ବାଣପୁର: ଯୁବକଙ୍କ ଆତ୍ମହତ୍ୟା ଅଭିଯୋଗ, ତଦନ୍ତ ଆରମ୍ଭ କଲା ପୋଲିସ

Published: Sep 19, 2023, 10:14 pm IST

ସୀତାରାମ ଅଗ୍ରୱାଲ

ବାଣପୁର: ଆଜି ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ଅନ୍ତର୍ଗତ ପ୍ରତାପ ଗ୍ରାମରେ ଏକ ଆତ୍ମହତ୍ୟା ଜନିତ ମାମଲା ସାମ୍ନାକୁ ଆସିଛି। ଉକ୍ତ ଗ୍ରାମର ଯୁଗଳ କିଶୋର ସ୍ୱାଇଁଙ୍କ ପୁତ୍ର ସୁମିତ ସ୍ୱାଇଁ (୨୫) ଆତ୍ମହତ୍ୟା କରିଥିବାର ଅଭିଯୋଗ ହୋଇଛି।

ସୂଚନା ମୁତାବକ ଆଜି ରାତିରେ ଚିକୁଙ୍କୁ ତାଙ୍କ ପରିବାରବର୍ଗ ଗୁରୁତର ଅବସ୍ଥାରେ ବାଣପୁର ମେଡିକାଲ ଆଣିଥିବା ବେଳେ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ। ତେବେ ଏହା ଆତ୍ମହତ୍ୟା ମାମଲା ହୋଇଥିବାର ଅନୁମାନ କରାଯାଉଛି। ଚିକୁଙ୍କ ବେକରେ ଦାଗ ଥିବାହେତୁ ସେ ବେକରେ ରଶି ଲଗାଇ ଆତ୍ମହତ୍ୟା କରିଥାଇପାରନ୍ତି ବୋଲି ଅନୁମାନ କରାଯାଉଛି।

ତେବେ ଶବ ବ୍ୟବଛେଦ ରିପୋର୍ଟ ଆସିବାପରେ ମୃତ୍ୟୁର ପ୍ରକୃତ କାରଣ ଜଣାପଡିବ ବୋଲି ଡାକ୍ତର କହିଛନ୍ତି। ମେଡିକାଲରେ ବର୍ତ୍ତମାନ ବାଣପୁର ପୋଲିସ ପହଞ୍ଚି ଶବ ଜବତ କରି ତଦନ୍ତ ଆରମ୍ଭ କରିଦେଇଛି।

Related posts