Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ପ୍ରାଥମିକ ଶିକ୍ଷାରୁ ଠିକା ନିଯୁକ୍ତି ଉଚ୍ଛେଦ ସହ ବିଭନ୍ନ ଦାବୀ: ବାଣପୁର ବିଇଓ ଅଫିସରେ ଗଣଧାରଣା
ଆଞ୍ଚଳିକ

ପ୍ରାଥମିକ ଶିକ୍ଷାରୁ ଠିକା ନିଯୁକ୍ତି ଉଚ୍ଛେଦ ସହ ବିଭନ୍ନ ଦାବୀ: ବାଣପୁର ବିଇଓ ଅଫିସରେ ଗଣଧାରଣା

September 11, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଣପୁର (ସୀତାରାମ ଅଗ୍ରୱାଲ): ପ୍ରାଥମିକ ଶିକ୍ଷାରୁ ଠିକା ନିଯୁକ୍ତି ଉଚ୍ଛେଦ ସହ ବିଭନ୍ନ ଦାବୀ ନେଇ ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଙ୍ଘ, ବାଣପୁର ତରଫରୁ ବିଇଓ ଅଫିସରେ ଗଣଧାରଣା ଦିଆଯାଇଛି। ଉକ୍ତ ଆନ୍ଦୋଳନ ରାଜ୍ୟ ବ୍ୟାପି ଚାଲିଥିବା ବେଳେ ବାଣପୁର ବ୍ଲକର ସଭାପତି ବିଭୁତି ଭୂଷଣ ସ୍ୱାଇଁ ଓ ସମ୍ପାଦକ ବିଭୁତି ଭୂଷଣ ଦାସଙ୍କ ନେତୃତ୍ୱରେ ୧୦୮ ଟି ସ୍କୁଲର ୪୬୦ ଜଣ ଶିକ୍ଷକ ଶିକ୍ଷୟିତ୍ରୀ ସାମିଲ ହୋଇଛନ୍ତି।

ପ୍ରକାଶ ଥାଉକି ରାଜ୍ୟବ୍ୟାପୀ ଗତ ଆଠ ତାରିଖରୁ ଆନ୍ଦୋଳନ ପାଇଁ ଡାକରା ଦିଆଯାଇଥିବା ବେଳେ ଏଠାରେ ଆଜିଠାରୁ ଆନ୍ଦୋଳନ ଆରମ୍ଭ କରାଯାଇଛି। ସ୍କୁଲ ଗୁଡିକରେ ମଧ୍ୟାହ୍ନ ଭୋଜନ ବନ୍ଦ ନ କରିବା ପାଇଁ ପଚାଶ ପ୍ରତିଶତ ଶିକ୍ଷକ ପ୍ରତ୍ୟେକ ଦିନ ଆନ୍ଦୋଳନରେ ସାମିଲ ହେବେ ବୋଲି ସଭାପତି ବିଭୁତି ଭୂଷଣ ସ୍ୱାଇଁ ପ୍ରକାଶ କରିଛନ୍ତି। ଶିକ୍ଷକ ଶିକ୍ଷୟତ୍ରୀଙ୍କ ମଧ୍ୟରେ ଓପିଏସ, ଏନପିଏସ, ଗଣଶିକ୍ଷକ, କନିଷ୍ଠ ଶିକ୍ଷକ ଓ ପିଟିଆଇ ବର୍ଗର ଶିକ୍ଷକ ମାନେ ଏହି ଆନ୍ଦୋଳନରେ ସାମିଲ ହୋଇଛନ୍ତି। ଠିକା ନିଯୁକ୍ତି ଉଚ୍ଛେଦ, ଏକ୍ସ କ୍ୟାଡର, କଳା ଓ କ୍ରୀଡା ଶିକ୍ଷକ ମାନଙ୍କୁ ଶିକ୍ଷକର ମାନ୍ୟତା, ସବୁ ବର୍ଗର ଶିକ୍ଷକ ମାନଙ୍କୁ କେନ୍ଦ୍ରୀୟ ହାରରେ ବେତନ ଏବଂ ନୂତନ ପେନସନ ବ୍ୟବସ୍ଥା ଉଛେଦ କରି ପୁରୁଣା ପେନସନ ବ୍ୟବସ୍ଥା ଲାଗୁ କରିବା ଦାବୀ ଗୁଡିକ ପୂରଣ ପାଇଁ ଶିକ୍ଷକ ସଙ୍ଘ ତରଫରୁ ଦାବୀ କରାଯାଇଛି।

ଆନ୍ଦୋଳନ ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ଚାଲୁ ରହିବା ସହ ଉପରୋକ୍ତ ଦାବୀ ଗୁଡିକ ଯଦି ସରକାର ପୂରଣ ନ କରନ୍ତି ତେବେ ସାମୁହିକ ଛୁଟିରେ ରହି ସ୍କୁଲ ସମ୍ପୂର୍ଣ୍ଣ ବନ୍ଦ କରିବାକୁ ସଙ୍ଘ ନିଷ୍ପତ୍ତି ନେଇଥିବା ସମ୍ପାଦକ ବିଭୁତି ଭୂଷଣ ଦାସ ମତବ୍ୟକ୍ତ କରିଛନ୍ତି।

ଗଣଧାରଣା ଠିକା ନିଯୁକ୍ତି ଉଚ୍ଛେଦ ପ୍ରାଥମିକ ଶିକ୍ଷା ବାଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

ନାକଟିଦେଉଳ ବ୍ଲକରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ

February 2, 2026

ବାଲୁଗାଁ ମହାବିଦ୍ୟାଳୟ ଓଡ଼ିଆ ସାହିତ୍ୟ ପରିଷଦର ବାର୍ଷିକ ସାରସ୍ୱତ ସମାରୋହ ଓ କବିତା ପାଠୋତ୍ସବ

January 31, 2026

ଦୁର୍ଗା ଚରଣ ଚିଲିକା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ସଡ଼କ ସୁରକ୍ଷା ସଚେତନତା ଶୋଭାଯାତ୍ରା

January 31, 2026

ଛତ୍ରପୁର ଆଶ୍ରମ ବିଦ୍ୟାଳୟର ବାର୍ଷିକ ଉତ୍ସବ

January 31, 2026
Latest News

ସିଏସଆଇଆର-ଆଇଏମଏମଟି ପରିଦର୍ଶନ କଲେ ତେଲଙ୍ଗାନା ଗଣମାଧ୍ୟମ ପ୍ରତିନିଧି

February 3, 2026

କାର ସହ କେଜି ଗଂଜେଇ ଜବତ, ଜଣେ ଗିରଫ

February 3, 2026

ଫକୀର ମୋହନ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ସମାରୋହରେ ଯୋଗ ଦେଲେ ରାଷ୍ଟ୍ରପତି

February 3, 2026

“ଚାଷୀଙ୍କ ରକ୍ତକୁ ଶୋଷଣ କରିଛି ସରକାର”: ଭାରତ-ଆମେରିକା ବାଣିଜ୍ୟ ଚୁକ୍ତି ଉପରେ ରାହୁଲ ଗାନ୍ଧୀଙ୍କ ପ୍ରଶ୍ନ 

February 3, 2026

ଜିଓ-ବ୍ଲାକରକ୍ ଇନଭେଷ୍ଟମେଣ୍ଟ ଆଡ଼ଭାଇଜର୍ସ ପକ୍ଷରୁ ‘ବ୍ୟକ୍ତିଗତ ନିବେଶ ପରାମର୍ଶ’ ଶୁଭାରମ୍ଭ

February 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.