Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର ବ୍ଲକ ପରିସରରେ ମିଳିତ ଜନଶୁଣାଣୀ: ବିଚାର ପାଇଁ ଆସିଲା ୧୧୯ ଟି ଦରଖାସ୍ତ
ଆଞ୍ଚଳିକ

ବାଣପୁର ବ୍ଲକ ପରିସରରେ ମିଳିତ ଜନଶୁଣାଣୀ: ବିଚାର ପାଇଁ ଆସିଲା ୧୧୯ ଟି ଦରଖାସ୍ତ

November 20, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଣପୁର (ସୀତାରାମ ଅଗ୍ରୱାଲ): ଆଜି ପୂର୍ବାହ୍ନରେ ବାଣପୁର ବ୍ଲକ ପରିସରରେ ଖୋର୍ଦ୍ଧା ଜିଲ୍ଲାପାଳଙ୍କ ମିଳିତ ଜନଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳ କେ ସୁଦର୍ଶନ ଚକ୍ରବର୍ତ୍ତୀଙ୍କ ଅଧକ୍ଷତାରେ ଅନୁଷ୍ଠିତ ଉକ୍ତ ଶିବିରରେ ଏସପି ସିଦ୍ଧାର୍ଥ କଟାରିଆ, ଉପ ଜିଲ୍ଲାପାଳ ଦିପ୍ତୀରଞ୍ଜନ ସେଠି, ବିଡ଼ିଓ ଶୀତଲ ଅଗ୍ରୱାଲ, ବ୍ଲକ ଅଧ୍ୟକ୍ଷ ଅମରେନ୍ଦ୍ର ରଣସିଂହ, ଜିଲ୍ଲା ପରିଷଦ ଉପାଧ୍ୟକ୍ଷ ଗୋପୀନାଥ ମହାରଣା, ତହସିଲଦାର ଟି. ପଦ୍ମନାଭ ଦୋରା, ଏନଏସି କାର୍ଯ୍ୟନିର୍ବାହୀ ଅଧିକାରିଣୀ କାଦମ୍ବିନୀ ଜେନା ପ୍ରମୁଖ ଉପସ୍ଥିତ ଥିଲେ।

ବାଣପୁର ବ୍ଲକ ଅନ୍ତର୍ଗତ ମୋଟ ୧୭ ଗୋଟି ପଞ୍ଚାୟତ ଓ ଏନଏସିର ବିଭିନ୍ନ ୱାର୍ଡରୁ ସମୁଦାୟ ୧୧୯ ଟି ଦରଖାସ୍ତ ବିଚାର ପାଇଁ ଆସିଥିବା ବେଳେ ତନ୍ମଧ୍ୟରୁ ୧୦୭ ଟି ବ୍ୟକ୍ତିଗତ ଓ ୪ ଗୋଟି ସାମୁହିକ ଦରଖାସ୍ତ ଥିଲା। ତତ୍କାଳ ୩ ଗୋଟି ଆବେଦନର ସମାଧାନ ହୋଇଥିଲା।

ଅନୁରୂପ ଭାବେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଜଣେ ହିତାଧିକାରୀଙ୍କୁ ୧୨ ହଜାର ଟଙ୍କା ଏବଂ ରେଡ କ୍ରସ ପାଣ୍ଠିରୁ ୪ ଜଣ ହିତାଧିକାରୀଙ୍କୁ ୫-୫ ହଜାର ଟଙ୍କା ପ୍ରଦାନ କରାଯାଇଥିଲା।

ଏହି ଅବସରରେ ବାଣପୁର ବ୍ଲକ ଅନ୍ତର୍ଗତ ବିଭିନ୍ନ ବିଭାଗର ବିଭାଗୀୟ ଅଧିକାରୀ, ଯନ୍ତ୍ରୀ, ସ୍ଵାସ୍ଥ୍ୟ ବିଭାଗ ଅଧିକାରୀ, ସିଡିପିଓ, ଜଳସେଚନ ବିଭାଗ ଅଧିକାରୀଙ୍କ ସହ ବିଭିନ୍ନ ପଦସ୍ଥ ଅଧିକାରୀ, ୧୭ଟି ପଞ୍ଚାୟତର ଜନ ପ୍ରତିନିଧିମାନେ ଉପସ୍ଥିତ ରହି ସମସ୍ୟା ସମାଧାନ ଦିଗରେ ଶିବିରକୁ ଆସୁଥିବା ବ୍ୟକ୍ତିଙ୍କୁ ସହଯୋଗ କରିଥିଲେ। ଆଈନ ଶୃଙ୍ଖଳା ଦୃଷ୍ଟିରୁ ବାଣପୁର ପୋଲିସ ପକ୍ଷରୁ ବ୍ୟାପକ ପଦକ୍ଷେପ ନିଆଯାଇଥିଲା।

ବାଣପୁର ବ୍ଲକ ମିଳିତ ଜନଶୁଣାଣୀ
Share. Facebook Twitter LinkedIn Email WhatsApp Copy Link

Related Posts

ମନ୍ଦାକିନୀ ନୋଡାଲ ଇଉପିଏସ ସ୍କୁଲରେ ବାର୍ଷିକ ଉତ୍ସବ

December 23, 2025

ବାଲୁଗାଁ ମହାବିଦ୍ୟାଳୟ‌ର ଅର୍ଥନୀତି ବିଭାଗ ପକ୍ଷରୁ ଏକ-ଦିବସୀୟ ଜାତୀୟ ସମ୍ପାନ ଅନୁଷ୍ଠିତ

December 23, 2025

ବାଲୁଗାଁ ମହାବିଦ୍ୟାଳୟର ଜାତୀୟ ଗଣିତ ଦିବସ ପାଳନ, ପ୍ରାଣୀ ବିଜ୍ଞାନ ବିଭାଗ ପକ୍ଷରୁ ସେମିନାର

December 22, 2025

ପିଚିକୁଳି ଗ୍ରାମ ପଂଚାୟତ କାର୍ଯ୍ୟାଳୟ ପରିସରରେ ଜନଶୁଣାଣି ଶିବିର

December 22, 2025
Latest News

ବାଂଲାଦେଶ: ଗତ ୫ ଦିନରେ ୬ ହିନ୍ଦୁ ପରିବାର ଉପରେ ଆକ୍ରମଣ

December 26, 2025

ପ୍ରଧାନମନ୍ତ୍ରୀ ଉଜ୍ଜ୍ୱଳା ଯୋଜନା: ୧୦.୩୫ କୋଟିରେ ପହଞ୍ଚିଲା ହିତାଧିକାରୀଙ୍କ ସଂଖ୍ୟା

December 26, 2025

ପୂର୍ବତନ ବିଧାୟିକା ସଞ୍ଚିତା ମହାନ୍ତିଙ୍କୁ ଶେଷ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ

December 26, 2025

ବରିଷ୍ଠ ବିଜେପି ନେତ୍ରୀ ତଥା ପୂର୍ବତନ ବିଧାୟିକା ସଞ୍ଚିତା ମହାନ୍ତିଙ୍କ ପରଲୋକ

December 26, 2025

IGMC ମାରପିଟ ମାମଲା: ଧର୍ମଘଟରେ ଡାକ୍ତର, ସ୍ୱାସ୍ଥ୍ୟ ସେବା ପ୍ରଭାବିତ

December 26, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.