Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ନରସିଂହପୁର କ୍ଲଷ୍ଟରରେ ସୁରଭି ଉଦଯାପିତ
ଆଞ୍ଚଳିକ

ନରସିଂହପୁର କ୍ଲଷ୍ଟରରେ ସୁରଭି ଉଦଯାପିତ

October 11, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ରଣପୁର: ନୟାଗଡ ଜିଲ୍ଲା ରଣପୁର ଶିକ୍ଷା ବ୍ଲକର ନରସିଂହପୁର କ୍ଲଷ୍ଟରର ସୁରଭି କାର୍ଯ୍ୟକ୍ରମ ଉଦଯାପିତ ହୋଇଯାଇଛି। ଏହାର ଉଦଘାଟନୀ ସଭାରେ ମୁଖ୍ୟ ଅତିଥି ଭାବେ ନରସିଂହପୁର ଗ୍ରାମ ପଞ୍ଚାୟତ ସରପଞ୍ଚ ଝୁନୁବାଳା ରଣସିଂ, ମୁଖ୍ୟ ବକ୍ତା ଭାବେ ଅତିରିକ୍ତ ବ୍ଲକ ଶିକ୍ଷା ଅଧିକାରୀ ବସନ୍ତ କୁମାର ରାଉତ, ସମ୍ମାନିତ ଅତିଥି ଭାବେ ସମିତିସଭ୍ୟା ଗୀତାଞ୍ଜଳି ସାହୁ, ଗୌରାଙ୍ଗପୁର ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ବିଦେଶିନୀ ପତି, ପ୍ରାକ୍ତନ ସି.ଆର.ସି.ସି. ଶକ୍ତି ପ୍ରସାଦ ଆଚାର୍ଯ୍ୟ, ସଙ୍ଗୀତ ନିର୍ଦ୍ଦେଶକ ସୁବାଷ ଚନ୍ଦ୍ର ବେହେରା, କବି ତଥା ସାହିତ୍ୟକ ପ୍ରଭାତ କୁମାର ପଣ୍ଡା, କବି ତଥା ନାଟ୍ୟକାର ମାନସ କୁମାର ପଟ୍ଟନାୟକ, ଅବସର ପ୍ରାପ୍ତ ବରିଷ୍ଠ ଶିକ୍ଷକ ଫକୀର ଚରଣ ନାୟକ, ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ସୁନୀଲ କୁମାର ମହାନ୍ତି ପ୍ରମୁଖ ଯୋଗ ଦେଇଥିଲେ।

ନରସିଂହପୁର ମଧ୍ୟ ଇଁରାଜୀ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଅଶୋକ କୁମାର ଦାଶଙ୍କ ସଭାପତିତ୍ୱରେ ଏହି ସଭାକାର୍ଯ୍ୟ ପରିଚାଳିତ ହୋଇଥିଲା। ଯୁବ ଶିକ୍ଷକ ତଥା ସି.ଆର.ସି.ସି ସୁଶୀଲ କୁମାର ରଣା ମଞ୍ଚ କାର୍ଯ୍ୟ ପରିଚାଳନା କରିଥିଲେ। ତର୍କ, ରଚନା, ବକ୍ତୃତା, ଚିତ୍ରାଙ୍କନ, କୁଇଜ, ସଙ୍ଗୀତ, ଦଳଗତ ସାଂସ୍କୃତିକ କାର୍ଯ୍ୟକ୍ରମ ଭଳି ବିଭିନ୍ନ କ୍ଷେତ୍ରରେ ପିଲାମାନଙ୍କ ମଧ୍ୟରେ ପ୍ରତିଯୋଗିତା କରାଯାଇଥିଲା। ଏହା ପରେ କୃତି ଛାତ୍ରଛାତ୍ରୀଙ୍କୁ ସାର୍ଟିଫିକେଟ ଓ କପ ପ୍ରଦାନ କରାଯାଇ ପୁରସ୍କୃତ କରିଥିଲେ।

ଅନ୍ୟମାନଙ୍କ ମଧ୍ୟରେ ନୀଳାଦ୍ରି ସୁବୁଦ୍ଧି, ନିରୁପମା ମହାନ୍ତି, ପ୍ରଫୁଲ କୁମାର ପ୍ରଧାନ, ସୁକାନ୍ତ ବେହେରା, ବୀଣାପାଣି ମିଶ୍ର, ଭ୍ରମରବର ତାଡ଼, ରମେଶ ଚନ୍ଦ୍ର ନାୟକ, ଅଜୟ କୁମାର ସାହୁ, କୁନି ମଙ୍ଗରାଜ, ମଧୁଚନ୍ଦା ମହାନ୍ତି, ଆଶମଣୀ ସାମନ୍ତରାୟ, ପୁଷ୍ପଲତା ବେହେରା, ଭାଗବତ ଜେନା, ରମେଶ ଚନ୍ଦ୍ର ସାହୁ, ମନୋଜ ବିଶ୍ୱାଳ, କବିତା ଜେନା, ମହେନ୍ଦ୍ର ସାହୁ, ଶରତ କୁମାର ନାୟକଙ୍କ ସହ ବିଦ୍ୟାଳୟ ପରିଚାଳନା କମିଟିର ସଦସ୍ୟ ସଦସ୍ୟା ଓ ଗ୍ରାମବାସୀ ପ୍ରମୁଖ ଉପସ୍ଥିତ ରହି କାର୍ଯ୍ୟକ୍ରମରେ ପରିଚାଳନାରେ ସହଯୋଗ କରିଥିଲେ। ପ୍ରଭାତ କୁମାର ପଣ୍ଡା ଧନ୍ୟବାଦ ଅର୍ପଣ କରି କାର୍ଯ୍ୟକ୍ରମର ପରିସମାପ୍ତି କରିଥିଲେ।

ନରସିଂହପୁର କ୍ଲଷ୍ଟର
Share. Facebook Twitter LinkedIn Email WhatsApp Copy Link

Related Posts

ଚିଲିକା: ଭିବି ରାମଜି ଅଧୀନରେ ବ୍ଲକ୍ ସ୍ତରୀୟ ସାଧାରଣ ଜନସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

February 11, 2026

ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ସଚେତନତା ଶିବିର

February 10, 2026

କିସିଣ୍ଡାରେ ବନାଗ୍ନୀ ସଚେତନତା ଓ ନିରାକରଣ ସଚେତନତା ସଭା

February 9, 2026

ରେଢ଼ାଖୋଲରେ ରକ୍ତଦାନ ଶିବିର, ୫୧ ୟୁନିଟ ସଂଗ୍ରହ

February 6, 2026
Latest News

ଶ୍ରମ କୋଡକୁ ବିରୋଧ କରୁଥିବା ଶ୍ରମିକ ସଂଗଠନର ନେତାମାନଙ୍କୁ ସମାଲୋଚନା କଲା ବିଜେପି

February 12, 2026

୨୦ତମ ଭବ୍ୟ ତୋଷାଳି ସ୍ଵଦେଶୀ ମେଳା ପାଇଁ ସାମ୍ବାଦିକ ସମ୍ମିଳନୀ

February 12, 2026

ଭଞ୍ଜନଗର ପୋଲିସ୍ ଦ୍ଵାରା ପ୍ରଚୁର ପରିମାଣର ଗଞ୍ଜେଇ ଜବତ: ଦୁଇ ଗିରଫ

February 12, 2026

ସାଇବର ଠକେଇ ଓ ଅର୍ଥନୈତିକ ଅପରାଧକୁ ରୋକିବା ପାଇଁ ଓଡ଼ିଶା ପୋଲିସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି

February 12, 2026

ନିପୁଣ ଓଡ଼ିଶା ମିଶନ ସମ୍ବନ୍ଧୀୟ ରାଜ୍ୟସ୍ତରୀୟ ସମୀକ୍ଷା ଓ ଦିଗଦର୍ଶନ କର୍ମଶାଳା

February 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.