Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଦଶହରା ଉପଲକ୍ଷେ ମା’ ଭଗବତୀ ମନ୍ଦିର ପରିଦର୍ଶନ କଲେ ଖୋର୍ଦ୍ଧା ଜିଲ୍ଲାପାଳ
ଆଞ୍ଚଳିକ

ଦଶହରା ଉପଲକ୍ଷେ ମା’ ଭଗବତୀ ମନ୍ଦିର ପରିଦର୍ଶନ କଲେ ଖୋର୍ଦ୍ଧା ଜିଲ୍ଲାପାଳ

October 24, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଣପୁର (ସୀତାରାମ ଅଗ୍ରୱାଲ): ପବିତ୍ର ଦଶହରା ଉପଲକ୍ଷେ ଜିଲ୍ଲାର ବିଭିନ୍ନ ଶକ୍ତିପିଠ ପରିଦର୍ଶନ କରିଛନ୍ତି ଖୋର୍ଦ୍ଧା ଜିଲ୍ଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ ଏବଂ ଜିଲ୍ଲା ପରିଷଦ ମୁଖ୍ୟ ନିର୍ବାହୀ ଅଧିକାରୀ ଡ଼.ବାଦଲ କୁମାର ମହାନ୍ତି। ଆଜି ଅପରାହ୍ନରେ ଉଭୟ ଅଧିକାରୀ ବାଣପୁର ମା’ ଭଗବତୀ ମନ୍ଦିର ପରିଦର୍ଶନକୁ ଆସି ମା’ଙ୍କ ଆଶୀର୍ବାଦ ନେଇଥିଲେ।

ମନ୍ଦିର ପରିସରରେ ଭକ୍ତଙ୍କ ପ୍ରବଳ ଭିଡ଼ ଥିବାରୁ ଭକ୍ତଙ୍କ ଦର୍ଶନ ସୁବିଧା ଦୃଷ୍ଟିରୁ ବେଢାରେ କିଛି ସମୟ ଦର୍ଶନ ପାଇଁ ଅପେକ୍ଷା କରି ରହିଥିଲେ ଜିଲ୍ଲାପାଳ। ଏହି ସମୟରେ ସେବାୟତମାନେ ମନ୍ଦିର ଉନ୍ନୟନ କାର୍ଯ୍ୟ ବିଷୟରେ ଜିଲ୍ଲାପାଳଙ୍କୁ ପଚାରିଥିବା ବେଳେ ମନ୍ଦିର ଉନ୍ନୟନ ପାଇଁ ବାରମ୍ବାର ଟେଣ୍ଡର ଡକାଯାଉଥିଲେ ସୁଦ୍ଧା କେହି ଆବେଦନ ନକରିବାରୁ ତାହା ବାତିଲ ହେଉଯାଉଥିବା ଜିଲ୍ଲାପାଳ କହିବା ସହ ଦୁଃଖପ୍ରକାଶ କରିଥିଲେ।

ତେବେ ମା’ଙ୍କ ଆଶୀର୍ବାଦରୁ ଖୁବ ଶୀଘ୍ର ମନ୍ଦିର ଉନ୍ନୟନ କାର୍ଯ୍ୟ ଆରମ୍ଭ ହେବ ବୋଲି ଆଶା କରିଛନ୍ତି ଜିଲ୍ଲାପାଳ ଶ୍ରୀ ଚକ୍ରବର୍ତ୍ତୀ। ଏଥିସହିତ ମା’ ଭଗବତୀ ମନ୍ଦିରରେ କୁକୁର ବୁଲୁଥିବା ବିଷୟରେ ପୁର୍ବରୁ ଖବର ପ୍ରକାଶ ପାଇଥିବା ବେଳେ ମନ୍ଦିର କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ଉକ୍ତ ବିଷୟରେ ତାଗିଦ କରିଥିଲେ ଜିଲ୍ଲାପାଳ।

ଅନୁରୂପ ଭାବେ ଆସନ୍ତା ୨୬ ତାରିଖରେ ପଲଟନ ପଡିଆରେ ବାଣପୁର ବ୍ଲକ ଆନୁକୂଲ୍ୟରେ ହେବାକୁ ଥିବା ‘ଆମ ଓଡିଶା ନବୀନ ଓଡିଶା’ କାର୍ଯ୍ୟକ୍ରମ ପାଇଁ ସ୍ଥଳ ଅନୁଧ୍ୟାନ କରିବା ପରେ ଜିଲ୍ଲାପାଳ ଟାଙ୍ଗୀ ଉଗ୍ରତାରା ମନ୍ଦିର ଅଭିମୁଖେ ପ୍ରସ୍ଥାନ କରିଥିଲେ।

କେ. ସୁଦର୍ଶନ ଚକ୍ରବର୍ତ୍ତୀ ଖୋର୍ଦ୍ଧା ଜିଲ୍ଲାପାଳ ବାଣପୁର ମା’ ଭଗବତୀ ମନ୍ଦିର
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର: ଓଡ଼ିଶାରେ ଗାଣପତ୍ୟ ଉପାସନା ଓ ଶ୍ରୀଜଗନ୍ନାଥ ସଂସ୍କୃତି ଆଲୋଚନା ଚକ୍ର

September 15, 2026

ବାଣପୁର: ଭଲ ଅମଳ ପାଇଁ ମା’ଙ୍କ ନିକଟରୁ ଆଜ୍ଞାମାଳ ଗ୍ରହଣ କଲେ ଶତାଧିକ କୃଷକ

September 14, 2026

ରଣପୁରରେ ଧୁମଧାମରେ ୭୭ତମ ବିଘ୍ନ ବିନାୟକ ଶ୍ରୀଗଣେଶ ପୂଜା ମହୋତ୍ସବ

September 14, 2026

କୁକୁଡାଖଣ୍ଡି ବ୍ଲକରେ ତୃତୀୟ ମାସିକ କ୍ଲଷ୍ଟର ବୈଠକ

September 12, 2026
Latest News

ଆଇସିଏମଆର-ଏନଆଇଏଚଆର ପରିଦର୍ଶନ କଲେ କେରଳମ୍‌ ଓ ରାଜସ୍ଥାନ ଗଣମାଧ୍ୟମ ପ୍ରତିନିଧି

September 16, 2026

ଚାରିଟି ଗତି ଶକ୍ତି କାର୍ଗୋ ଟର୍ମିନାଲକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କଲେ କେନ୍ଦ୍ର ରେଳମନ୍ତ୍ରୀ

September 16, 2026

ଗେଭ୍ରା କୋଇଲା ଖଣି ପରିଦର୍ଶନ କଲେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି

September 16, 2026

ରାଶିଫଳ: ସେପ୍ଟେମ୍ବର ୧୬ ତାରିଖ ବୁଧବାରରେ ପାଞ୍ଚୋଟି ରାଶିକୁ ମିଳିବ ଶକ୍ତିଶାଳୀ ସହଯୋଗ

September 16, 2026

ବିହାର NDAରେ UCCକୁ ନେଇ ମତଭେଦ! ସେପ୍ଟେମ୍ବର ୧୮ରେ JDUର ବଡ଼ ବୈଠକ

September 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.