
ବାଣପୁର (ସୀତାରାମ ଅଗ୍ରୱାଲ): ଖୋର୍ଦ୍ଧା ଜିଲ୍ଲା ପୋଲିସ ପକ୍ଷରୁ ବେଆଇନ ବାଣ କାରବାର ଉପରେ କଡ଼ା ନଜର ରଖାଯାଇଥିବା ବେଳେ ବିଭିନ୍ନ ସ୍ଥାନରେ ଚଢ଼ାଉ ଜାରି ରହିଛି। ଏହି ପରିପ୍ରେକ୍ଷୀରେ ଗତକାଲି ବିଳମ୍ବିତ ରାତ୍ରିରେ ପାଟ୍ରୋଲିଂ କରୁଥିବା ବେଳେ ବାଣପୁର ପୋଲିସ ଜଣେ ଅଭିଯୁକ୍ତଙ୍କୁ ବାଣ ତିଆରି ସାମଗ୍ରୀ ସହ ଗିରଫ କରିଛି। ଅଭିଯୁକ୍ତ ଜଣକ ଆଙ୍କୁଲାପଦର ଗ୍ରାମର ସୁରେଶ କୁମାର ଲେଙ୍କା ବୋଲି ଜଣାପଡିଛି।
ଏଏସଆଇ ପୂର୍ଣ୍ଣଚନ୍ଦ୍ର ରେଡ୍ଡୀଙ୍କ ଉପସ୍ଥିତିରେ ଅଭିଯୁକ୍ତଙ୍କ ଘର ତାଲାସି ନିଆଯିବାବେଳେ ବହୁ ବାଣ ତିଆରି ସାମଗ୍ରୀ ଜବତ ହୋଇଛି। ଅଭିଯୁକ୍ତଙ୍କ ବିରୁଦ୍ଧରେ ମାମଲା ରୁଜୁ କରାଯାଇ କୋର୍ଟଚାଲାଣ କରାଯାଇଥିବା ବାଣପୁର ଆଇଆଇସି ରମେଶ ଚନ୍ଦ୍ର ଦେବତା ସୂଚନା ଦେଇଛନ୍ତି।