Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ହାଇସ୍କୁଲ ପ୍ରଧାନଶିକ୍ଷକଙ୍କ ବ୍ଲକ୍‌ସ୍ତରୀୟ ପ୍ରଶିକ୍ଷଣ ଶିବିର
ଆଞ୍ଚଳିକ

ହାଇସ୍କୁଲ ପ୍ରଧାନଶିକ୍ଷକଙ୍କ ବ୍ଲକ୍‌ସ୍ତରୀୟ ପ୍ରଶିକ୍ଷଣ ଶିବିର

November 11, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଆସିକା (ମାନସ ପୂର୍ଣ୍ଣ ଆଚାର୍ଯ୍ୟ): ରାଜ୍ୟ ସରକାରଙ୍କ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ, ଓଡିଶା ବିଦ୍ୟାଳୟ ଶିକ୍ଷା ପ୍ରାଧୂକରଣ କର୍ତ୍ତୃପକ୍ଷ (ଓସେପା), ଜିଲ୍ଲା ଶିକ୍ଷା ବିଭାଗର ପରାମର୍ଶକ୍ରମେ ଆସିକା ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ପ୍ରଧାନଶିକ୍ଷକଙ୍କ ବ୍ଳକସ୍ତରୀୟ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ପ୍ରଶିକ୍ଷଣ ଶିବିରରେ ଆସିକା ବ୍ଲକ୍ ଓ ଏନ୍‌ଏସି ଅଧୀନ ୩୫ ହାଇସ୍କୁଲର ପ୍ରଧାନଶିକ୍ଷକମାନଙ୍କୁ ପ୍ରଶିକ୍ଷଣ ପ୍ରଦାନ କରାଯାଇଥିଲା। ଆସିକା ଗୋଷ୍ଠୀ ଶିକ୍ଷାଧିକାରୀ ମୁନ୍‌ରାଣୀ ମହାନ୍ତି, ସହକାରୀ ଗୋଷ୍ଠୀ ଶିକ୍ଷାଧୂକାରୀ ବିଭୁନନ୍ଦନ ପଣ୍ଡା ଓ ଭାଗିରଥୀ ପାତ୍ର, ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷୟିତ୍ରୀ ଜଲି ମହାପାତ୍ର ପ୍ରମୁଖ ଏଥିରେ ଯୋଗ ଦେଇଥିଲେ।

ଶିବିରରେ ୫-ଟିରେ ରୂପାନ୍ତରିତ ହୋଇଥିବା ସ୍କୁଲଗୁଡିକର ସୁପରିଚାଳନା ଓ ଶୈକ୍ଷିକ ବାତାବରଣ ସୃଷ୍ଟି, ମୁଖ୍ୟମନ୍ତ୍ରୀଙ୍କ ଶିକ୍ଷା ପୁରସ୍କାର ଯୋଜନାର ସଫଳ ରୂପାୟନ, ସ୍ମାର୍ଟସ୍କୁଲରେ ରୂପାନ୍ତରୀକରଣ ହେବାକୁ ଥିବା ସ୍କୁଲଗୁଡିକର ନିର୍ମାଣ କାର୍ଯ୍ୟ ନିର୍ଦ୍ଦିଷ୍ଟ ସମୟସୀମା ମଧ୍ୟରେ ଶେଷ କରିବା, ହାଇସ୍କୁଲଗୁଡ଼ିକର ବିଭିନ୍ନ ସମସ୍ୟା ଓ ତାହାର ସମାଧାନ ସାଙ୍କକୁ ଶୈକ୍ଷିକ କ୍ଷେତ୍ରରେ ଉନ୍ନତି କରିବା, ସମସ୍ତ ମାଧ୍ଯମିକ ବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କୁ ନେଇ ଗଠିତ ହେବାକୁ ଥିବା ଜିଜ୍ଞାସା, କୌଶଳୀ, ସାହିତ୍ୟ ସୃଜନୀ ଓ କ୍ରୀଡ଼ାଙ୍ଗନ ଆଦି ବିଷୟରେ ୪ କ୍ଲବର ଗଠନ ଓ ଆଭିମୁଖ୍ୟ, ମୋ ସ୍କୁଲ କାର୍ଯ୍ୟକ୍ରମର ସଫଳ ରୂପାୟନ, ବିଦ୍ୟାଳୟରେ ଲାଗୁ ହୋଇଥିବା ହାଉସ୍ ସିଷ୍ଟମ୍, ବାଇସାଇକେଲ ବଣ୍ଟନ ଓ ଷ୍ଟିକରିଂ, ସ୍କୁଲରେ ଷ୍ଟୁଡେଣ୍ଟ ମ୍ୟାପିଂ ରିପୋର୍ଟ, ନାମଲେଖା, ସ୍କୁଲ ଫିଡ୍‌ବ୍ୟାକ୍, ଷ୍ଟୁଡେଣ୍ଟ ଲିଡର୍‌ସିପ୍ ଆଓ୍ବାର୍ଡ ସମେତ ବିଭିନ୍ନ ଶିକ୍ଷା କଲ୍ୟାଣକାରୀ କାର୍ଯ୍ୟକ୍ରମ ଉପରେ ବିସ୍ତୃତ ଭାବେ ଆଲୋଚନା କରାଯାଇଥିଲା।

କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ଶିବଶଙ୍କର ଜେନା, ସିମାଞ୍ଚଳ ସେଠୀ, ସତ୍ୟନାରାୟଣ ସେଠୀ, ସରୋଜ କୁମାର ନାୟକ, ପ୍ରଧାନଶିକ୍ଷକ ପ୍ରଶାନ୍ତ କୁମାର ପାଣିଗ୍ରାହୀ, ଗୋବିନ୍ଦ ଚନ୍ଦ୍ର ଆଚର୍ଯ୍ୟ, ଅଶୋକ କୁମାର ପାଢୀ, ତାରାପ୍ରସାଦ ମିଶ୍ର, ପ୍ରଦୀପ କୁମାର ମହାପାତ୍ର, ଚିତ୍ତରଂଜନ ଷଡଙ୍ଗୀ, ଅଶୋକ କୁମାର ଦାଶ, ପ୍ରଦୀପ କୁମାର ଶତପଥୀ, ଅବନୀ କାନ୍ତ ତ୍ରିପାଠୀ, ସରୋଜକାନ୍ତ ମିଶ୍ର, ହିମାଂଶୁ ଶେଖର ମୁନୀ, ବିଭୁପ୍ରସାଦ ପଣ୍ଡା, ରାମକୃଷ୍ଣ ପଣ୍ଡା, ପ୍ରଦୀପ କୁମାର ପରିଡା, ଗୌରୀଶଙ୍କର ଗୌଡ, ଅଶୋକ କୁମାର ସେଠୀ, ରାଜୀବ ଲୋଚନ ସେଠୀ, ନାରାୟଣ ମହାପାତ୍ର, ଭାଗିରଥୀ ଷଡଙ୍ଗୀ, ହାଡୁବନ୍ଧୁ ମହାରଣା, ସ୍ନେହଲତା ଆଚାର୍ଯ୍ୟଙ୍କ ସମେତ ବହୁ ପ୍ରଧାନଶିକ୍ଷକ ଯୋଗ ଦେଇଥିଲେ।

ଓସେପା ପ୍ରଶିକ୍ଷଣ ଶିବିର
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର: ଭଗବତୀ ମଣ୍ଡଳ ଭାଜପା କାର୍ଯ୍ୟକର୍ତ୍ତାମାନଙ୍କୁ ଗୁରୁମନ୍ତ୍ର ଦେଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ

April 3, 2026

ଉତ୍କଳ ଦିବସ ଉପଲକ୍ଷେ ବରପୁତ୍ରମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ବାଣପୁରବାସୀ

April 2, 2026

ପଣ୍ଡିତ ଦୀନଦୟାଲ ଉପାଧ୍ୟାୟ ପ୍ରଶିକ୍ଷଣ ମହାଅଭିଯାନ’ ର ସିଦ୍ଧେଶ୍ୱରୀ ମଣ୍ଡଳ ପ୍ରଶିକ୍ଷଣ ବର୍ଗ ଉଦଘାଟିତ

April 1, 2026

ବାଣପୁରରେ ଖୋଲିଲା ଯୋଗ ଶିକ୍ଷା କେନ୍ଦ୍ର: କ୍ୟାରିଅର ଗଢିବା ପାଇଁ ପାଠ୍ୟକ୍ରମ ବ୍ୟବସ୍ଥା

March 31, 2026
Latest News

ପ୍ରତ୍ନତତ୍ତ୍ଵ ବିଭାଗ ଦ୍ୱାରା ଛତାଗଡ଼ ଓ ବେତଗଡ଼ର ଗବେଷଣା କରାଯାଉ: ଦାବିପତ୍ର ପ୍ରଦାନ

April 3, 2026

ଗରିବ ଓ ମଧ୍ୟବିତ୍ତଙ୍କୁ ଆରାମଦାୟକ ଯାତ୍ରା ଦେବା ରେଳବାଇର ପ୍ରାଥମିକତା: ଅଶ୍ୱିନୀ ବୈଷ୍ଣବ

April 3, 2026

ଇନ୍ଧନ ଯୋଗାଣ ସ୍ଥିତି ନେଇ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ସହ ପେଟ୍ରୋଲିୟମ ସଚିବଙ୍କ ସମୀକ୍ଷା ବୈଠକ 

April 3, 2026

ଇରାନରୁ ଭାରତ ଆସୁଥିବା ତେଲ ଜାହାଜ ଏବେ ଚୀନ ଅଭିମୁଖେ: ଜାଣନ୍ତୁ କାହିଁକି?

April 3, 2026

ବାଣପୁର: ଭଗବତୀ ମଣ୍ଡଳ ଭାଜପା କାର୍ଯ୍ୟକର୍ତ୍ତାମାନଙ୍କୁ ଗୁରୁମନ୍ତ୍ର ଦେଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ

April 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.