Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଛତିଶଗଡ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନଙ୍କ ବାଣପୁର ଗସ୍ତ: ଜାଣନ୍ତୁ ସଂପୂର୍ଣ୍ଣ ବିବରଣୀ
ଆଞ୍ଚଳିକ

ଛତିଶଗଡ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନଙ୍କ ବାଣପୁର ଗସ୍ତ: ଜାଣନ୍ତୁ ସଂପୂର୍ଣ୍ଣ ବିବରଣୀ

August 22, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଣପୁର: ଆସନ୍ତାକାଲି ଜନ୍ମମାଟି ବାଣପୁର ଆସିବେ ଛତିଶଗଡ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ। ରାଜ୍ୟପାଳଙ୍କ ଗସ୍ତ ପୁର୍ବରୁ ତତ୍ପର ହୋଇଉଠିଛି ପ୍ରଶାସନ। ସୁରକ୍ଷା ଦୃଷ୍ଟିରୁ ବ୍ୟାପକ ପୋଲିସ ମୁତୟନ କରାଯାଇଛି।

ଅପରପକ୍ଷେ ଛତିଶଗଡ ପୋଲିସ ମଧ୍ୟ ବାଣପୁରରେ ପଇଁତରା ମାରୁଛି। ତେବେ ଶ୍ରୀ ହରିଚନ୍ଦନ ଆସନ୍ତାକାଲି ଭୁବନେଶ୍ୱର ସ୍ଥିତ ବାସଭବନରୁ ବାହାରି ଦିବା ୧୧.୩୦ ମିନିଟ ସମୟରେ ନାଚୁଣୀ ସ୍ଥିତ ପୂର୍ବତନ ବିଧାୟକ ତଥା ରାଜ୍ୟପାଳଙ୍କ ଭାଇ ଡଃ ବିଭୁତି ଭୂଷଣ ହରିଚନ୍ଦନଙ୍କ ବାସଭବନରେ ପହଞ୍ଚିବେ। ସେଠାରେ ରାଜ୍ୟପାଳ ଦୀର୍ଘ ତିନି ଘଣ୍ଟା ଅବସ୍ଥାପନ କରିବେ।

ଏହି ଅବସରରେ ଚିଲିକା ନିର୍ବାଚନମଣ୍ଡଳୀର ବିଶିଷ୍ଟ ବ୍ୟକ୍ତିବିଶେଷ ମାନେ ରାଜ୍ୟପାଳଙ୍କ ସହ ଭେଟିବେ ଓ ସମ୍ବର୍ଦ୍ଧନା ଦେବେ। ଏହାପରେ ଅପରାହ୍ନ ୩ ଘଟିକା ସମୟରେ ରାଜ୍ୟପାଳ ନିଜର ଜନ୍ମସ୍ଥାନ ଗୋଡ଼ିଝର ଗ୍ରାମ ସ୍ଥିତ ବାସଭବନରେ ପହଞ୍ଚିବେ। ସେ ନିଜ ପିତାଙ୍କ ଆରଧ୍ୟ ଠାକୁର ବାଲୁଙ୍କେଶ୍ବର ଦେବଙ୍କୁ ଦର୍ଶନ କରିବେ। ଏଥିସହିତ ସେ ନିଜ ପିତାମାତାଙ୍କ ସମାଧିସ୍ଥଳରେ ମଧ୍ୟ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବେ।

ଏହାପରେ ଅପରାହ୍ନ ୪ ଘଟିକା ସମୟରେ ରାଜ୍ୟପାଳ ଗମ୍ଭାରୀମୁଣ୍ଡା ଗସ୍ତ କରିବେ।  ସେଠାରେ ବିଭିନ୍ନ ସାମାଜିକ ସଂଗଠନ ରାଜ୍ୟପାଳଙ୍କୁ ସମ୍ବର୍ଦ୍ଧନା ଦେବେ।

ଏହାପରେ ଅପରାହ୍ନ ୫.୩୦ ଘଟିକା ସମୟରେ ରାଜ୍ୟପାଳ ବାଣପୁର ମା’ ଭଗବତୀ ମନ୍ଦିର ପହଞ୍ଚି ମା’ ଙ୍କ ଦର୍ଶନ କରିବେ। ସେଠାରେ କିଛି ସମୟ ଅତିବାହିତ କଲାପରେ ସେ ଭୁବନେଶ୍ୱର ବାସଭବନ ଫେରିଯିବାର କାର୍ଯ୍ୟକ୍ରମ ରହିଛି।

ଛତିଶଗଡ ରାଜ୍ୟପାଳ ବାଣପୁର ଗସ୍ତ ବିଶ୍ୱଭୂଷଣ ହରିଚନ୍ଦନ ସଂପୂର୍ଣ୍ଣ ବିବରଣୀ
Share. Facebook Twitter LinkedIn Email WhatsApp Copy Link

Related Posts

ଉତ୍କଳ ଦିବସ ଉପଲକ୍ଷେ ବରପୁତ୍ରମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ବାଣପୁରବାସୀ

April 2, 2026

ପଣ୍ଡିତ ଦୀନଦୟାଲ ଉପାଧ୍ୟାୟ ପ୍ରଶିକ୍ଷଣ ମହାଅଭିଯାନ’ ର ସିଦ୍ଧେଶ୍ୱରୀ ମଣ୍ଡଳ ପ୍ରଶିକ୍ଷଣ ବର୍ଗ ଉଦଘାଟିତ

April 1, 2026

ବାଣପୁରରେ ଖୋଲିଲା ଯୋଗ ଶିକ୍ଷା କେନ୍ଦ୍ର: କ୍ୟାରିଅର ଗଢିବା ପାଇଁ ପାଠ୍ୟକ୍ରମ ବ୍ୟବସ୍ଥା

March 31, 2026

ଚିଲିକାରାଣୀ ଇଂରାଜୀ ମାଧ୍ୟମିକ ବିଦ୍ୟାଳୟର ୪୪ ତମ ବାର୍ଷିକ ଉତ୍ସବ

March 30, 2026
Latest News

ବିଶ୍ୱର ସର୍ବବୃହତ କ୍ଷମତା ବିକାଶ କାର୍ଯ୍ୟକ୍ରମ ଆୟୋଜନ କଲା ଭାରତ

April 2, 2026

ରାଜ୍ୟସଭାର ଉପନେତା ପଦରୁ ହଟାଇବା ପରେ ରାଘବ ଚଢାଙ୍କ ପ୍ରଥମ ପୋଷ୍ଟ: ସେୟାର କଲେ ଭିଡିଓ

April 2, 2026

ରଣପୁରର ବିଭିନ୍ନ ସ୍ଥାନରେ ଗ୍ୟାସ କଳାବଜାରୀ ଉପରେ ଚଢ଼ାଉ

April 2, 2026

ବଢୁଥିବା ଗ୍ରୀଷ୍ମ ପ୍ରବାହକୁ ଦେଖି ସ୍କୁଲ ସମୟ ସକାଳୁଆ କରିବାକୁ ଓଷ୍ଟାର ଦାବି

April 2, 2026

ଖୋର୍ଦ୍ଧା ସହରରେ ୨୪ ଘଣ୍ଟିଆ ପାନୀୟ ଜଳ ଯୋଗାଣ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ

April 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.