ବାଲୁଗାଁ-ବାଣପୁର ବାଇପାସରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଜଣେ ଗୁରୁତର

Published: Aug 25, 2023, 7:31 pm IST

ବାଲୁଗାଁ (ସୀତାରାମ ଅଗ୍ରୱାଲ): ଖୋର୍ଦ୍ଧା ଜିଲ୍ଲା ୧୬ ନଂ ଜାତୀୟ ରାଜପଥ ଅନ୍ତର୍ଗତ ବାଲୁଗାଁ-ବାଣପୁର ବାଇପାସ ବେଲପଡା ଛକ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଯେଉଁଥିରେ ଜଣେ ଗୁରୁତର ଭାବେ ଆହତ ହୋଇଛନ୍ତି।

ଖବର ମୁତାବକ ଆଜି ଅପରାହ୍ନରେ ଏକ କୁକୁଡ଼ା ବୋଝେଇ ଗାଡି ଯାଉଥିବା ବେଳେ ପଛ ପାର୍ଶ୍ୱରୁ ଏକ ଧାନ ବୋଝେଇ ପିକଅପ ଧକ୍କା ଦେଇଥିଲା। ଯାହାଫଳରେ ପିକଅପରରେ ବସିଥିବା ଭୀମପୁର ଗ୍ରାମର ନାରାୟଣ ସାହୁଙ୍କ ପୁଅ ଅକ୍ଷୟ କୁମାର ସାହୁ (୫୦) ଗୁରୁତର ଆହତ ହୋଇଛନ୍ତି। ସ୍ଥାନୀୟ ଲୋକଙ୍କ ସହାୟତାରେ ଆହତଙ୍କୁ ବାଲୁଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ମାତ୍ର ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ଭୁବନେଶ୍ୱର ଏମ୍ସ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଥିବା ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରିଣୀ ରଶ୍ମି ରେଖା ଜେନା କହିଛନ୍ତି। ଦୁର୍ଘଟଣା ସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛି।

Related posts