ଖୋର୍ଦ୍ଧା ବ୍ଲକରେ ମିଳିତ ଜନ ଶୁଣାଣି ଶିବିର ଅନୁଷ୍ଠିତ

Published: Oct 3, 2023, 7:29 pm IST

ଖୋର୍ଦ୍ଧା: ଖୋର୍ଦ୍ଧା ପଂଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଆଜିର ପ୍ରତ୍ୟେକ୍ଷ ମିଳିତ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇ ଯାଇଛି। ଆଜି ମୋଟ ୪୩ ଗୋଟି ଆପତ୍ତି ଅଭିଯୋଗ ଦାଖଲ ହୋଇ ଥିବା ବେଳେ ସେଥିମଧ୍ୟରୁ ୩୮ ଟି ଅଭିଯୋଗ ବ୍ୟକ୍ତିଗତ ଥିଲାବେଳେ ୦୪ ଟି ବିଭିନ୍ନ ଗ୍ରାମର ସାମୁହିକ ସମସ୍ୟା ଥିଲା, ୧ ଟି ଅଭିଯୋଗର ସ୍ଥଳ ବିଶେଷରେ ତତ୍କାଳ ସମାଧାନ କରାଯାଇଥିଲା।

ଆଜିର ମିଳିତ ଜନ ଶୁଣାଣି ଅବସରରେ ସାଫଲ୍ୟମଣ୍ଡିତ ପ୍ରଧାନ, ଅତିରିକ୍ତ ଜିଲ୍ଲାପାଳ,ରାଜସ୍ବ ଅଧ୍ୟକ୍ଷତା କରିଥିବାବେଳେ ବାଦଲ କୁମାର ମହାନ୍ତି, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ, ଖୋର୍ଦ୍ଧା ଏବଂ ସୁରେନ୍ଦ୍ର ନାଥ ମୁର୍ମୁ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ,ଵି. ଡ଼ି. ଓ, ଖୋର୍ଦ୍ଧା ସିଡିଏମଓ, ଖୋର୍ଦ୍ଧା, ଜିଲ୍ଲା ଶିକ୍ଷା ଅଧିକାରୀ ବିଶ୍ଵନାଥ‌ ତରାଇ, ଜିଲ୍ଲା ସଂସ୍କୃତି ଅଧିକାରୀ, ଚୌଧୁରୀ ଅରବିନ୍ଦ ଦାସ ଅନ୍ୟ ବିଭାଗୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ।

Related posts