Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»୨୯ତମ ମଣ୍ଡଳ ସ୍ତରୀୟ ବାଲ ବୈଜ୍ଞାନିକ ପ୍ରଦାର୍ଶନି ଉଦଯାପିତ
ଆଞ୍ଚଳିକ

୨୯ତମ ମଣ୍ଡଳ ସ୍ତରୀୟ ବାଲ ବୈଜ୍ଞାନିକ ପ୍ରଦାର୍ଶନି ଉଦଯାପିତ

November 24, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ରଣପୁର: ଆଜି ନୟାଗଡ ଜିଲ୍ଲା ରଣପୁର ବ୍ଲକରେ ୨୯ତମ ମଣ୍ଡଳ ସ୍ତରୀୟ ବାଲ ବୈଜ୍ଞାନିକ ପ୍ରଦର୍ଶନୀ ଉଦଯାପିତ ହୋଇ ଯାଇଛି। ଏଥିରେ ବ୍ଲକରୁ ମୋଟ ୨୫୭ଟି ପ୍ରକଳ୍ପ ଧରି କୁନି କୁନି ବୈଜ୍ଞାନିକମାନେ ଏହି ବାଲ ବୈଜ୍ଞାନିକ ପ୍ରଦାର୍ଶନିରେ ଅଂଶ ଗ୍ରହଣ କରି ନିଜ ନିଜର ବୈଜ୍ଞାନିକ ଚିନ୍ତାଧାରା କୁ ପ୍ରଦର୍ଶିତ କରିଥିଲେ।

ଏହି କାର୍ଯ୍ୟକ୍ରମର ଉଦଘାଟନୀ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ଶିକ୍ଷା ଅଧିକାରୀ ରାଜଶ୍ରୀ ପଟ୍ଟନାୟକ, ମୁଖ୍ୟ ବକ୍ତା ଭାବେ ବ୍ଲକ ଚେୟାରମ୍ୟାନ ନିର୍ମଳା ବେହେରା, ସମ୍ମାନିତ ଅତିଥି ଭାବେ ରାଜସୁନାଖଳା ସରପଞ୍ଚ ଚିତ୍ତରଞ୍ଜନ ପ୍ରଧାନ, ସମିତିସଭ୍ୟ ତପନ କୁମାର ପ୍ରଧାନ, ମଣ୍ଡଳ ସାଧନ କେନ୍ଦ୍ର ସଂଯୋଜକ ଶାନ୍ତିଲତା ଦେଇ ପ୍ରମୁଖ ଯୋଗ ଦେଇଥିଲେ।  ଏହି କାର୍ଯ୍ୟକ୍ରମକୁ ରଣପୁର ବରିଷ୍ଠ ମଣ୍ଡଳ ଶିକ୍ଷା ଅଧିକାରୀ ବନଲତା ବେହେରା ପରିଚାଳନା କରିଥିବା ବେଳେ ଆବାହକ ତଥା ସୁନାଖଳା ସରକାରୀ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପ୍ରକାଶ କୁମାର ସାହୁ ସହଯୋଗ କରିଥିଲେ।

ସେହିପରି ଉଦଯାପନୀ ସଭାରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ ଦେବାଶିଷ ପଟ୍ଟନାୟକ, ମୁଖ୍ୟ ବକ୍ତା ଭାବେ ରଣପୁର ବିଜ୍ଞାପିତ ଅଞ୍ଚଳ ପରିଷଦ ଅଧ୍ୟକ୍ଷା ରଙ୍ଗୀନ ମହାନ୍ତି, ସମ୍ମାନିତ ଅତିଥି ଭାବେ ସହକାରୀ ମଣ୍ଡଳ ଶିକ୍ଷା ଅଧିକାରୀ ରସାନନ୍ଦ ପ୍ରଧାନ, ବସନ୍ତ କୁମାର ରାଉତ ପ୍ରମୁଖ ଯୋଗ ଦେଇଥିଲେ। ପ୍ରଭାତ କୁମାର ପଣ୍ଡା ଓ ମାନସ ପଟ୍ଟନାୟକ ମଞ୍ଚ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ଚଳିତ ବର୍ଷ ପଞ୍ଜିକରଣକୁ ଅନଲାଇନ ମାଧ୍ୟମରେ କରାଯାଇଥିଲା, ଯାହାକି ନାମ ପଞ୍ଜିକରଣକୁ ସହଜ କରିବା ସହିତ ସମୟ ସାପେକ୍ଷ ହୋଇଥିଲା। ଏଥିରେ ୭୨ଟି ଉପକନିଷ୍ଠ, ୧୧୨ଟି କନିଷ୍ଠ ଓ ୭୩ଟି ବରିଷ୍ଠ ବିଭାଗରେ ପ୍ରକଳ୍ପ ଧରି କୁନି ବୈଜ୍ଞାନିକ ଅଂଶ ଗ୍ରହଣ କରିଥିଲେ। ସେଥିରୁ ୫ଟି ପ୍ରକଳ୍ପ ଜିଲ୍ଲା ସ୍ତରକୁ ମନୋନୀତ ହୋଇଥିବା ଜଣା ପଡିଛି। ଏହି ପ୍ରଦର୍ଶନୀ କାର୍ଯ୍ୟକ୍ରମରେ ୪୯୫ରୁ ଉର୍ଦ୍ଧ ଛାତ୍ରଛାତ୍ରୀ ଅଂଶ ଗ୍ରହଣ କରିଥିଲେ।

ଶେଷରେ ଅତିଥିମାନେ ଛାତ୍ରଛାତ୍ରୀମାନଙ୍କୁ ଟ୍ରଫି ଓ ସାର୍ଟିଫିକେଟ ପ୍ରଦାନ କରି ପୁରସ୍କୃତ କରି ସେମାନଙ୍କୁ ଉତ୍ସାହିତ କରିଥିଲେ। ସେହିପରି ୩୦୦ରୁ ଉର୍ଦ୍ଧ ଶିକ୍ଷକ ଶିକ୍ଷୟତ୍ରୀ ଉପସ୍ଥିତ ଥିଲେ। ଏହି କାର୍ଯ୍ୟକ୍ରମରେ ସମସ୍ତ ସି.ଆର.ସିସି, ପ୍ରାଥମିକ ଓ ମାଧ୍ୟମିକ ଶିକ୍ଷକ ସଙ୍ଘର ନେତୃବୃନ୍ଦ, ବିଭିନ୍ନ ବିଦ୍ୟାଳୟର ଶିକ୍ଷକ ଶିକ୍ଷୟତ୍ରୀଙ୍କ ସମେତ ରାଜସୁନାଖଳା ଉଚ୍ଚ ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ, ସ୍କାଉଟ, ଏନ.ସି.ସି.ଛାତ୍ରଛାତ୍ରୀ କାର୍ଯ୍ୟକ୍ରମ ପରିଚାଳନା ସମ୍ପୂର୍ଣ ସହଯୋଗ କରିଥିଲେ।

ନୟାଗଡ଼ ଜିଲ୍ଲା ବାଲ ବୈଜ୍ଞାନିକ ପ୍ରଦର୍ଶନୀ ରଣପୁର ବ୍ଲକ
Share. Facebook Twitter LinkedIn Email WhatsApp Copy Link

Related Posts

ଉପର ମଣିନାଗ ପୀଠରେ ଏକବିଂଶତମ ବାର୍ଷିକ ବିଶ୍ୱଶାନ୍ତି ମହାଯଜ୍ଞ ସମାପ୍ତ

March 15, 2026

ବାଣପୁର କୋର୍ଟ ପରିସରରେ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

March 14, 2026

ବାଲୁଗାଁ: ସାମ୍ବାଦିକଙ୍କ ମାତୃ ବିୟୋଗ

March 12, 2026

ଗୋଦାବରୀଶ ମହାବିଦ୍ୟାଳୟରେ ସଡ଼କ ସୁରକ୍ଷା ଉପରେ ଡିଜିଟାଲ ଭିଡିଓ ପ୍ରଦର୍ଶନ କାର୍ଯ୍ୟକ୍ରମ

March 11, 2026
Latest News

ପଶ୍ଚିମ ଏସିଆର ଘଟଣାକ୍ରମ ପରିପ୍ରେକ୍ଷୀରେ ପ୍ରମୁଖ କ୍ଷେତ୍ରଗୁଡ଼ିକ ସମ୍ପର୍କରେ ସୂଚନା

March 15, 2026

ହାଇୱା ଦୂର୍ଘଟଣାରେ ଦୁଇ ଗୁରୁତର

March 15, 2026

ପଦ୍ମ ପୁରସ୍କାର -୨୦୨୭ ପାଇଁ ନାମାଙ୍କନ ଆରମ୍ଭ

March 15, 2026

ନିର୍ବାଚନ ଘୋଷଣାର ଏକ ଘଣ୍ଟା ପୂର୍ବରୁ ମମତା ବାନାର୍ଜୀଙ୍କ ଘୋଷଣା: କାର୍ଯ୍ୟାନୁଷ୍ଠାନ ନେବେ କି CEC?

March 15, 2026

ଉପର ମଣିନାଗ ପୀଠରେ ଏକବିଂଶତମ ବାର୍ଷିକ ବିଶ୍ୱଶାନ୍ତି ମହାଯଜ୍ଞ ସମାପ୍ତ

March 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.