Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ରାଜ୍ୟ ସରକାରଙ୍କ ଦୁର୍ନୀତି, ଭ୍ରଷ୍ଟାଚାର ବିରୋଧରେ ବାଣପୁର ବ୍ଲକ ଘେରାଉ କଲା ବିଜେପି
ଆଞ୍ଚଳିକ

ରାଜ୍ୟ ସରକାରଙ୍କ ଦୁର୍ନୀତି, ଭ୍ରଷ୍ଟାଚାର ବିରୋଧରେ ବାଣପୁର ବ୍ଲକ ଘେରାଉ କଲା ବିଜେପି

November 24, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ବାଣପୁର (ସୀତାରାମ ଅଗ୍ରୱାଲ): ରାଜ୍ୟ ସରକାରଙ୍କ ଦୀର୍ଘଦିନର ଶାସନରେ ପିସି କାରବାର, ବିନା ଗ୍ରାମସଭାରେ ପ୍ରକଳ୍ପ ସମ୍ପାଦନ, ୫-ଟି ନାମରେ ଜାଲିଆତି, ଦୁର୍ନୀତି, ଭ୍ରଷ୍ଟାଚାର ଏବଂ ବାଣପୁର ବ୍ଲକରେ ମନମୁଖୀ କାର୍ଯ୍ୟ ସହିତ ସାଧାରଣ ଲୋକଙ୍କ ସମସ୍ୟାକୁ ନେଇ ବିଜେପି ପକ୍ଷରୁ ଆଜି ବାଣପୁର ବ୍ଲକ ଘେରାଉ କରାଯାଇଛି।

ବରିଷ୍ଠ ବିଜେପି ନେତା ପୃଥ୍ୱୀରାଜ ହରିଚନ୍ଦନଙ୍କ ନେତୃତ୍ୱରେ ସହସ୍ରାଧିକ ବିଜେପି କାର୍ଯ୍ୟକର୍ତ୍ତା ଶ୍ରୀ ଶ୍ରୀ ଚକାଦେବଙ୍କ ନିକଟରୁ ଏକ ବିରାଟ ଶୋଭାଯାତ୍ରାରେ ବାହାରି ବ୍ଲକ ସମ୍ମୁଖରେ ସରକାର ବିରୋଧୀ ସ୍ଲୋଗାନ ଦେଇ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ପରେ ବ୍ଲକର ସମ୍ମୁଖ ଗେଟ ବନ୍ଦ କରି ସେଠାରେ ପ୍ରତିବାଦ ସଭା କରାଯାଇଥିଲା।

ଜନସାଧାରଣଙ୍କୁ ରାଜ୍ୟ ସରକାର ଦୀର୍ଘ ଚବିଶ ବର୍ଷ ଧରି ଶୋଷଣ କରିଚାଲିଛନ୍ତି ବୋଲି ପୃଥ୍ୱୀରାଜ ହରିଚନ୍ଦନ ଉପସ୍ଥିତ କାର୍ଯ୍ୟକର୍ତ୍ତାଙ୍କୁ କହିଥିଲେ। ତତସହିତ ଗରିବ ଲୋକଙ୍କ ପଇସା ଚିଟଫଣ୍ଡ କମ୍ପାନୀ ମାନେ ଠକିଥିବା ବେଳେ ସରକାର କର୍ପସ ଫଣ୍ଡ ଦ୍ୱାରା ଟଙ୍କା ଫେରସ୍ତର ମିଛ ପ୍ରତିଶୃତିରେ ବିମୋହିତ କରି ଭୋଟ ହାତେଇ ଥିବାବେଳେ ଟଙ୍କା ଫେରସ୍ତର ତ ଦୁରକଥା କ୍ଷତିଗ୍ରସ୍ତ ଲୋକମାନଙ୍କୁ ଆଶ୍ୱାସନା ମଧ୍ୟ ଦେଇନାହାନ୍ତି। ତେଣୁ ଆସନ୍ତା ନିର୍ବାଚନରେ ଏପରି ଦୁର୍ନୀତିଗ୍ରସ୍ତ ଓ ଭ୍ରଷ୍ଟାଚାର ସରକାରକୁ ହଟେଇବା ଦରକାର ବୋଲି ମତ ରଖିଥିଲେ।

ଅନ୍ୟ ମାନଙ୍କ ମଧ୍ୟରେ ଜିଲ୍ଲା ବିଜେପି ସାଧାରଣ ସମ୍ପାଦକ ଦୁଷ୍ମନ୍ତ ହରିଚନ୍ଦନ, ବ୍ଲକ ଅଧ୍ୟକ୍ଷ ଅମରେନ୍ଦ୍ର ରଣସିଂହ, ପୂର୍ବତନ ସରପଞ୍ଚ ଜିତେନ୍ଦ୍ର ନାଥ ଭୋଳ, ଜିଲ୍ଲା ଉପ ସଭାପତି ବିଜୟ ବିଶ୍ୱାଳ, ସରପଞ୍ଚ ସୁରେଶ ଚନ୍ଦ୍ର ବାରିକି ପ୍ରମୁଖ ରାଜ୍ୟ ସରକାରଙ୍କ ବିରୋଧରେ ବିଷୋଦଗାର କରିବା ସହ ବାଣପୁର ବ୍ଲକରେ ବିଡ଼ିଓଙ୍କ ମନମୁଖୀ କାର୍ଯ୍ୟ ବିରୋଧରେ ରଣ ହୁଙ୍କାର ଦେଇଥିଲେ।

ଆଗାମୀ ଦିନରେ ଏହିଭଳି ମନମୁଖୀ କାର୍ଯ୍ୟ ଜାରି ରହିଲେ ବାଣପୁରବାସି ସବୁଦିନ ପାଇଁ ବ୍ଲକରେ ତାଲା ପକାଇଦେବେ ବୋଲି ନେତାମାନେ ତାଗିଦ କରିଥିଲେ। ପୂର୍ବତନ ସରପଞ୍ଚ ଜିତେନ୍ଦ୍ର ଭୋଳ ଆଗାମୀ ନିର୍ବାଚନରେ ବିଜେଡି ନେତା ଓ କର୍ମୀ ମାନଙ୍କୁ ଗାଁ ଗଣ୍ଡାରେ ପୁରାଇ ଦିଆଯିବନି ବୋଲି ମତ ରଖିଥିଲେ।

ଏହି ପରିପ୍ରେକ୍ଷୀରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା, ପ୍ରତ୍ୟେକ ଗ୍ରାମକୁ ସ୍ୱଚ୍ଛପାଣିର ବ୍ୟବସ୍ଥା ସହ କୃଷକ ମାନଙ୍କର ଉନ୍ନତି ପାଇଁ ସରକାର ସୁବିଧା କରିବାକୁ ନେତାମାନେ ଦାବୀ କରିଥିଲେ।

ଦୁର୍ନୀତି ପିସି କାରବାର ପୃଥ୍ୱୀରାଜ ହରିଚନ୍ଦନ ବାଣପୁର ବ୍ଲକ ଭ୍ରଷ୍ଟାଚାର ରାଜ୍ୟ ସରକାର
Share. Facebook Twitter LinkedIn Email WhatsApp Copy Link

Related Posts

ରଣପୁର ବ୍ଲକରେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026

ବାଣପୁର ଓ ବାଲୁଗାଁରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026

ଶ୍ରୀ ମହିଳା ସଂଘ ପକ୍ଷରୁ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026

ବାଲୁଗାଁ ମହାବିଦ୍ୟାଳୟ ପରିସରରେ ସ୍ୱଚ୍ଛତା ଅଭିଯାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ

June 20, 2026
Latest News

ମହାରାଷ୍ଟ୍ର ବିଧାନ ପରିଷଦରେ ଠାକରେ-ପାୱାରଙ୍କୁ ଝଟକା: ୧୭ଟିରୁ ୧୬ ଟି ଆସନରେ ମହାୟୁତି ବିଜୟୀ

June 22, 2026

ବ୍ରିଟିଶ ପ୍ରଧାନମନ୍ତ୍ରୀ କୀର ଷ୍ଟାରମରଙ୍କ ଇସ୍ତଫା: ଜାଣନ୍ତୁ ଏବେ କିଏ ହେବେ ନୂତନ ପ୍ରଧାନମନ୍ତ୍ରୀ

June 22, 2026

ବର୍ଷା ଦିନିଆ ରୋଗ ସଚେତନା ଓ ମାଗଣା ସ୍ଵାସ୍ଥ୍ୟ ଶିବିର

June 22, 2026

ସୀମାରେ ବଡ଼ ଅନୁପ୍ରବେଶ ଷଡ଼ଯନ୍ତ୍ର ପଣ୍ଡ: ଲାଠି ଏବଂ ରଡ୍ ଧରିଥିବା ଲୋକଙ୍କୁ ଘଉଡାଇଲା ବିଏସଏଫ

June 22, 2026

ମୁଖ୍ୟମନ୍ତ୍ରୀଙ୍କ ବଡ ନିଷ୍ପତ୍ତି, ଆଇନଜୀବୀଙ୍କ ସହାୟତା ପରିମାଣ ବୃଦ୍ଧି, ଅବସର ପରେ ମିଳିବ ରାଶି

June 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.