Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବିଦ୍ୟାଳୟରେ ୭୭ତମ ସ୍ୱାଧୀନତା ଦିବସ ପାଳନ ସହ ଛାତ୍ରଛାତ୍ରୀଙ୍କୁ ପୁରସ୍କାର ପ୍ରଦାନ
ଆଞ୍ଚଳିକ

ବିଦ୍ୟାଳୟରେ ୭୭ତମ ସ୍ୱାଧୀନତା ଦିବସ ପାଳନ ସହ ଛାତ୍ରଛାତ୍ରୀଙ୍କୁ ପୁରସ୍କାର ପ୍ରଦାନ

August 15, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ରଣପୁର: ସାରା ଦେଶ ଆଜି ୭୭ତମ ସ୍ୱାଧୀନତା ଦିବସ ପାଳନ କରୁଛି। ଏହି ଅବସରରେ ରଣପୁର ବ୍ଲକ ବଜ୍ରକୋଟ ପ୍ରାଥମିକ ବିଦ୍ୟାଳୟରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସୁଶୀଲ କୁମାର ରଣାଙ୍କ ତତ୍ୱାବଧାନରେ ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି।

ସକାଳ ୬ ଟାରେ ପିଲାମାନେ ରାମଧୂନ ଗୀତ ଗାଇବା ସହ ବିଭିନ୍ନ ସ୍ଲୋଗାନ ଦେଇ ପିଲାମାନେ ଗାଁ ବୁଲିଥିଲେ। ଏହାପରେ ବିଦ୍ୟାଳୟରେ ସକାଳ ୭.୩୦ ଘଟିକା ସମୟରେ ପ୍ରଧାନ ଶିକ୍ଷକ ଶ୍ରୀ ରଣାଙ୍କ ଦ୍ୱାରା ପତାକା ଉତ୍ତୋଳନ କରାଯାଇଥିଲା। ଏହା ପରେ ଜାତୀୟ ସଙ୍ଗୀତ, ରଘୁପତି ରାଘବ ଆଦି ସଙ୍ଗୀତ ଗାନ କରାଯାଇ ଜାତୀୟ ପତାକାକୁ ସମ୍ମାନ ପ୍ରଦର୍ଶନ କରାଯାଇଥିଲା। ଉପସ୍ଥିତ ଅତିଥିମାନେ କୁନି କୁନି ପିଲାମାନଙ୍କୁ ସ୍ୱାଧୀନତା ଦିବସ ଓ ବିଭିନ୍ନ ସ୍ୱାଧୀନତା ସଂଗ୍ରାମୀଙ୍କ ବିଷୟରେ ବୁଝାଇ ଥିଲେ।

ଏହା ପରେ ଏକ ସଭାକାର୍ଯ୍ୟ ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଶିକ୍ଷାବିତ ଲକ୍ଷ୍ମୀଧର ସାହୁ ଯୋଗଥିବା ବେଳେ ସମ୍ମାନିତ ଅତିଥି ଭାବେ ବିଦ୍ୟାଳୟ ପରିଚାଳନା କମିଟି ସଭାପତି ଅବକାଶ ସ୍ୱାଇଁ ଯୋଗ ଦେଇଥିଲେ। ଅନ୍ୟତମ ଅତିଥିମାନଙ୍କ ମଧ୍ୟରେ ରବିନ୍ଦ୍ର ସଂଗ୍ରାମସିଂହ, ଚନ୍ଦ୍ରକାନ୍ତ ମଙ୍ଗରାଜ, ଚନ୍ଦ୍ରକାନ୍ତି ସ୍ୱାଇଁ ପ୍ରମୁଖ ଉପସ୍ଥିତ ଥିଲେ।

ମୁଖ୍ୟ ଅତିଥି ଭାବେ ଶିକ୍ଷାବିତ ଶ୍ରୀ ସାହୁ ଯୋଗ ଦେଇ ପିଲାମାନଙ୍କୁ ସ୍ୱାଧୀନତା ଦିବସର ମହତ୍ୱ ବିଷୟରେ ପିଲାମାନଙ୍କୁ ବୁଝାଇ ଥିଲେ। ଏହା ସହିତ ପିଲାମାନଙ୍କ ମଧ୍ୟରର ଭାଷଣ, ନୃତ୍ୟ, ଚିତ୍ରାଙ୍କନ, ସଙ୍ଗୀତ ଇତ୍ୟାଦି କ୍ଷେତ୍ରରେ ପ୍ରତିଯୋଗିତା କରାଯାଇ ପ୍ରଥମ, ଦ୍ଵିତୀୟ, ତୃତୀୟ ସ୍ଥାନ ଅଧିକାର କରିଥିବା ଛାତ୍ରଛାତ୍ରୀମାନଙ୍କୁ ମେଡାଲ ଦିଆ ଯାଇ ମୁଖ୍ୟ ଅତିଥିଙ୍କ ଦ୍ୱାରା ପୁରସ୍କୃତ କରାଯାଇଥିଲା।

ଅଙ୍ଗନବାଡି କର୍ମୀ ପୁଷ୍ପମଞ୍ଜରୀ ଦେଇ, କାନନବାଳା ସାହୁ ପ୍ରମୁଖ ଯୋଗ ଦେଇ କାର୍ଯ୍ୟକ୍ରମର ସୁପରିଚାଳନା କରିଥିଲେ। ବିଦ୍ୟାଳୟର ସହକାରୀ ଶିକ୍ଷୟତ୍ରୀ ପଦ୍ମାବତୀ ବେହେରା, ଶିକ୍ଷକ ପ୍ରଦୀପ ସେନାଗୁପ୍ତା ଓ ସମସ୍ତ ପାଚିକାମାନେ ପୂର୍ଣ୍ଣ ସହଯୋଗ କରି କାର୍ଯ୍ୟକ୍ରମର ସଫଳ ରୂପାୟନ କରିଥିଲେ। ଗ୍ରାମବାସୀମାନେ ମଧ୍ୟ ଏଥିରେ ପୂର୍ଣ୍ଣ ସହଯୋଗ କରିଥିଲେ।

ପୁରସ୍କାର ପ୍ରଦାନ ରଣପୁର ବ୍ଲକ ସ୍ୱାଧୀନତା ଦିବସ
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର କୋର୍ଟ ପରିସରରେ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

March 14, 2026

ବାଲୁଗାଁ: ସାମ୍ବାଦିକଙ୍କ ମାତୃ ବିୟୋଗ

March 12, 2026

ଗୋଦାବରୀଶ ମହାବିଦ୍ୟାଳୟରେ ସଡ଼କ ସୁରକ୍ଷା ଉପରେ ଡିଜିଟାଲ ଭିଡିଓ ପ୍ରଦର୍ଶନ କାର୍ଯ୍ୟକ୍ରମ

March 11, 2026

ବାଣପୁର ତାଲୁକ ଆଇନ ସେବା ସମିତି ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ପାଳନ

March 10, 2026
Latest News

କଟକ ଏସସିବି ଅଗ୍ନିକାଣ୍ଡ ଘଟଣାରେ ଦୁଃଖ ପ୍ରକାଶ କଲେ ନବୀନ ପଟ୍ଟନାୟକ, କହିଲେ….

March 16, 2026

କଟକ ମେଡିକାଲ ଅଗ୍ନିକାଣ୍ଡ ଘଟଣା, ମୃତକଙ୍କ ପରିବାର ବର୍ଗଙ୍କୁ ୨୫ ଲକ୍ଷ ଟଙ୍କା ଅନୁକମ୍ପା ରାଶି ଘୋଷଣା

March 16, 2026

କଟକ ମେଡିକାଲରେ ଭୟଙ୍କର ଅଗ୍ନିକାଣ୍ଡ, ୧୦ ମୃତ, ସଂଖ୍ୟା ବଢିବା ଆଶଙ୍କା

March 16, 2026

ଆଫଗାନିସ୍ତାନ ଉପରେ ପାକିସ୍ତାନୀର ବିମାନ ଆକ୍ରମଣ: କଡ଼ା ନିନ୍ଦା କଲା ଭାରତ

March 16, 2026

ଓଡ଼ିଶା ଓମେନ୍ ଇନ୍ ମିଡିଆର ବୃତ୍ତିଗତ ଦାୟିତ୍ୱ ଓ ବ୍ୟକ୍ତିଗତ ସୁଖର ସନ୍ତୁଳନ ଉପରେ ଆଲୋଚନା

March 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.