Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଲୁଗାଁ ମହାବିଦ୍ୟାଳୟର ବାର୍ଷିକ ପୁରସ୍କାର ବିତରଣ ଉତ୍ସବ
ଆଞ୍ଚଳିକ

ବାଲୁଗାଁ ମହାବିଦ୍ୟାଳୟର ବାର୍ଷିକ ପୁରସ୍କାର ବିତରଣ ଉତ୍ସବ

October 13, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ବାଲୁଗାଁ (ସୀତାରାମ ଅଗ୍ରୱାଲ): ରାଜ୍ୟ ସରକାରଙ୍କ ଶୈକ୍ଷିକ ସାରଣୀ ଅନୁଯାୟୀ ଚଳିତ ବର୍ଷ ବାଲୁଗାଁ ମହାବିଦ୍ୟାଳୟରେ ବିଭିନ୍ନ ସାଂସ୍କୃତିକ, ବୌଦ୍ଧିକ ଓ ସର୍ଜନାତ୍ମକ କାର୍ଯ୍ୟକ୍ରମ କରାଯିବା ସହିତ ଆଜି ବାର୍ଷିକ ପୁରସ୍କାର ବିତରଣ ଉତ୍ସବ ମହାବିଦ୍ୟାଳୟର ଅଧ୍ୟକ୍ଷା ଡକ୍ଟର କଳ୍ପନା ଦାଶଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି। ଏହି ଉତ୍ସବରେ ସାଂସ୍କୃତିକ ପରିଷଦର ଉପଦେଷ୍ଟା ଡକ୍ଟର କୈଳାସ ଚନ୍ଦ୍ର ମହାରଣା ସଂଯୋଜନା କରିଥିଲେ।

ଅତିଥିମାନେ ପ୍ରଦୀପ ପ୍ରଜ୍ବଳନ ପୂର୍ବକ ଏହି ୪୩ ତମ ସମାରୋହକୁ ଅନୁଷ୍ଠାନିକ ଭାବେ ଉଦଘାଟନ କରିବା ପରେ ଛାତ୍ରୀମାନେ ଉଦବୋଧନୀ ସଂଗୀତ ଗାନ କରି ଅତିଥି ମାନଙ୍କୁ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା ଜ୍ଞାପନ କରିଥିଲେ। ସାଂସ୍କୃତିକ ପରିଷଦର ବରିଷ୍ଠ ଉପଦେଷ୍ଟା ଅଧ୍ୟାପକ ସୁବାସ ଚନ୍ଦ୍ର ଶ୍ରୀଚନ୍ଦନ ଅନୁଷ୍ଠାନିକ ଅତିଥି ପରିଚୟ ପ୍ରଦାନ କରିଥିଲେ।

ଉତ୍ସବର ମୁଖ୍ୟ ଅତିଥି ଭାବେ ଯୋଗଦେଇ ବିଶିଷ୍ଟ ପରିବେଶବିତ ତଥା ତାମିଲନାଡୁ ସରକାରଙ୍କ ପ୍ରାକ୍ତନ ପ୍ରଧାନ ମୁଖ୍ୟ ବନ ସଂରକ୍ଷକ ଡକ୍ଟର ଆଶୁତୋଷ ସାମନ୍ତସିଂହାର ସାମ୍ପ୍ରତିକ ସମୟର ଜ୍ଞାନ ବିଜ୍ଞାନ ପ୍ରୟୋଗ କରି ନିଜ ନିଜର ଆନ୍ତର୍ନିହିତ ପ୍ରତିଭା ଓ ବ୍ୟକ୍ତିତ୍ୱ ବିକାଶ କରିବାକୁ ପରାମର୍ଶ ଦେଇଥିଲେ। ମୁଖ୍ୟ ବକ୍ତାଭାବେ ଯୋଗ ଦେଇ ବାଲୁଗାଁ ଉପଖଣ୍ଡ ପୋଲିସ ଅଧିକାରୀ ଶୁଭ୍ରାଂଶୁ ଶେଖର ମିଶ୍ର ସାମ୍ପ୍ରତିକ ସାଇବର ଅପରାଧ ର ବିଭିନ୍ନ ଦିଗ ଉପରେ ଆଲୋଚନା କରିବା ସହ ସଚେତନତା ସୃଷ୍ଟି କରିଥିଲେ।

ବାଲୁଗାଁ ଥାନା ପୋଲିସ ଅଧିକାରୀ ଜୟ ପ୍ରକାଶ ପରିଡ଼ା, ପ୍ରାଧ୍ୟାପକ ଡଃ ଲକ୍ଷ୍ମୀଧର ସୁବୁଦ୍ଧି, ଅଧ୍ୟାପକ ବିଦ୍ୟାଧର ଜୁଝାରସିଂହ ଓ ସୁବ୍ରତ କୁମାର ତ୍ରିପାଠୀ ମଧ୍ୟ ସେମାନଙ୍କର ବକ୍ତବ୍ୟ ମାଧ୍ୟମରେ ଛାତ୍ରଛାତ୍ରୀମାନଙ୍କର ବ୍ୟକ୍ତିତ୍ୱ ବିକାଶର ବିଭିନ୍ନ ମାଧ୍ୟମ ସମ୍ପର୍କରେ ବକ୍ତବ୍ୟ ଉପସ୍ଥାପନ କରିଥିଲେ।

ସଭାପତି ତଥା ଅଧ୍ୟକ୍ଷା ଡକ୍ଟର କଳ୍ପନା ଦାଶ ଅତିଥିମାନଙ୍କୁ ଉତ୍ତରୀୟ ପ୍ରଦାନ ପୂର୍ବକ ସମ୍ବର୍ଦ୍ଧିତ କରି ନିଜର ସଭାପତୀୟ ଅଭିଭାଷଣ ପ୍ରଦାନ କରିଥିଲେ। ଏହି ଅବସରରେ ମହାବିଦ୍ୟାଳୟରେ ନିରବଛିନ୍ନ ଭାବେ ପଚିଶ ବର୍ଷ ଶିକ୍ଷାଦାନ କରିଥିବା ଅଧ୍ୟାପିକା ଡକ୍ଟର ମୋନାଲିସା ମାନସିଂଙ୍କୁ ମୁଖ୍ୟ ଅତିଥି ଉତ୍ତରୀୟ ଓ ପ୍ରଶସ୍ତିପତ୍ର ପ୍ରଦାନ କରି ସମ୍ବର୍ଦ୍ଧିତ କରିଥିଲେ।

ଏହାପରେ ଚଳିତବର୍ଷ ବିଭିନ୍ନ ବିଭାଗର ଶ୍ରେଷ୍ଠ ସ୍ନାତକ,ମହାବିଦ୍ୟାଳୟର କଳା ଓ ବିଜ୍ଞାନବିଭାଗର ଶ୍ରେଷ୍ଠ ସ୍ନାତକ,ଯୁକ୍ତ ଦୁଇ କଳା ଓ ବିଜ୍ଞାନର ଶ୍ରେଷ୍ଠ ଛାତ୍ର ଛାତ୍ରୀଙ୍କ ସମେତ ଶ୍ରେଷ୍ଠ ଏନସିସି,ଏନଏସଏସ ଓ ଯୁବ ରେଡ଼କ୍ରସ ସ୍ବେଛାସେବୀ ମାନଙ୍କୁ ଅତିଥିମାନେ ସମ୍ବର୍ଦ୍ଧିତ କରିଥିଲେ। ଏଥିସହ ଅଧ୍ୟାପିକା ରୀନା ରାଉତ, ମନସ୍ବିନୀ ପଟ୍ଟନାୟକ, କୀର୍ତ୍ତିମୟୀ ବାରିକ, ଶୁଚିସ୍ମିତା ମହାପାତ୍ର, ବିଷ୍ନୁପ୍ରିୟା ସ୍ୱାଇଁ, ଅମ୍ରିତା ନନ୍ଦଙ୍କ ସଂଯୋଜନାରେ ସାଂସ୍କୃତିକ ପରିଷଦ, ନାଟ୍ୟପରିଷଦ ଓ ବିଜ୍ଞାନ ପରିଷଦର କୃତୀ ଛାତ୍ର ଛାତ୍ରୀଙ୍କ ସମେତ ଲିଟେରାରୀ ଚାମ୍ପିୟନ ସ୍ମୃତିଶିଖା ସାମନ୍ତସିଂହାର ଓ ପ୍ରଜ୍ଞାସ୍ମିତା ସାହୁଙ୍କୁ ଅତିଥିମାନେ ପୁରସ୍କୃତ କରିଥିଲେ। ଧନ୍ୟବାଦ ଅର୍ପଣ କରିଥିଲେ ଅଧ୍ୟାପିକା ମନସ୍ବିନୀ ପଟ୍ଟନାୟକ।

ପୁରସ୍କାର ବିତରଣ ଉତ୍ସବ ବାଲୁଗାଁ ମହାବିଦ୍ୟାଳୟ
Share. Facebook Twitter LinkedIn Email WhatsApp Copy Link

Related Posts

ବାଲୁଗାଁ ହାଇସ୍କୁଲର ଆଦର୍ଶ ଶିକ୍ଷକ ଓ ସୁନାମଧନ୍ୟ ସାହିତ୍ୟିକ ଜିତେନ୍ଦ୍ର ନାଥ ବରାଳଙ୍କ ସ୍ମୃତି ଶ୍ରଦ୍ଧାଞ୍ଜଳି ସଭା

June 16, 2026

ବାଣପୁର: ତୋରସିଂ ଗ୍ରାମରେ ପାରମ୍ପରିକ କ୍ରୀଡା ପ୍ରତିଯୋଗିତା

June 15, 2026

ବଡ଼କୁଳ ଓଟିଡିସି ପାନ୍ଥନିବାସ ଠାରେ ଗଣପର୍ବ ରଜ ଉତ୍ସବ ପାଳିତ

June 14, 2026

ସଲପଡିହ ବିଦ୍ୟାଳୟରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ

June 7, 2026
Latest News

ଆଇପିଏସ ଦୟାଲ ଗଙ୍ଗୱାର ସସପେଣ୍ଡ

June 18, 2026

ସକାଳୁଆ ସ୍କୁଲ ପାଇଁ ଦାବି କଲା ଓଷ୍ଟା

June 18, 2026

ଆମେରିକା ରାଷ୍ଟ୍ରପତିଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ ମୋଦୀ

June 18, 2026

ରେଢ଼ାଖୋଲରେ ଚୋରି ମାମଲାର ପର୍ଦ୍ଦାଫାଶ: ୨ ଗିରଫ, ବିପୁଳ ସାମଗ୍ରୀ ଜବତ

June 18, 2026

ଖୋର୍ଦ୍ଧାରେ ଜିଲ୍ଲାସ୍ତରୀୟ ଷ୍ଟପ ଡାଇରିଆ କାର୍ଯ୍ୟକ୍ରମ

June 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.