Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଲୁଗାଁ ସରକାରୀ ଉଚ୍ଚ ବିଦ୍ୟାଳୟରେ ହୀରକ ଜୟନ୍ତୀ ସମାରୋହ ଉଦଯାପିତ
ଆଞ୍ଚଳିକ

ବାଲୁଗାଁ ସରକାରୀ ଉଚ୍ଚ ବିଦ୍ୟାଳୟରେ ହୀରକ ଜୟନ୍ତୀ ସମାରୋହ ଉଦଯାପିତ

November 2, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ବାଲୁଗାଁ (ସୀତାରାମ ଅଗ୍ରୱାଲ): ୧୯୪୯ ମସିହାରେ ପ୍ରତିଷ୍ଠିତ ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ସରକାରୀ ଉଚ୍ଚ ବିଦ୍ୟାଳୟରେ ହୀରକ ଜୟନ୍ତୀ ସମାରୋହ ଉଦଯାପିତ ହୋଇଯାଇଛି। ଦୀର୍ଘ ଦୁଇ ଦିନ ଧରି ୭୫ ବର୍ଷ ପୂର୍ତ୍ତି ଅବସରରେ ହୀରକ ଜୟନ୍ତୀ ସମାରୋହ ପାଳିତ ହେଉଥିବା ବେଳେ ବୁଧବାର ସନ୍ଧ୍ୟାରେ ବହୁ ବିଶିଷ୍ଟ ବ୍ୟକ୍ତିବିଶେଷଙ୍କ ଗହଣରେ ଉଦଯାପିତ ହୋଇଛି।

ବହୁ ପ୍ରାକ୍ତନ ଛାତ୍ରଛାତ୍ରୀ ନିଜ ସ୍କୁଲ ସମୟରେ ଅଭୁଲା ଦିନର ସ୍ମୃତି ମନେ ପକାଇ ଭାବବିହ୍ଵଳ ହେଉଥିବା ଦେଖିବାକୁ ମିଳିଥିଲା। ଏଥିସହିତ ବହୁ ଦିନ ପରେ ଏପରି ଏକ ସ୍ମରଣୀୟ ଦିନରେ ପୁରୁଣା ସାଙ୍ଗ ସାଥି ଏକାଠି ପାଇ ଭାବର ଆଦାନ ପ୍ରଦାନ କରିଥିଲେ। ଦିନ ତମାମ ବିଦ୍ୟାଳୟର ଛାତ୍ରଛାତ୍ରୀ ଏବଂ ସ୍ଥାନୀୟ କଳା ଅନୁଷ୍ଠାନର କଳାକାର ମାନଙ୍କ ଦ୍ଵାରା ସାଂସ୍କୃତିକ କାର୍ଯ୍ୟକ୍ରମମାନ ପରିବେଷଣ କରାଯାଇଥିଲା।

ଅପରାହ୍ନରେ ହୀରକ ଜୟନ୍ତୀ ସମାରୋହ କମିଟି ସଭାପତି ବିଜୟ କୁମାର ନାୟକଙ୍କ ସଭାପତିତ୍ବରେ ଏକ ସାଧାରଣ ସଭା ଅନୁଷ୍ଠିତ ହୋଇଥିଲା। ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବେ ଗୃହନିର୍ମାଣ ଓ ପୌର ଉନ୍ନୟନ ମନ୍ତ୍ରୀ ଉଷା ଦେବୀ, ସମ୍ମାନିତ ଅତିଥି ଭାବେ ସୂଚନା ଓ ପ୍ରଯୁକ୍ତି ବିଦ୍ୟା, କ୍ରୀଡା ଏବଂ ଯୁବ ବ୍ୟାପାର ମନ୍ତ୍ରୀ ତୁଷାରକାନ୍ତି ବେହେରା, ହସ୍ତତନ୍ତ ବୟନ ଶିଳ୍ପ ଓ ହସ୍ତଶିଳ୍ପ ମନ୍ତ୍ରୀ ରିତା ସାହୁ, ଏନଏସି ଅଧ୍ୟକ୍ଷା ସୁକାନ୍ତି ପାଇକରାୟ, ବିଦ୍ୟାଳୟ ପ୍ରଧାନ ଶିକ୍ଷୟତ୍ରୀ ସ୍ୱାଧିନା ମଞ୍ଜରୀ ବେହେରା, ମୁଖ୍ୟବକ୍ତା ଭାବେ ଉତ୍କଳ ସଂସ୍କୃତି ବିଶ୍ୱବିଦ୍ୟାଳୟ କୁଳପତି ଡ଼. ପ୍ରସନ୍ନ କୁମାର ସ୍ୱାଇଁ ପ୍ରମୁଖ ଯୋଗ ଦେଇଥିଲେ।

ସଭା ପ୍ରାରମ୍ଭରେ ଅତିଥି ଗହଣରେ ଶ୍ରୀ ଜଗନ୍ନାଥଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରାଯିବା ସହ ପ୍ରଦୀପ ପ୍ରଜ୍ବଳନ କରାଯାଇଥିଲା। ହୀରକ ଜୟନ୍ତୀ ସମାରୋହ କମିଟି ସମ୍ପାଦକ ମୁରଲୀଧର ସାମନ୍ତସିଂହାର ବାର୍ଷିକ ବିବରଣୀ ପାଠ କରିଥିଲେ।

ମୁଖ୍ୟ ବକ୍ତା ଡ଼.ସ୍ୱାଇଁ ନିଜ ଅଭିଭାଷଣରେ ସଫଳତାର ଶିଡି ଚଢ଼ିବାକୁ ହେଲେ ଶୃଙ୍ଖଳାଗତ ଗୁଣାତ୍ମକ ଶିକ୍ଷା ଦ୍ୱାରା ଶୈକ୍ଷିକ ପରିବେଶକୁ ବିକଶିତ କରିଥାଏ ବୋଲି କହିଥିଲେ। ମୁଖ୍ୟ ଅତିଥି ଉଷା ଦେବୀ ଦୀର୍ଘ ୭୫ ବର୍ଷର ଘାତ ପ୍ରତିଘାତ ମଧ୍ୟରେ ବିଦ୍ୟାଳୟ ପ୍ରତିବର୍ଷ ବହୁ ଉଜ୍ବଳମୟୀ ଭବିଷ୍ୟତ ଗଠନ କରିଆସିଛି। ବହୁ ମାନି ଗୁଣି ଏମାଟିରୁ ଜନ୍ମିତ। ଏପରିକି ଏହି ବିଦ୍ୟାଳୟରୁ ବହୁ ଉଚ୍ଚ ପଦାଧିକାରୀ ଅଧିକାରୀ ଦେଶ ତଥା ବିଦେଶରେ ଅନେକ ଖ୍ୟାତି ଅର୍ଜନ କରିପାରିଛନ୍ତି। ଯାହାକି ଉତ୍ତମ ଶିକ୍ଷା ଭବିଷ୍ୟତ ଆଶାକୁ ଆଗକୁ ବଢ଼ିବାରେ ସହାୟକ ହୋଇପାରିବ ବୋଲି କହିଥିଲେ। ଏହିଅବସରରେ ବିଦ୍ୟାଳୟର ମୁଖ୍ୟ ଅତିଥିଙ୍କ ଦ୍ଵାରା ମୁଖପାତ୍ର ଚିଲିକା ଉନ୍ମୋଚିତ କରାଯାଇଥିଲା।

ସାନ୍ଧ୍ୟ ଅଧିବେଶନରେ ଅତିଥି କଳାକାରମାନଙ୍କ ଦ୍ୱାରା ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା। ବିଦ୍ୟାଳୟର ବହୁ ପୁରାତନ ଶିକ୍ଷକ ଶିକ୍ଷୟିତ୍ରୀ ମାନଙ୍କୁ ସେମାନଙ୍କ ଅତୁଳନୀୟ ଅବଦାନ ପାଇଁ ସମ୍ମାନିତ କରାଯାଇଥିଲା। ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ଅର୍ଜନ କରିଥିବା ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କରାଯାଇଥିଲା।

ଉକ୍ତ କାର୍ଯ୍ୟକ୍ରମରେ ହୀରକ ଜୟନ୍ତୀ ସମାରୋହ କମିଟି ସଦସ୍ୟମାନେ ପୂର୍ଣ୍ଣ ସହଯୋଗ କରିଥିବା ବେଳେ ବିଦ୍ୟାଳୟର ଛାତ୍ରଛାତ୍ରୀ, ପୁରାତନ ଛାତ୍ରଛାତ୍ରୀ, ଶିକ୍ଷକ ଶିକ୍ଷୟିତ୍ରୀ, କର୍ମଚାରୀମାନେ ଉପସ୍ଥିତ ଥିଲେ। ଶାନ୍ତି ଶୃଙ୍ଖଳା ରକ୍ଷା କରିବା ପାଇଁ ପୋଲିସ ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ କରାଯାଇଥିଲା।

ବାଲୁଗାଁ ସରକାରୀ ଉଚ୍ଚ ବିଦ୍ୟାଳୟ ହୀରକ ଜୟନ୍ତୀ
Share. Facebook Twitter LinkedIn Email WhatsApp Copy Link

Related Posts

‘ବୃକ୍ଷ ହିଁ ଜୀବନ’ ପ୍ରବନ୍ଧ ପ୍ରତିଯୋଗିତା : ପରିବେଶ ସୁରକ୍ଷାର ବାର୍ତ୍ତା ଦେଲେ କୁନି ପ୍ରତିଭା

August 2, 2026

ବନ୍ୟା ପ୍ରଭାବିତ ଅଞ୍ଚଳରେ ଓମ୍‌ଫେଡ୍‌ ପକ୍ଷରୁ ବ୍ୟାପକ ଗୋଖାଦ୍ୟ ବଣ୍ଟନ; ୪ ଦିନରେ ୫୦୪ ମେଟ୍ରିକ୍ ଟନ୍ ବିତରଣ, ଲକ୍ଷ୍ୟ ୧୦୦୦ ମେଟ୍ରିକ୍ ଟନ୍

August 1, 2026

ଲୋକାର୍ପିତ ହେଲା ‘ନରସିଂହପୁର କ୍ଲଷ୍ଟର ବୁଲେଟିନ’ କୁନି ରିପୋର୍ଟର ଚ୍ୟାନେଲ

August 1, 2026

ଯୁବତୀ ଅପହରଣ ମାମଲାରେ ୩ ଯୁବକଙ୍କୁ ନିର୍ଦ୍ଧୁମ ମାଡ଼, ପୋଲିସ ଭୂମିକାକୁ ନେଇ ପ୍ରଶ୍ନ

August 1, 2026
Latest News

କ୍ୟାବିନେଟ୍ ବୈଠକ: ୬ ବିଭାଗର ୧୧ ପ୍ରସ୍ତାବକୁ ମଞ୍ଜୁରୀ

August 2, 2026

‘ବୃକ୍ଷ ହିଁ ଜୀବନ’ ପ୍ରବନ୍ଧ ପ୍ରତିଯୋଗିତା : ପରିବେଶ ସୁରକ୍ଷାର ବାର୍ତ୍ତା ଦେଲେ କୁନି ପ୍ରତିଭା

August 2, 2026

ଯୁଯୁମୁରା ଉପବଜାର ପ୍ରାଙ୍ଗଣରେ ମେଗା ରକ୍ତଦାନ ଶିବିର

August 2, 2026

ବନ୍ୟା ପ୍ରଭାବିତ ଅଞ୍ଚଳରେ ଓମ୍‌ଫେଡ୍‌ ପକ୍ଷରୁ ବ୍ୟାପକ ଗୋଖାଦ୍ୟ ବଣ୍ଟନ; ୪ ଦିନରେ ୫୦୪ ମେଟ୍ରିକ୍ ଟନ୍ ବିତରଣ, ଲକ୍ଷ୍ୟ ୧୦୦୦ ମେଟ୍ରିକ୍ ଟନ୍

August 1, 2026

ବନ୍ୟା ପରିସ୍ଥିତି ରିଲିଫ୍‌ ଓ ପୁନରୁଦ୍ଧାର କାର୍ଯ୍ୟ ତଦାରଖ ପାଇଁ ଚାରି ମନ୍ତ୍ରୀଙ୍କୁ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ

August 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.