Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଲୁଗାଁ: ପବିତ୍ର ଗୋପାଷ୍ଟାମୀ ଅବସରରେ ମା’ ବନଦୁର୍ଗା ଗୋଶାଳାରେ ଗୋ ପୂଜନ ଏବଂ ଯଜ୍ଞ ଅନୁଷ୍ଠିତ
ଆଞ୍ଚଳିକ

ବାଲୁଗାଁ: ପବିତ୍ର ଗୋପାଷ୍ଟାମୀ ଅବସରରେ ମା’ ବନଦୁର୍ଗା ଗୋଶାଳାରେ ଗୋ ପୂଜନ ଏବଂ ଯଜ୍ଞ ଅନୁଷ୍ଠିତ

November 20, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ଚିଲିକା (ସୀତାରାମ ଅଗ୍ରୱାଲ): ଆଜି ପବିତ୍ର ଗୋପାଷ୍ଟାମୀ। ଏହି ଅବସରରେ ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ନିକଟସ୍ଥ ସୋଲାରୀଠାରେ ମା’ ବନଦୁର୍ଗା ଗୋଶାଳାରେ ଗୋ ପୂଜନ ଏବଂ ଯଜ୍ଞ ଅନୁଷ୍ଠିତ ହୋଇଯାଇଛି। ସଂଯୋଜକ ପ୍ରଦୀପ ଜେନା, ବଜରଙ୍ଗ ଦଳର ସଦସ୍ୟ ରଞ୍ଜିତ ବଡ଼ଜେନା, ସୁବ୍ରତ ମାନ୍ଧାତା ଏବଂ ସମନ୍ତସିଂହାର ପୁର ଗ୍ରାମବାସୀଙ୍କ ସହଯୋଗରେ ଉକ୍ତ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।

ଉଲ୍ଲେଖ ଯୋଗ୍ୟ ଯେ, ସୋଲରୀ ପାହାଡ ପାଦଦେଶରେ ପ୍ରାକୃତିକ ସୁନ୍ଦର ପରିବେଶରେ ଏକ ବର୍ଷ ହେଲା ଏହି ଗୋଶାଳା ନିର୍ମାଣ ହୋଇଥିବା ବେଳେ ଏଠାରେ ପ୍ରାୟ ୧୫୦ ଗୋମାତାଙ୍କର ସେବା କରାଯାଉଛି। ସମନ୍ତସିଂହାର ପୁର ଗ୍ରାମବାସୀ, ବଜରଙ୍ଗ ଦଳ ଏବଂ ସ୍ଥାନୀୟ ଲୋକଙ୍କ ସହଯୋଗରେ ଉକ୍ତ ଗୋଶାଳାରେ ଗୋମାତାଙ୍କ ସେବା କାର୍ଯ୍ୟ କରାଯାଉଛି। ତେବେ କଂସେଇ ଖାନାକୁ ନିଆଯାଉଥିବା ବେଳେ ଏହି ସବୁ ଗାଈଙ୍କୁ ଉଦ୍ଧାର କରାଯାଇଥିବା ଜଣାପଡିଛି। ଏତଦବ୍ୟତୀତ ଯେଉଁମାନଙ୍କର ଗାଈ ଅଛନ୍ତି, କିନ୍ତୁ ପାଳନ କରିବାରେ ଅସମର୍ଥ, ସେମାନେ ମଧ୍ୟ ଏହି ଗୋଶାଳାକୁ ଗାଈ ପଠାଇଥା’ନ୍ତି।

କେବଳ ହିନ୍ଦୁମାନଙ୍କ ପାଇଁ ନୁହେଁ ସମଗ୍ର ବିଶ୍ଵ ପାଇଁ ଗୋମାତାଙ୍କ ଆବଶ୍ୟକତା ରହିଛି। ଗୋମାତାଙ୍କ ନିକଟରେ ୩୩ କୋଟି ଦେବତା ବିରାଜମାନ। ଜନ୍ମଠାରୁ ମୃତ୍ୟୁ ପର୍ଯ୍ୟନ୍ତ ସମସ୍ତ ମାନବ ଜାତିକୁ ଗୋମାତାଙ୍କ ଆବଶ୍ୟକତା ରହିଛି। ଗୋମତା ଏଭଳି ଏକ ଜୀବ, ଯାହାର ପ୍ରତ୍ୟେକ ଜିନିଷ ମଣିଷ ପାଇଁ ଜରୁରୀ। ବାୟୁ ବିନା ମଣିଷ ବଞ୍ଚିବା ଯେପରି ଅସମ୍ଭବ, ଗୋମାତା ବିନା ମଣିଷ ବଞ୍ଚିବା କଷ୍ଟକର। କ୍ଷୀର ଠାରୁ ଗୋବର ପର୍ଯ୍ୟନ୍ତ ଗୋମାତା ଯୋଗାଉଥିବା ବେଳେ ସେମାନଙ୍କର ଯତ୍ନ ପ୍ରତି କାହାର ଧ୍ୟାନ ନାହିଁ। ଏବେ ଗ୍ରାମାଞ୍ଚଳରେ ମଧ୍ୟ ଗାଈ ଗୋରୂଙ୍କୁ ଦେଖିବା ସ୍ଵପ୍ନ ହୋଇପଡୁଛି। ତେଣୁ ମାନବ ସମାଜର ମଙ୍ଗଳ ପାଇଁ ଆମେ ଗୋମାତାଙ୍କ ସୁରକ୍ଷା ଏବଂ ସେବା ଦିଗରେ କାର୍ଯ୍ୟ କରୁଛି ବୋଲି ବଜରଙ୍ଗ ଦଳର ସଦସ୍ୟ ରଞ୍ଜିତ ବଡଜେନା କହିଛନ୍ତି।

ବାଲୁଗାଁ
Share. Facebook Twitter LinkedIn Email WhatsApp Copy Link

Related Posts

ତାମିଲନାଡୁରେ ଆଉ ଜଣେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ

October 14, 2026

ବିରଳ ବଜ୍ରକାପ୍ତା ଉଦ୍ଧାର

October 13, 2026

କରୁଣାଶାନ୍ତି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଜୟନ୍ତୀ ପାଳିତ

October 10, 2026

ବାରୁଦ ଓ ବାଣ ସାମଗ୍ରୀ ଜବତ, ଅଭିଯୁକ୍ତ ଗିରଫ

October 9, 2026
Latest News

ନବୀନଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

October 16, 2026

ଆଜି ୱାର୍ଲ୍ଡ ଚାମ୍ପିଅନସିପ୍ ଅଫ୍ ଲିଜେଣ୍ଡସ୍‌ର ସେମିଫାଇନାଲ୍ ମ୍ୟାଚ: ଜାଣନ୍ତୁ ସମୟ

October 16, 2026

‘SSR କୁ ଓଲଟାଇଲେ RSS…’: ଇସିଆଇର ନିଷ୍ପତ୍ତି ଉପରେ ପ୍ରଶ୍ନ ଉଠାଇଲେ ଅଖିଳେଶ ଯାଦବ

October 16, 2026

ଆଜି ମହଙ୍ଗା ହେଲା ସୁନା: ଜାଣନ୍ତୁ ରୂପାର ସ୍ଥିତି

October 16, 2026

ଦୀପାବଳି ପୂର୍ବରୁ ମହିଳା ସଂରକ୍ଷଣ ଏବଂ ସୀମା ନିର୍ଦ୍ଧାରଣ ବିଲ୍!: ସରକାର ଡାକିବେ ସଂସଦୀୟ ଅଧିବେଶନ?

October 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.