ପୋଲସରା: ପାଣିରେ ବୁଡି ମୃତ୍ୟୁ, ଶୋକସନ୍ତପ୍ତ ପରିବାରକୁ ସମବେଦନା ଜଣାଇଲେ ବିଧାୟକ

Published: Oct 6, 2023, 11:45 am IST

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଗଞ୍ଜାମ ଜିଲ୍ଲା ପୋଲସରା ଥାନା ଅନ୍ତର୍ଗତ ହାତିପାଦପଲି ଗ୍ରାମର ନନ୍ଦିଆ ପରିଡ଼ା ନାମକ ଜଣେ ବ୍ୟକ୍ତିଙ୍କର ପାଣିରେ ବୁଡି ମୃତ୍ୟୁ ଘଟିଛି। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଶବ ଉଦ୍ଧାର କରି ପୋଲସରା ଡାକ୍ତରଖାନାରେ ଶବ ବ୍ୟବଚ୍ଛେଦ କରିଛି। ଏହାପରେ ପୋଲିସ ପରିବାର ଲୋକଙ୍କୁ ମୃତ ଦେହ ହସ୍ତାନ୍ତର କରିଛି। ଏହି ମାମଲାରେ ପୋଲିସ ୧୭/୨୩ ଅନୁଯାୟୀ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି।

ଅନ୍ୟ ପକ୍ଷରେ ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ ଡାକ୍ତରଖାନାରେ ପହଞ୍ଚି ଶୋକସନ୍ତପ୍ତ ପରିବାରକୁ ସମବେଦନା ଜଣାଇବା ସହ ଆର୍ଥିକ ସହାୟତା ପ୍ରଦାନ କରିଛନ୍ତି।

Related posts