ପୋଖରୀରେ ବୁଡି ନାବାଳକର ମୃତ୍ୟୁ: ଡାକ୍ତରଙ୍କ ଅବହେଳାର ଅଭିଯୋଗ ଆଣିଲା ବିଜେପି

Published: Sep 23, 2023, 11:26 pm IST

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): କୋଦଳା ଥାନା ଅନ୍ତର୍ଗତ ସମା ଗ୍ରାମ ଖତାଡି ସାହିର ରୁଦ୍ର ପ୍ରସାଦ ବାରିକ ନାମକ ଜଣେ ନାବାଳକ ଗାଁ ପୋଖରୀରେ ବୁଡି ପ୍ରାଣ ହରାଇଥିବା ଜଣାପଡ଼ିଛି।

ଘଟଣାରୁ ପ୍ରକାଶ ଯେ, ନାବାଳକ ରୁଦ୍ର ସକାଳୁ ଘରୁ ଯାଇ ବହୁ ସମୟ ପର୍ଯ୍ୟନ୍ତ ନଫେରିବାରୁ ପରିବାର ଲୋକେ ବହୁତ ଖୋଜାଖୋଜି କରି ପାଇନଥିଲେ। ପରବର୍ତ୍ତୀ ସମୟରେ ଉକ୍ତ ନାବାଳକ ପୋଖରୀରେ ଭାସୁଥିବା ଦେଖି ପରିବାର ଲୋକଙ୍କ ସହ ସେଠାରେ ପହଞ୍ଚି ତାକୁ ଉଦ୍ଧାର କରି ପ୍ରଥମେ ସମା ଡାକ୍ତରଖାନାକୁ ଚିକିତ୍ସା ପାଇଁ ନେଇଥିଲେ। କିନ୍ତୁ ସେଠାରେ ଡାକ୍ତରଙ୍କ ଅନୁପସ୍ଥିତ ଯୋଗୁଁ ତାକୁ ଆମ୍ବୁଲାନ୍ସ ଯୋଗେ କୋଦଳା ଡାକ୍ତରଖାନାକୁ ନେଇଥିଲେ। କିନ୍ତୁ ଡାକ୍ତର ତାକୁ ସେଠାରେ ମୃତ୍ୟୁ ଘୋଷଣା କରିଥିଲେ।

ଏହି ଭଳି ପରିସ୍ଥିତିରେ ଡାକ୍ତରଙ୍କ ଅବହେଳା ଯୋଗୁଁ ରୁଦ୍ରର ମୃତ୍ୟୁ ହୋଇଥିବା ବିଜେପି ପକ୍ଷରୁ ଅଭିଯୋଗ ହୋଇଛି। କୋଦଳା ଚେୟାରମେନ ସୁର୍ଯ୍ୟ ନାରାୟଣ ନାୟକ ଓ ଅନ୍ୟାନ୍ୟ ବିଜେପି କର୍ମକର୍ତ୍ତା ଡାକ୍ତରଖାନାରେ ପହଞ୍ଚି ହୋହାଲ୍ଲା କରିବା ଡ଼ାକ୍ତରଖାନାର ଅବହେଳା ପାଇଁ ନିନ୍ଦା କରିଛନ୍ତି।

Related posts