗତ କରି ଏହା ଶିଳ୍ପ-ଅନୁକୂଳ ବୋଲି କହିଲା CII ଓଡ଼ିଶା

February 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.