Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଲୁଗାଁ ସରକାରୀ ଉଚ୍ଚ ବିଦ୍ୟାଳୟରେ ହୀରକ ଜୟନ୍ତୀ ସମାରୋହ
ଆଞ୍ଚଳିକ

ବାଲୁଗାଁ ସରକାରୀ ଉଚ୍ଚ ବିଦ୍ୟାଳୟରେ ହୀରକ ଜୟନ୍ତୀ ସମାରୋହ

October 31, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ବାଲୁଗାଁ (ସୀତାରାମ ଅଗ୍ରୱାଲ): ଦୀର୍ଘ ଦୁଇ ଦିନ ଧରି ବାଲୁଗାଁ ସରକାରୀ ଉଚ୍ଚ ବିଦ୍ୟାଳୟର ୭୫ ବର୍ଷ ପୂର୍ତ୍ତି ଅବସରରେ ହୀରକ ଜୟନ୍ତୀ ସମାରୋହ ପାଳିତ ହେବାକୁ ଥିବା ବେଳେ ଆଜି ଉଦଘାଟନୀ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ପ୍ରାତଃ ସମୟରେ ବିଦ୍ୟାଳୟର ଛାତ୍ରଛାତ୍ରୀ ଓ ପ୍ରାକ୍ତନ ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ମା’ ଉତ୍ତରାୟଣୀ ମନ୍ଦିର ଠାରୁ ବିଦ୍ୟାଳୟ ପରିସର ପର୍ଯ୍ୟନ୍ତ ଏକ ମଶାଲ ଶୋଭାଯାତ୍ରା କରାଯାଇଥିଲା। ବିଦ୍ୟାଳୟ ପରିସରରେ ଏନଏସି ଅଧ୍ୟକ୍ଷା ସୁକାନ୍ତି ପାଇକରାୟ ଓ ପ୍ରଧାନ ଶିକ୍ଷୟତ୍ରୀ ସ୍ଵାଧୀନା ମଞ୍ଜରୀ ବେହେରା ଛାତ୍ରଛାତ୍ରୀ ମାନଙ୍କ ଠାରୁ ମଶାଲ ଗ୍ରହଣ କରି ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ।

ବହୁ ପ୍ରାକ୍ତନ ଛାତ୍ରଛାତ୍ରୀ ନିଜ ସ୍କୁଲ ସମୟରେ ଅଭୁଲା ଦିନର ସ୍ମୃତି ମନେ ପକାଇ ଭାବବିହ୍ଵଳ ହେଉଥିବା ଦେଖିବାକୁ ମିଳିଥିଲା। ଏଥିସହିତ ବହୁ ଦିନ ପରେ ଏପରି ଏକ ସ୍ମରଣୀୟ ଦିନରେ ପୁରୁଣା ସାଙ୍ଗ ସାଥି ଏକାଠି ପାଇ ଭାବର ଆଦାନ ପ୍ରଦାନ କରିଥିଲେ। ମଧ୍ୟାହ୍ନରେ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ଦ୍ଵାରା ସାଂସ୍କୃତିକ କାର୍ଯ୍ୟକ୍ରମମାନ ପରିବେଷଣ କରାଯାଇଥିଲା।

ଅପରାହ୍ନରେ ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ସ୍ଵାଧୀନା ମଞ୍ଜରୀ ବେହେରାଙ୍କ ସଭାପତିତ୍ବରେ ଏକ ସାଧାରଣ ସଭା ଅନୁଷ୍ଠିତ ହୋଇଥିଲା। ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବେ ଉଚ୍ଚ ନ୍ୟାୟାଳୟ ମୁଖ୍ୟ ବିଚାରପତି ଡ଼.ବିଦ୍ୟୁତ ରଞ୍ଜନ ଷଡ଼ଙ୍ଗୀ,ମୁଖ୍ୟବକ୍ତା ଭାବେ ସାଂସଦ ତଥା କିଟ ପ୍ରତିଷ୍ଠାତା ପ୍ରଫେସର ଡ଼.ଅଚ୍ୟୁତ ସାମନ୍ତ ପ୍ରମୁଖ ଯୋଗଦେଇଥିଲେ। ମୁଖ୍ୟ ବକ୍ତା ଡ଼.ସାମନ୍ତ ନିଜ ଅଭିଭାଷଣରେ ସଫଳତାର ଶିଡି ଚଢ଼ିବାକୁ ହେଲେ ଶୃଙ୍ଖଳା ନିହାତି ଆବଶ୍ୟକ।ରାଜ୍ୟ ସରକାରଙ୍କ ୫ଟି ଯୋଜନାରେ ସ୍କୁଲରେ ସମସ୍ତ ସୁବିଧା ସୁଯୋଗ ରହିଛି।

କେବଳ ପାଠ ପଢିବାର ଆବଶ୍ୟକ ରହିଛି। କାହିଁକି ନା ଗୁଣାତ୍ମକ ଶିକ୍ଷା ଦ୍ୱାରା ଭକ୍ତି,ସାଧୁତା ସହ ଶୈକ୍ଷିକ ପରିବେଶକୁ ବିକଶିତ କରିଥାଏ ବୋଲି କହିଥିଲେ। ମୁଖ୍ୟ ଅତିଥି ଡ଼.ବିଦ୍ୟୁତ ରଞ୍ଜନ ଷଡ଼ଙ୍ଗୀ ନିଜ ଅଭିଭାଷଣରେ ଦୀର୍ଘ ୭୫ ବର୍ଷର ଘାତ ପ୍ରତିଘାତ ମଧ୍ୟରେ ବିଦ୍ୟାଳୟ ପ୍ରତିବର୍ଷ ବହୁ ଉଜ୍ବଳମୟୀ ଭବିଷ୍ୟତ ଗଠନ କରିଆସିଛି। ବହୁ ମାନି ଗୁଣି ଏମାଟିରୁ ଜନ୍ମିତ। ଏପରିକି ଏହି ବିଦ୍ୟାଳୟରୁ ବହୁ ଉଚ୍ଚ ପଦାଧିକାରୀ ଅଧିକାରୀ ଦେଶ ତଥା ବିଦେଶରେ ଅନେକ ଖ୍ୟାତି ଅର୍ଜନ କରିପାରିଛନ୍ତି। ଯାହାକି ଉତ୍ତମ ଶିକ୍ଷା ଭବିଷ୍ୟତ ଆଶାକୁ ଉଜ୍ବଳିତ କରିଥାଏ। ପ୍ରାଥମିକ,ମାଧ୍ୟମିକ,ଉଚ୍ଚ ମାଧ୍ୟମିକ ଶିକ୍ଷା ଛାତ୍ରଛାତ୍ରୀ ଜୀବନରେ ପ୍ରଥମ ସୋପାନ।ପ୍ରଥମ ସୋପାନର କୃତିତ୍ୱ ହିଁ ଆଗକୁ ବାଟ ଚାଲିବାର ରାସ୍ତା ଦେଖାଇଥାଏ। ଆପ୍ରାଣ ଚେଷ୍ଟା,କର୍ତଵ୍ୟନିଷ୍ଠା ଓ ପରିଶ୍ରମ ପ୍ରତିଟି କ୍ଷେତ୍ରରେ ଆଗକୁ ବଢ଼ିବାରେ ସହାୟକ ହୋଇପାରିବ ବୋଲି କହିଥିଲେ।

ଏହିଅବସରରେ ବିଦ୍ୟାଳୟର ମୁଖ୍ୟ ଅତିଥିଙ୍କ ଦ୍ଵାରା ମୁଖପାତ୍ର ଚିଲିକା ଉନ୍ମୋଚିତ କରାଯାଇଥିଲା ସାନ୍ଧ୍ୟ ଅଧିବେଶନରେ ଛାତ୍ରଛାତ୍ରୀ ମାନଙ୍କ ଦ୍ୱାରା ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା। ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ଅର୍ଜନ କରିଥିବା ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କରାଯାଇଥିଲା।

ଉକ୍ତ କାର୍ଯ୍ୟକ୍ରମରେ ହୀରକ ଜୟନ୍ତୀ ସମାରୋହ କମିଟି ସଭାପତି,ସମ୍ପାଦକ ଓ ସଦସ୍ୟମାନେ ପୂର୍ଣ୍ଣ ସହଯୋଗ କରିଥିବା ବେଳେ ବିଦ୍ୟାଳୟର ଛାତ୍ରଛାତ୍ରୀ, ପୁରାତନ ଛାତ୍ରଛାତ୍ରୀ, ଶିକ୍ଷକ ଶିକ୍ଷୟିତ୍ରୀ, କର୍ମଚାରୀମାନେ ଉପସ୍ଥିତ ଥିଲେ।ଶାନ୍ତି ଶୃଙ୍ଖଳା ରକ୍ଷା କରିବା ପାଇଁ ପୋଲିସ ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ କରାଯାଇଥିଲା।

ବାଲୁଗାଁ ମଶାଲ ଶୋଭାଯାତ୍ରା ମା' ଉତ୍ତରାୟଣୀ ମନ୍ଦିର ସରକାରୀ ଉଚ୍ଚ ବିଦ୍ୟାଳୟ ହୀରକ ଜୟନ୍ତୀ
Share. Facebook Twitter LinkedIn Email WhatsApp Copy Link

Related Posts

ମହୁକୁଦରେ ବ୍ଳକ୍ ସ୍ତରୀୟ ବିଶ୍ୱଶାନ୍ତି ଅଲେଖ ମହିମା ଅଖଣ୍ଡ ବ୍ରହ୍ମ ଯଜ୍ଞ

February 19, 2026

ବେଆଇନ ମୋରମ୍ ଚାଲାଣ ଅଭିଯୋଗରେ ହାଇୱା ଗାଡ଼ି ଜବତ

February 19, 2026

ଜିଲ୍ଳାପାଳ ଏବଂ ଏସ୍ ପିଙ୍କ ନାଲିପଡା ଅର୍ଜୁନପୁର ଗ୍ରାମ ପଂଚାୟତରେ ପଲ୍ଲୀରେ ପ୍ରଶାସନ ଜନଶୁଣାଣି

February 16, 2026

ରଙ୍କନାଥ ମନ୍ଦିରରେ ନୂତନ ପ୍ରବଚନ ମଣ୍ଡପକୁ ଉଦଘାଟନ କଲେ ଆଇନ ମନ୍ତ୍ରୀ

February 15, 2026
Latest News

ନାକଟିଦେଉଳ ସ୍ନାତକ ମହାବିଦ୍ୟାଳୟ ରେ ଆତ୍ମ ସୁରକ୍ଷା ତାଲିମ ଶିବିର

February 20, 2026

ଶିଶୁ ଯତ୍ନ ଅନୁଷ୍ଠାନରେ ଶିଶୁମାନଙ୍କ ଦ୍ଵାରା ଆଇ ଏଚ ଏମ କ୍ୟାମ୍ପସ ଏବଂ ସାଇ ଏକ୍ସପର୍ଟ ପରିଦର୍ଶନ

February 20, 2026

ଚିଲିକା ଅଞ୍ଚଳର ବିଭିନ୍ନ ମନ୍ଦିରରୁ ଚୋରୀ କରୁଥିବା ଦୁଇ ଅଭିଯୁକ୍ତ ଧରିଲା ବାଲୁଗାଁ ପୋଲିସ

February 20, 2026

Odisha Tourism Budget: ଭୁବନେଶ୍ବରରେ 800 କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ଅତ୍ୟାଧୁନିକ ସଂଗ୍ରହାଳୟ

February 20, 2026

ବଜେଟରେ ନୂଆ ଯୋଜନା, କଲେଜ ପଢା ସରିବା ପରେ ଏଣିକି ଝିଅମାନଙ୍କୁ ମିଳିବ ଲକ୍ଷେ ଟଙ୍କା

February 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.