Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର ଥାନା ଅଧିକାରୀଙ୍କ ବଦାନ୍ୟତା: ଦୁର୍ଘଟଣାରେ ଗୁରୁତର ଆହତ ବ୍ୟକ୍ତିଙ୍କୁ ଚିକିତ୍ସା ପାଇଁ ନେଲେ ଡାକ୍ତରଖାନା
ଆଞ୍ଚଳିକ

ବାଣପୁର ଥାନା ଅଧିକାରୀଙ୍କ ବଦାନ୍ୟତା: ଦୁର୍ଘଟଣାରେ ଗୁରୁତର ଆହତ ବ୍ୟକ୍ତିଙ୍କୁ ଚିକିତ୍ସା ପାଇଁ ନେଲେ ଡାକ୍ତରଖାନା

September 29, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଣପୁର (ସୀତାରାମ ଅଗ୍ରୱାଲ): ଆଜି ବାଣପୁର ବଜାରରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଥିଲା। ବଜାରକୁ ଆସିଥିବା ଜଣେ ୫୫ ବର୍ଷ ବ୍ୟକ୍ତିଙ୍କର ଗୋଡ଼ ଉପରେ ଟ୍ରକ ଚଢିଯାଇଥିଲା। ଯାହାଫଳରେ ସେ ଗୁରୁତର ହୋଇ ରାସ୍ତା ମଝିରେ ପଡିରହିଥିବା ଦେଖିବାକୁ ମିଳିଥିଲା। ଦୁର୍ଘଟଣାର ଶିକାର ହୋଇଥିବା ବ୍ୟକ୍ତି ଜଣକ ହେଉଛନ୍ତି ମଙ୍ଗରାଜପୁର ଗ୍ରାମର ସୁରେଶ ପ୍ରଧାନ (୫୫)।

ଘଟଣାରୁ ପ୍ରକାଶ ଯେ, ଘର ସଉଦା ନିମନ୍ତେ ବାଣପୁର ବଜାରକୁ ସୁରେଶ ଯାଇଥିବା ବେଳେ ଏପି ୩୯ ୟୁ ୯୫୮୯ ନମ୍ବର ଥିବା ଏକ ୧୪ ଚକିଆ ଟ୍ରକ ତାଙ୍କୁ ପଛପଟୁ ଧକ୍କା ଦେଇଥିଲା। ସେ ତଳେ ପଡିଯିବା ପରେ ଟ୍ରକର ଚକା ତାଙ୍କର ଦୁଇ ଗୋଡ଼ ଉପରେ ଚଢି ଯାଇଥିଲା।  ସେଥିରୁ ଡାହାଣପାଖ ଗୋଡ଼ଟି ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଥିବା ଜଣାପଡିଛି।

ଘଟଣା ସ୍ଥଳରେ ସୁରେଶ ରକ୍ତ ଜୁଡୁବୁଡୁ ହୋଇ ଗୁରୁତର ଅବସ୍ଥାରେ ପଡ଼ିଥିବା ବେଳେ କେହି ବ୍ୟକ୍ତି ତାଙ୍କୁ ସାହାଯ୍ୟ କରୁନଥିବା ଦେଖିବାକୁ ମିଳିଥିଲା। ଉକ୍ତ ସମୟରେ ସେହି ବାଟ ଦେଇ ବାଣପୁର ଥାନାଧିକାରୀ ରମେଶ କୁମାର ଦେବତା ଯାଉଥିବା ବେଳେ ଏହା ଦେଖି ସଙ୍ଗେସଙ୍ଗେ ନିଜ ଗାଡ଼ିରୁ ଓହ୍ଲାଇ ନିଜ ଟିମ ସହ ଗୁରୁତର ଆହତ ହୋଇଥିବା ସୁରେଶଙ୍କୁ ବାଣପୁର ମେଡିକାଲ ନେଇଥିଲେ।

ସେଠାରେ ଅବସ୍ଥା ସଂକଟାପନ୍ନ ହେବାରୁ ଡାକ୍ତର ସୁରେଶଙ୍କୁ ଭୁବନେଶ୍ୱର ଏମ୍ସକୁ ସ୍ଥାନାନ୍ତରଣ କରିଛନ୍ତି। ତେବେ ବାଣପୁର ଆଇଆଇସି ଙ୍କ ଉକ୍ତ କାର୍ଯ୍ୟକୁ ଜନସାଧାରଣ ଭୁୟସୀ ପ୍ରଶଂସା କରିଛନ୍ତି।

ଗୁରୁତର ଆହତ ଦୁର୍ଘଟଣା ବାଣପୁର ଥାନା ଅଧିକାରୀ
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁରରେ ମହିଳା ହିଂସା ବିରୋଧୀ ଅଭିଯାନ ନେଇ ସଚେତନା କାର୍ଯ୍ୟକ୍ରମ

November 30, 2025

ନେହେରୁ ସେବା ସଂଘରେ ସମ୍ବିଧାନ ଦିବସ ପାଳିତ

November 26, 2025

ବାଣପୁର କୋର୍ଟରେ ସମ୍ବିଧାନ ଦିବସ ପାଳନ ଓ ଆଲୋଚନା ଚକ୍ର ଅନୁଷ୍ଠିତ

November 26, 2025

ବାଲୁଗାଁ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ରରେ ବାର୍ଷିକ ପ୍ରକଳ୍ପ ପ୍ରଦର୍ଶନୀ ଆୟୋଜିତ

November 25, 2025
Latest News

୮ ଦଫା ଦାବି ନେଇ ଆୟୁଷ ଡାକ୍ତରୀ ଛାତ୍ରଛାତ୍ରୀମାନଙ୍କ ଆମରଣ ଅନଶନ

December 7, 2025

ଓଡ଼ିଶା, ଛତିଶଗଡ଼ ଏବଂ ଆନ୍ଧ୍ରପ୍ରଦେଶର ବିକାଶକୁ ତ୍ୱରାନ୍ୱିତ କରିବ ରାୟପୁର-ବିଶାଖାପାଟଣା ଆର୍ଥିକ କରିଡର

December 7, 2025

ପ୍ରତି ପଞ୍ଚାୟତରେ ଆଧୁନିକ ପାଠଗାର ନିର୍ମାଣ ପାଇଁ ଆହ୍ଵାନ: ଓସା କୁ ପ୍ରଶଂସା କଲେ ବାଚସ୍ପତି

December 7, 2025

ଡିସେମ୍ବର ୧୦ ରାଜଧାନୀର ଗାନ୍ଧିମାର୍ଗରେ ବିଶାଳ ଶିକ୍ଷକ ସମାବେଶ: ସମନ୍ୱୟ ସମିତି

December 7, 2025

ଗତ ବର୍ଷର ସଫଳତାକୁ ଆଧାର କରି ଆହୁରି ଭବ୍ୟ ହେବ ରଣପୁର ମହୋତ୍ସବ

December 7, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.