ଖୋର୍ଦ୍ଧା ବ୍ଲକରେ ଜିଲ୍ଲାପାଳଙ୍କ ମିଳିତ ଜନଶୁଣାଣୀ ଶିବିର ଅନୁଷ୍ଠିତ

Published: Dec 4, 2023, 8:35 pm IST

ଖୋର୍ଦ୍ଧା: ଖୋର୍ଦ୍ଧା ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଆଜି ଜିଲ୍ଲାପାଳଙ୍କ ମିଳିତ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଆଜି ମୋଟ 73 ଗୋଟି ଆପତ୍ତି ଅଭିଯୋଗ ଦାଖଲ ହୋଇଥିବା ବେଳେ ସେଥିମଧ୍ୟରୁ 63 ଗୋଟି ଅଭିଯୋଗ ବ୍ୟକ୍ତିଗତ ଥିଲା। ସେହିପରି 05 ଗୋଟି ବିଭିନ୍ନ ଗ୍ରାମର ସାମୁହିକ ସମସ୍ୟା ଥିଲା।

ଉକ୍ତ ଅଭିଯୋଗମାନଙ୍କ ମଧ୍ୟରୁ ସ୍ଥଳ ବିଶେଷରେ 03 ଗୋଟି ଅଭିଯୋଗର ତତ୍କାଳ ସମାଧାନ କରାଯାଇଥିଲା l ଅନୁରୂପ ଭାବେ ଦୁଇ ଜଣ ହିତାଧିକାରୀଙ୍କୁ 15,000 ଟଙ୍କା ଓ 23,000 ଟଙ୍କା ରେଡକ୍ରସ ଆର୍ଥିକ ସହାୟତା ରାଶି ପ୍ରଦାନ କରାଯାଇଥିଲା ।

ଆଜିର ମିଳିତ ଜନଶୁଣାଣି ଅବସରରେ ଜିଲ୍ଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ ଅଧ୍ୟକ୍ଷତା କରିଥିବାବେଳେ ଆରକ୍ଷୀ ଅଧିକ୍ଷକ ସିଦ୍ଧାର୍ଥ କଟାରିଆ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ବାଦଲ କୁମାର ମହାନ୍ତି, ଉପ-ଜିଲ୍ଲାପାଳ ଦୀପ୍ତିରଞ୍ଜନ ସେଠୀ, ସି ଡ଼ି ଏମ୍ ଓ ଡଃ ଆର୍ତ୍ତଵନ୍ଧୁ ନାୟକ, ବିଡିଓ ଏବଂ ଅନ୍ୟ ସମସ୍ତ ବିଭାଗୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ।

Related posts