Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର: ପ୍ରାଥମିକ ଶିକ୍ଷକମାନଙ୍କ ଧାରଣା ସ୍ଥଳରେ ପହଞ୍ଚିଲେ ପୃଥ୍ୱୀରାଜ ହରିଚନ୍ଦନ, ରାଜ୍ୟ ସରକାରଙ୍କୁ କଲେ ଟାର୍ଗେଟ
ଆଞ୍ଚଳିକ

ବାଣପୁର: ପ୍ରାଥମିକ ଶିକ୍ଷକମାନଙ୍କ ଧାରଣା ସ୍ଥଳରେ ପହଞ୍ଚିଲେ ପୃଥ୍ୱୀରାଜ ହରିଚନ୍ଦନ, ରାଜ୍ୟ ସରକାରଙ୍କୁ କଲେ ଟାର୍ଗେଟ

September 16, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଣପୁର (ସୀତାରାମ ଅଗ୍ରୱାଲ): ଖୋର୍ଦ୍ଧା ଜିଲ୍ଲା ବାଣପୁର ବ୍ଲକର ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ଶିକ୍ଷକ ଛୁଟିରେ ଅଛନ୍ତି। ସ୍କୁଲ ଗୁଡିକରେ ତାଲା ଝୁଲୁଛି। ସମସ୍ତ ୧୨୭ ଟି ସ୍କୁଲର ଶିକ୍ଷକ ଗତ ୮ ତାରିଖରୁ ବ୍ଲକ ଶିକ୍ଷଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣାରେ ବସିରହିଛନ୍ତି।

ପ୍ରାଥମିକ ଶିକ୍ଷା ବର୍ଗରେ ଠିକା ନିଯୁକ୍ତି ଉଚ୍ଛେଦ ସହ ବିଭନ୍ନ ଦାବୀ ନେଇ ଆନ୍ଦୋଳନ ରାଜ୍ୟ ବ୍ୟାପି ଚାଲିଥିବା ବେଳେ ବାଣପୁର ବ୍ଲକର ସଭାପତି ବିଭୁତି ଭୂଷଣ ସ୍ୱାଇଁ ଓ ସମ୍ପାଦକ ବିଭୁତି ଭୂଷଣ ଦାସଙ୍କ ନେତୃତ୍ୱରେ ୧୦୮ ଟି ସ୍କୁଲର ୪୬୦ ଜଣ ଶିକ୍ଷକ ଶିକ୍ଷୟିତ୍ରୀ ଉକ୍ତ ଆନ୍ଦୋଳନରେ ସାମିଲ ହୋଇଛନ୍ତି।

ଏହି ପରିପ୍ରେକ୍ଷୀରେ ଆଜି ବରିଷ୍ଠ ବିଜେପି ନେତା ପୃଥ୍ୱୀରାଜ ହରିଚନ୍ଦନ, ବ୍ଲକ ଅଧ୍ୟକ୍ଷ ଅମରେନ୍ଦ୍ର ରଣସିଂହ, ସମାଜସେବୀ ଜିତେନ୍ଦ୍ର ନାଥ ଭୋଳ, ଭେଟେଶ୍ୱର ସରପଞ୍ଚ ସାବିତ୍ରୀ ଭୋଳଙ୍କ ସମେତ ବହୁ ବିଜେପି ନେତୃତ୍ୱ ଧାରଣା ସ୍ଥଳରେ ପହଞ୍ଚି ଶିକ୍ଷକ ମାନଙ୍କ ଆନ୍ଦୋଳନକୁ ନୈତିକ ସମର୍ଥନ ଜଣାଇଥିଲେ। ପୃଥ୍ୱୀରାଜ ହରିଚନ୍ଦନ ଶିକ୍ଷକମାନଙ୍କୁ ଉଦବୋଧନ ଦେଇ ରାଜ୍ୟ ସରକାରଙ୍କ ଠିକା ନିଯୁକ୍ତିକୁ ନା ପସନ୍ଦ କରିବା ସହ ସରକାର ଯଥାଶୀଘ୍ର ଶିକ୍ଷକମାନଙ୍କର ଦାବିଗୁଡ଼ିକୁ ଗ୍ରହଣ କରିବାକୁ ଦାବୀ କରିଛନ୍ତି।

ବିଜେପି ଆପଣମାନଙ୍କ ଆନ୍ଦୋଳନରେ ସମ୍ପୂର୍ଣ୍ଣ ସହଯୋଗ କରିବା ସହ ପଥର ଭଳି ଛିଡା ହୋଇଥିବାର ମତ ରଖିଥିଲେ ଶ୍ରୀ ହରିଚନ୍ଦନ। ତେଣୁ ଶିକ୍ଷକ ମାନଙ୍କର ଆନ୍ଦୋଳନ ଦ୍ୱାରା ପିଲା ମାନଙ୍କର ପାଠ ପଢ଼ାରେ ବ୍ୟାଘାତ ସୃଷ୍ଟି ହେଉଥିବାରୁ ରାଜ୍ୟ ସରକାରଙ୍କୁ ଦୃଢ ନିନ୍ଦା କରିଥିଲେ ଶ୍ରୀ ହରିଚନ୍ଦନ।

ଉକ୍ତ ଆନ୍ଦୋଳନକୁ ଚିଲକା ବିଜେପି ସମର୍ଥନ କରିଥିବାରୁ ସଭାପତି ଶ୍ରୀ ସ୍ୱାଇଁ ଓ ସମ୍ପାଦକ ଶ୍ରୀ ଦାସ ଶିକ୍ଷକମାନଙ୍କ ତରଫରୁ ଶ୍ରୀ ହରିଚନ୍ଦନଙ୍କୁ ଧନ୍ୟବାଦ ଦେଇଥିଲେ।

ପରିଶେଷରେ ଶ୍ରୀ ହରିଚନ୍ଦନ ବାଣପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିଦର୍ଶନ କରି ବିଭିନ୍ନ ରୋଗୀଙ୍କ ସ୍ୱାସ୍ଥ୍ୟବସ୍ଥା ପଚାରିବୁଝିଥିଲେ।

ପୃଥ୍ୱୀରାଜ ହରିଚନ୍ଦନ ପ୍ରାଥମିକ ଶିକ୍ଷକ ବାଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର: ଓଡ଼ିଶାରେ ଗାଣପତ୍ୟ ଉପାସନା ଓ ଶ୍ରୀଜଗନ୍ନାଥ ସଂସ୍କୃତି ଆଲୋଚନା ଚକ୍ର

September 15, 2026

ବାଣପୁର: ଭଲ ଅମଳ ପାଇଁ ମା’ଙ୍କ ନିକଟରୁ ଆଜ୍ଞାମାଳ ଗ୍ରହଣ କଲେ ଶତାଧିକ କୃଷକ

September 14, 2026

ରଣପୁରରେ ଧୁମଧାମରେ ୭୭ତମ ବିଘ୍ନ ବିନାୟକ ଶ୍ରୀଗଣେଶ ପୂଜା ମହୋତ୍ସବ

September 14, 2026

ଭାପୁର ଓ ଖଣ୍ଡପଡ଼ାରେ ୭ଟି ରାସ୍ତା ଓ ସେତୁ ନିର୍ମାଣ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କଲେ ପୂର୍ତ୍ତ ମନ୍ତ୍ରୀ

September 13, 2026
Latest News

୨୦୧୩ ଝିରମ୍ ଘାଟି ମାଓ ଆକ୍ରମଣ: ୧୦ ଦୋଷୀଙ୍କୁ ଫାଶୀ ଦଣ୍ଡାଦେଶ ଶୁଣାଇଲେ ସ୍ୱତନ୍ତ୍ର NIA କୋର୍ଟ

September 17, 2026

ଆଇସିସି ଟି-୨୦ ରାଙ୍କିଙ୍ଗ୍: ବ୍ୟାଟିଂ ଶୀର୍ଷରେ ଈଶାନ୍, ଦ୍ୱିତୀୟ ସ୍ଥାନକୁ ଉଠିଲେ ଅଭିଷେକ

September 17, 2026

ଅନ୍ତର୍ଜାତୀୟ ଫୁଟ୍‌ବଲ୍‌ରୁ ଅବସର ନେଲେ ଜେମ୍ସ ରୋଡ୍ରିଗେଜ୍

September 17, 2026

UPI ଶୁଳ୍କ ପ୍ରସଙ୍ଗରେ କେନ୍ଦ୍ରକୁ ସମର୍ଥନ କଲେ ଓମାର ଅବଦୁଲ୍ଲା: ଜାଣନ୍ତୁ କ’ଣ କହିଲେ?

September 17, 2026

୧୮ ରୁ କଟକରେ ଆନ୍ତର୍ଜାତିକ ବାଣିଜ୍ୟମେଳା: ୧୦ ଦେଶ ଓ ୨୨ ରାଜ୍ୟର ବ୍ୟବସାୟୀ ହେବେ ସାମିଲ

September 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.