Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁରରେ ଆନ୍ତର୍ଜାତିକ ବାଳିକା ଦିବସ ଓ ସୁରଭି-2023 ଅନୁଷ୍ଠିତ
ଆଞ୍ଚଳିକ

ବାଣପୁରରେ ଆନ୍ତର୍ଜାତିକ ବାଳିକା ଦିବସ ଓ ସୁରଭି-2023 ଅନୁଷ୍ଠିତ

October 11, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
banpurschool
ବାଣପୁରରେ ଆନ୍ତର୍ଜାତିକ ବାଳିକା ଦିବସ ଓ ସୁରଭି-2023 ଅନୁଷ୍ଠିତ

ବାଣପୁର: ( ସୀତାରାମ ଅଗ୍ରୱାଲ) ରାଜ୍ୟ ସରକାରଙ୍କ ନିର୍ଦେଶକ୍ରମେ ଆଜି ଖୋର୍ଦ୍ଧା ଜିଲ୍ଲା ବାଣପୁର ବ୍ଲକର ମାନସିଂହ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବ୍ଲକସ୍ତରୀୟ ଆନ୍ତର୍ଜାତିକ ବାଳିକା ଦିବସ ଉପଲକ୍ଷେ ସୁରଭି 2023 କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।

ଆଞ୍ଚଳିକ ସାଧନକେନ୍ଦ୍ର ସଂଯୋଜକ ତାପସ ମହାରଣାଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଅନୁଷ୍ଠିତ ଉକ୍ତ କାର୍ଯ୍ୟକ୍ରମରେ ବ୍ଲକ ଶିକ୍ଷା ଅଧିକାରୀ ସନାତନ ଜାଲି ଓ ଅତିରିକ୍ତ ଶିକ୍ଷାଧିକାରୀ ଅତିଥି ଭାବେ ଯୋଗ ଦେଇଥିଲେ। ଉକ୍ତ କାର୍ଯ୍ୟକ୍ରମରେ ୫୨ଟି ପ୍ରାଥମିକ ଓ ୨୧ଟି ଉଚ୍ଚ ବିଦ୍ୟାଳୟର ୧୦୦ରୁ ଉର୍ଦ୍ଧ ବାଳିକା ବକୃତା , ଚିତ୍ରାଙ୍କନ ଓ ଗୀତ ଆଦି ପ୍ରତିଯୋଗିତାରେ ଭାଗ ନେଇଥିଲେ।

ସେଥିମଧ୍ୟରୁ ୧ମଶ୍ରେଣୀରୁ ୭ମଶ୍ରେଣୀ ପର୍ଯ୍ୟନ୍ତ ଜୁନିଅର ଶ୍ରେଣୀରୁ ୯ଜଣ ଏବଂ ୮ମ ଶ୍ରେଣୀରୁ ୧୦ମ ଶ୍ରେଣୀ ପର୍ଯ୍ୟନ୍ତ ସିନିଅର ଶ୍ରେଣୀରୁ ୯ଜଣ ସମୁଦାୟ ୧୮ଜଣ ଛାତ୍ରୀଙ୍କୁ ପୁରସ୍କୃତ କରାଯାଇଥିଲା। ପୁରସ୍କୃତ ହୋଇଥିବା ଛାତ୍ରୀମାନଙ୍କ ମଧ୍ୟରୁ ୧ମ ସ୍ଥାନ ଅଧିକାର କରିଥିବା ଛାତ୍ରୀମାନେ ଜିଲ୍ଲା ସ୍ତରୀୟ ପ୍ରତିଯୋଗିତାରେ ଭାଗ ନେବାକୁ ମନୋନୀତ ହୋଇଥିଲେ। ପ୍ରଧାନ ଶିକ୍ଷକ ନିରୋଦ କୁମାର ସାମନ୍ତରାୟ ଏବଂ ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀଙ୍କ ତତ୍ୱାବଧାନରେ ଉକ୍ତ କାର୍ଯ୍ୟକ୍ରମକୁ ପରିଚାଳନା କରାଯାଇଥିଲା।

ବାଣପୁର ବ୍ଲକ
Share. Facebook Twitter LinkedIn Email WhatsApp Copy Link

Related Posts

କୁକୁଡାଖଣ୍ଡି ବ୍ଲକରେ ତୃତୀୟ ମାସିକ କ୍ଲଷ୍ଟର ବୈଠକ

September 12, 2026

ତୋରସିଂହ ଗ୍ରାମପଞ୍ଚାୟତର କାର୍ଯ୍ୟାଳୟ ଗୃହର ଭିତ୍ତିପ୍ରସ୍ତର ସ୍ଥାପନ କଲେ ମନ୍ତ୍ରୀ ଓ ସାଂସଦ

September 9, 2026

ବାଣପୁର: ବ୍ଲକ ସ୍ତରୀୟ ଇଣ୍ଡୋର ସ୍ପୋର୍ଟ୍ସ ଉଦଯାପିତ

September 9, 2026

ବାଣପୁରରେ ସାକ୍ଷରତା ଦିବସ ଉପଲକ୍ଷେ ୩୫ ଜଣ ସମ୍ମାନିତ

September 9, 2026
Latest News

ପିଏମ ମୋଦୀ ଓ ଚୀନ୍‌ ରାଷ୍ଟ୍ରପତି ସାକ୍ଷାତକାର: ବ୍ରିକ୍ସ ସମ୍ମିଳନୀରେ ଭାରତର ଅଧ୍ୟକ୍ଷତାକୁ କଲେ ସମର୍ଥନ

September 12, 2026

BRICS ଘୋଷଣାନାମାକୁ ଖୁର୍ସିଦଙ୍କ ସବୁଜ ସଙ୍କେତ, ମୋଦୀ-ଜିନପିଙ୍ଗ ବୈଠକକୁ ନେଇ ବଡ଼ ଆଶା

September 12, 2026

ଆବୁଧାବିର କ୍ରାଉନ୍ ପ୍ରିନ୍ସଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ ମୋଦୀ

September 12, 2026

ପ୍ରଧାନଶିକ୍ଷୟିତ୍ରୀଙ୍କ ମାଡ଼ରେ କୋମଳମତି ଦିବ୍ୟାଙ୍ଗ ଛାତ୍ରୀଙ୍କ ଆଖି ନଷ୍ଟ

September 12, 2026

ମାଲକାନଗିରିରେ ଲଘୁଚାପ ଜନିତ ପ୍ରବଳ ବର୍ଷା: ୮୦୪.୧ ମିମି ରେକର୍ଡ

September 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.