ଗୋଦାବରୀଶ ମହାବିଦ୍ୟାଳୟରେ ସମନ୍ଵିତ ଯୁବଵିକାଶ କାର୍ଯ୍ୟକ୍ରମ ଉଦଘାଟିତ

Published: Dec 2, 2023, 11:45 am IST

ବାଣପୁର (ସୀତାରାମ ଅଗ୍ରୱାଲ): ଓଡିଶା ସରକାରଙ୍କ ଅନୁଦାନ ଓ ନିର୍ଦ୍ଦେଶ କ୍ରମେ ଓଡ଼ିଶାର ଏକ ଅଗ୍ରଣୀ ଶିକ୍ଷାନୁଷ୍ଠାନ ଗୋଦାବରୀଶ ମହାବିଦ୍ୟାଳୟରେ ସମନ୍ଵିତ ଯୁବ ବିକାଶ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି।କ୍ରୀଡା,ସ°ସ୍କୃତି,ସାମାଜିକତା ଆଦି ବିଭିନ୍ନ କ୍ଷେତ୍ରରେ ଛାତ୍ରଛାତ୍ରୀ ମାନଙ୍କ ଦକ୍ଷତା ବୃଦ୍ଧି କରିବା ଏହି କାର୍ଯ୍ୟକ୍ରମର ମୂଖ୍ୟ ଲକ୍ଷ୍ୟ।ଆଜି ମହାବିଦ୍ୟାଳୟ ପରିଚାଳନା ସମିତିର ସଭାପତି ଶ୍ରୀମତୀ ବିଜୟା ବନ୍ଦନା ରାଉତରାୟଙ୍କ ସଭାପତିତ୍ୱ ରେ ଆୟୋଜିତ କାର୍ଯ୍ୟକ୍ରମରେସ୍ଥାନୀୟ ଲୋକପ୍ରତିନିଧି ମାନେ ଯୋଗଦେଇ ଏହି ଉତ୍ସବର ଗୌରବ ବୃଦ୍ଧି କରିଛନ୍ତି।

ଏହି ସଭାରେ ରାଜ୍ୟସଭା ସଦସ୍ୟ ଶ୍ରୀଯୁକ୍ତ ମାନସ ରଞନ ମଙ୍ଗରାଜ ମୂଖ୍ୟ ଅତିଥି, ଜିଲ୍ଲା ପରିଷଦ ଉପାଧ୍ୟକ୍ଷ ଶ୍ରୀଯୁକ୍ତ ଗୋପୀନାଥ ମହାରଣା, ବାଣପୁର ବିଜ୍ଞାପିତ ଅ°ଚଳ ପରିଷଦର ଅଧ୍ୟକ୍ଷ ଶ୍ରୀଯୁକ୍ତ ମିଟୁ ନାୟକ, ପୂର୍ବତନ ମନ୍ତ୍ରୀ ଶ୍ରୀଯୁକ୍ତ ଦେବେନ୍ଦ୍ରନାଥ ମାନସିଂହ, ପର୍ଯ୍ୟବେକ୍ଷକ ଶ୍ରୀଯୁକ୍ତ ରାଜା ଚକ୍ର,ଶ୍ରୀଯୁକ୍ତ ମନୋଜ କୁମାର ପ୍ରଧାନ, କୁମାର ଜଗତ ବଲ୍ଲଭ ମହାରଥା,କୈଳାସ ବାବୁ ପ୍ରମୁଖ ସମ୍ମାନିତ ଅତିଥି ଭାବରେ ଯୋଗଦେଇ ଏହାକୁ ସାଫଲ୍ୟ ମଣ୍ଡିତ କରିଥିଲେ।

ଏହି ଉତ୍ସବରେ ମହାବିଦ୍ୟାଳୟର ଅଧ୍ୟକ୍ଷ ଶ୍ରୀଯୁକ୍ତ ବିନାୟକ ହୋତା ସ୍ଵାଗତ ଭାଷଣ,ଡ଼ ଶୂର ପ୍ରତାପ ନରେନ୍ଦ୍ର ସିଂହ ବର୍ମା ଅତିଥି ପରିଚୟ ପ୍ରଦାନ ଓ ଶ୍ରୀ ଜୟନ୍ତ କୁମାର ବିହାରୀ ଧନ୍ୟବାଦ ଅର୍ପଣ କରିଥିବାବେଳେ ଡ଼ ସୁଜାତା ମିଶ୍ର ମ°ଚ ପରିଚାଳନା କରିଥିଲେ।ମହାବିଦ୍ୟାଳୟର ସମସ୍ତ ଅଧ୍ୟାପକ ଅଧ୍ୟାପିକା ଓ କର୍ମଚାରୀଙ୍କ ସମେତ ଛାତ୍ରଛାତ୍ରୀ ମାନେ ଏଥିରେ ଯୋଗଦେଇ ଏହାକୁ ସଫଳ କରାଇଥିଲେ।

Related posts