Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ମହିଳାଙ୍କୁ ଅସଦାଚରଣ ଓ ହତ୍ୟା ଧମକ ଅଭିଯୋଗରେ ଯୁବକଙ୍କୁ ଗିରଫ କଲା ବାଲୁଗାଁ ପୋଲିସ
ଆଞ୍ଚଳିକ

ମହିଳାଙ୍କୁ ଅସଦାଚରଣ ଓ ହତ୍ୟା ଧମକ ଅଭିଯୋଗରେ ଯୁବକଙ୍କୁ ଗିରଫ କଲା ବାଲୁଗାଁ ପୋଲିସ

September 23, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଲୁଗାଁ (ସୀତାରାମ ଅଗ୍ରୱାଲ): ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ଥାନା ଅନ୍ତର୍ଗତ ଧୂଆଁଳ ଗ୍ରାମର ଜଣେ ମହିଳାଙ୍କୁ ଅସଦାଚରଣ ଓ ହତ୍ୟା ଧମକ ଅଭିଯୋଗରେ ଯୁବକଙ୍କୁ ଗିରଫ କରିଛି ପୋଲିସ। ଗିରଫ ଅଭିଯୁକ୍ତ ଜଣକ ବାଲୁଗାଁ ମୁସଲିମ ସାହିର ନାଜିର ଖାନଙ୍କ ପୁତ୍ର ପାପା ଓରଫ ସାଜିଦ ଖାନ,

ପୋଲିସ ସୂଚନା ମୁତାବକ ଧୂଆଁଳ ଗ୍ରାମର କୁଳମଣି ମହାପାତ୍ରଙ୍କ ଧର୍ମପତ୍ନୀ ଲକ୍ଷ୍ମୀପ୍ରିୟା ମହାପାତ୍ର ଗତକାଲି ରାତିରେ ଗ୍ରାମ ରାସ୍ତାରେ ଯାଉଥିବା ବେଳେ ଅଭିଯୁକ୍ତ ପାପା ତାଙ୍କୁ ଅସଦାଚରଣ କରିବା ସହ ଜୀବନରୁ ମାରିଦେବାକୁ ଧମକ ଦେଇଥିଲେ। ତେବେ ଏଥିରେ ଭୟଭୀତ ନହୋଇ ଲକ୍ଷ୍ମୀପ୍ରିୟା ବାଲୁଗାଁ ଥାନାରେ ପାପାଙ୍କ ବିରୁଦ୍ଧରେ ଅଭିଯୋଗ କରିଥିଲେ। ଅଭିଯୋଗ ଆଧାରରେ ବାଲୁଗାଁ ଆଇଆଇସି ଜୟପ୍ରକାଶ ପରିଡ଼ା ସଙ୍ଗେସଙ୍ଗେ ଏକ ମାମଲା ରୁଜୁ କରିବା ସହ ଅଭିଯୁକ୍ତ ପାପା ଓରଫ ସାଜିଦ ଖାନଙ୍କୁ ଗିରଫ କରି ଆଜି କୋର୍ଟ ଚାଲାଣ କରିଛନ୍ତି।

ତେବେ ବାଲୁଗାଁ ଥାନା ଅଞ୍ଚଳରେ ମହିଳାଙ୍କ ସୁରକ୍ଷା ପୋଲିସର ପ୍ରାଥମିକତା ରହିଛି ଏବଂ ଏପରି କାର୍ଯ୍ୟକଳାପକୁ ଜମାବି ବରଦାସ୍ତ କରାଯିବ ନାହିଁ ବୋଲି କହିଛନ୍ତି ଆଇଆଇସି ଶ୍ରୀ ପରିଡ଼ା।

ବାଲୁଗାଁ ପୋଲିସ ମହିଳାଙ୍କୁ ଅସଦାଚରଣ ହତ୍ୟା ଧମକ
Share. Facebook Twitter LinkedIn Email WhatsApp Copy Link

Related Posts

ବଡ଼କୂଳ ମଣ୍ଡଳ ଭାଜପା ‘କାର୍ଯ୍ୟକର୍ତ୍ତା ସମାବେଶ’: ଯୋଗଦେଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ

August 21, 2026

ରଣପୁର ପ୍ରେସ କ୍ଲବରେ ପ୍ରଥମ ଥର ପାଇଁ ପାଳିତ ହେଲା ୮୦ତମ ସ୍ୱାଧୀନତା ଦିବସ

August 16, 2026

ଗୋଦାବରୀଶ ମହାବିଦ୍ୟାଳୟରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା

August 15, 2026

ବାଣପୁର ଗ୍ରାମୀଣ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ସ୍ବାଧିନତା ଦିବସ ଏବଂ ହର୍ ଘର୍ ତ୍ରିରଙ୍ଗା କାର୍ଯ୍ୟକ୍ରମ

August 15, 2026
Latest News

ଓଡ଼ିଆ ସଙ୍ଗୀତ ଆକାଶର ଅସ୍ତମିତ ସୂର୍ଯ୍ୟ: ପ୍ରଣବ ପଟ୍ଟନାୟକ

August 21, 2026

ସ୍ବର୍ଗତ କବି ରମାକାନ୍ତ ରଥଙ୍କ ପତ୍ନୀ ଶାନ୍ତିଲତା ରଥଙ୍କ ପରଲୋକ, ବିଭିନ୍ନ ମହଲରେ ଶୋକର ଛାୟା

August 21, 2026

ଜିଲ୍ଲାସ୍ତରୀୟ ସଙ୍କଟ ପରିଚାଳନା କମିଟି ବୈଠକ ଅନୁଷ୍ଠିତ

August 21, 2026

ବ୍ରହ୍ମପୁରରେ ତିନିଦିନିଆ ପ୍ରଦର୍ଶନୀ: ୧୨ ବର୍ଷରେ ଭାରତର ପ୍ରଗତି ହେଲା ପ୍ରଦର୍ଶିତ

August 21, 2026

କାର୍ଯ୍ୟ କ୍ଷେତ୍ରରେ ମହିଳାମାନଙ୍କ ଯୌନ ନିର୍ଯ୍ୟାତନା ଅଧିନିୟମ ୨୦୧୩ କର୍ମଶାଳା

August 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.