Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଟାଙ୍ଗୀ: ବଳରାମ ଦେବ ବିଦ୍ୟାପୀଠର ମେଧାବୀ ଛାତ୍ରଛାତ୍ରୀମାନଙ୍କୁ ପୁରସ୍କୃତ କଲେ ପୁରାତନ ଛାତ୍ର
ଆଞ୍ଚଳିକ

ଟାଙ୍ଗୀ: ବଳରାମ ଦେବ ବିଦ୍ୟାପୀଠର ମେଧାବୀ ଛାତ୍ରଛାତ୍ରୀମାନଙ୍କୁ ପୁରସ୍କୃତ କଲେ ପୁରାତନ ଛାତ୍ର

August 16, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ଟାଙ୍ଗୀ: ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ବ୍ଲକ ଅନ୍ତର୍ଗତ ବଳରାମ ଦେବ ବିଦ୍ୟାପୀଠରେ ସ୍ଵାଧୀନତା ଦିବସ ପ୍ୟାରେଡ ଉତ୍ସବ ଧୂମଧାମରେ ପାଳିତ ହୋଇଯାଇଛି। ଏହି ଅବସରରେ ଉକ୍ତ ବିଦ୍ୟାଳୟର ପୁରାତନ ଛାତ୍ର ୧୯୯୭ ବ୍ୟାଚ ପକ୍ଷରୁ ମେଧାବୀ ଛାତ୍ରଛାତ୍ରୀମାନଙ୍କୁ ପୁରସ୍କୃତ କରାଯାଇଛି। ୨୦୨୨-୨୩ ଶିକ୍ଷା ବର୍ଷରେ ଷଷ୍ଠ ଶ୍ରେଣୀରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶ୍ରେଣୀରେ ପ୍ରଥମ ସ୍ଥାନ ଅଧିକାର କରିଥିବା ଛାତ୍ରଛାତ୍ରୀମାନଙ୍କୁ ପୁରସ୍କୃତ କରାଯାଇଛି।

ତେବେ ଷଷ୍ଠ ଶ୍ରେଣୀର ଭାଗ୍ୟଲକ୍ଷ୍ମୀ ପାତ୍ର, ସପ୍ତମ ଶ୍ରେଣୀର ଅଂଶୁମାନ ବେହେରା, ଅଷ୍ଟମ ଶ୍ରେଣୀର ଶୁଭଲକ୍ଷ୍ମୀ ସାମନ୍ତରାୟ, ନବମ ଶ୍ରେଣୀର ସ୍ୱୟମ୍ ପ୍ରକାଶ ମହାପାତ୍ରଙ୍କୁ ଟ୍ରଫି ପ୍ରଦାନ କରାଯାଇଥିବା ବେଳେ ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷାରେ ବିଦ୍ୟାଳୟର ଟପ୍ପର ହୋଇଥିବା ପପୁନ ପାତ୍ରଙ୍କୁ ଟ୍ରଫି ସହ ୫ ହଜାର ଟଙ୍କା ପୁରସ୍କାର ରାଶି ପ୍ରଦାନ କରାଯାଇଛି।

ସେହିଭଳି ବ୍ରହ୍ମପୁର ଏନ ସି ସି କ୍ୟାମ୍ପରେ ଗୁଳି ଚାଳନାରେ ପ୍ରଥମ ସ୍ଥାନ ହାସଲ କରି ବିଦ୍ୟାଳୟକୁ ଗୌରବାନ୍ଵିତ କରିଥିବା ଏବଂ ସ୍ୱାଧୀନତା ଦିବସ ପ୍ୟାରେଡରେ କି ବୋର୍ଡ ବାଦନ କରି ଅନନ୍ୟ ପ୍ରତିଭା ପ୍ରଦର୍ଶନ ପାଇଁ ବିଶ୍ଵଜିତ ପାତ୍ରଙ୍କୁ ମଧ୍ୟ ପୁରାତନ ଛାତ୍ରମାନଙ୍କ ଦ୍ଵାରା ସମ୍ବର୍ଦ୍ଧିତ କରାଯାଇଛି।

ଉଲ୍ଲେଖ ଯୋଗ୍ୟ ଯେ, ଉକ୍ତ ବିଦ୍ୟାଳୟର ୧୯୯୭ ବ୍ୟାଚର ପୁରାତନ ଛାତ୍ରମାନେ ନିଜ ବିଦ୍ୟାଳୟର ଉନ୍ନତି ଏବଂ ଛାତ୍ରଛତ୍ରୀମାନଙ୍କୁ ଉତ୍ସାହିତ କରିବା ପାଇଁ ସେମାନେ ଏକ ଅଭିନବ ପ୍ରୟାସ କରୁଛନ୍ତି। କେବଳ ପାଠ ପଢାରେ ନୁହେଁ ପିଲାମାନଙ୍କର ଅନ୍ୟ ପ୍ରତିଭା ଯଥା- ଖେଳ, ସଙ୍ଗୀତ, କଳା ଇତ୍ୟାଦି କ୍ଷେତ୍ରରେ ବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ଆଗ୍ରହ ସୃଷ୍ଟି କରିବା ଓ ଦକ୍ଷତା ଥିବା ପିଲାମାନଙ୍କୁ ସମ୍ମାନିତ କରିବା ପାଇଁ ଗତ ବର୍ଷ ଠାରୁ ଏହି ପ୍ରୟାସ ଜାରି ରଖିଛନ୍ତି। ତେଣୁ ଗତ ବର୍ଷଠାରୁ ସେମାନେ ବିଦ୍ୟାଳୟର ମେଧାବୀ ଏବଂ ଅନନ୍ୟ ପ୍ରତିଭା ପ୍ରଦର୍ଶନ କରୁଥିବା ଛାତ୍ରଛାତ୍ରୀମାନଙ୍କୁ ପୁରସ୍କୃତ କରିଆସୁଛନ୍ତି।

ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ବିଶ୍ୱଜିତ୍ ପଲେଇ, ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ସୁନିଲ ମହାନ୍ତି ଓ ଅନ୍ୟମାନେ ଯୋଗ ଦେଇଥିବା ବେଳେ ପୁରାତନ ଛାତ୍ର ଅଜିତ୍ କୁମାର ମହାପାତ୍ର, ଭଗବାନ ସାହୁ, ଲକ୍ଷ୍ମୀକାନ୍ତ ପାତ୍ର, ଦିବ୍ୟସିଂହ ସାମନ୍ତରାୟ ଓ ସୂର୍ଯ୍ୟକାନ୍ତ ପ୍ରଧାନ ପ୍ରମୁଖ ସହଯୋଗ କରିଥିଲେ।

ଟାଙ୍ଗୀ ବଳରାମ ଦେବ ବିଦ୍ୟାପୀଠ ମେଧାବୀ ଛାତ୍ରଛାତ୍ରୀ
Share. Facebook Twitter LinkedIn Email WhatsApp Copy Link

Related Posts

ଗାଲୁଆ ଗ୍ରାମ ପଂଚାୟତରେ ‘ପଲ୍ଲୀରେ ପ୍ରଶାସନ’ ଜନଶୁଣାଣି

February 23, 2026

ପୋଖରୀରୁ ଯୁବକଙ୍କ ମୃତଦେହ ଉଦ୍ଧାର

February 22, 2026

ବାଣପୁର: ପଦ୍ମଶ୍ରୀ ଉପେନ୍ଦ୍ର ମହାରଥିଙ୍କ ରାଜ୍ୟସ୍ତରୀୟ ଶ୍ରାଦ୍ଧୋତ୍ସବ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ

February 22, 2026

ମୁଟୁରୁମୁଣ୍ଡା ସେବାଶ୍ରମ ବିଦ୍ୟାଳୟରେ ଆନ୍ତର୍ଜାତୀୟ ମାତୃଭାଷା ଦିବସ ପାଳିତ

February 21, 2026
Latest News

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମାନବ-କୈନ୍ଦ୍ରିକ ଏଆଇ ଯାତ୍ରା

February 23, 2026

ଭାରତୀୟ ବାୟୁସେନାର ବଡ଼ କାର୍ଯ୍ୟାନୁଷ୍ଠାନ: ବନ୍ଦ ହେଲା ତେଜସ୍ ଲଢ଼ୁଆ ବିମାନର ଉଡ଼ାଣ

February 23, 2026

ଜାତୀୟ ମୁଦ୍ରୀକରଣ ପାଇପଲାଇନ୍‌ ୨.୦ର ଶୁଭାରମ୍ଭ କଲେ କେନ୍ଦ୍ର ଅର୍ଥମନ୍ତ୍ରୀ

February 23, 2026

ଗଞ୍ଜାମରେ ଜନଗଣନା–୨୦୨୭ ର ‘ହାଉସ୍ ଲିଷ୍ଟିଙ୍ଗ ଓ ହାଉସିଂ ସେନସସ୍’ ସମ୍ପର୍କିତ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

February 23, 2026

ଏମ୍ସ ଭୁବନେଶ୍ବରରେ ଅତ୍ୟାଧୁନିକ ଲିଭର ଟ୍ରାନ୍ସପ୍ଲାଣ୍ଟ ୟୁନିଟ୍ ଏବଂ ରୋବୋଟିକ୍ ସର୍ଜରୀ ସିଷ୍ଟମକୁ ଉଦ୍ଘାଟିତ

February 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.