Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଭବାନୀପାଟଣା ଠାରେ ଜିଲ୍ଲାସ୍ତରୀୟ ବିଶ୍ଵ ମୃତ୍ତିକା ଦିବସ
ଆଞ୍ଚଳିକ

ଭବାନୀପାଟଣା ଠାରେ ଜିଲ୍ଲାସ୍ତରୀୟ ବିଶ୍ଵ ମୃତ୍ତିକା ଦିବସ

December 5, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

କଳାହାଣ୍ଡି (ଦୁଷ୍ମନ୍ତ କୁମାର ପଣ୍ଡା): ସ୍ଥାନୀୟ ଆଞ୍ଚଳିକ କୃଷି ଗବେଷଣା କେନ୍ଦ୍ର, ଭବାନୀପାଟଣା ଠାରେ ଜିଲ୍ଲାସ୍ତରୀୟ ବିଶ୍ଵ ମୃତ୍ତିକା ଦିବସ ମହାସମାରୋହରେ ପାଳନ ହୋଇଯାଇଛି। ଏହି ସଭାରେ ମୁଖ୍ୟ ଅତିଥି ରୂପେ ମାନ୍ୟବର ବିଧାୟକ ନର୍ଲା ଭୁପିନ୍ଦର ସିଂ ଯୋଗଦେଇ ଥିଲେ। ସଭା ପ୍ରାରମ୍ଭରେ ଦୀପ ପ୍ରଜ୍ଜ୍ଵଳନ ପରେ ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ବିଶ୍ଵେଶର ସାହୁ ଏହି ଦିବସର ମହତ୍ତ୍ଵ ତଥା କୃଷି ବିଭାଗ ତରଫରୁ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ମୃତ୍ତିକା ସ୍ୱାସ୍ଥ୍ୟ ସମ୍ପର୍କିତ ଯୋଜନା ଉପରେ ଆଲୋକପାତ କରିଥିଲେ।

ସଭାରେ ବିଧାୟକ ଭବାନୀପାଟଣାଙ୍କର ପ୍ରତିନିଧି ମନୋଜ ସାହୁ, ଭବାନୀପାଟଣା ବ୍ଲକ ଆତ୍ମା ଅଧ୍ୟକ୍ଷ, ଉଦ୍ୟାନ ଉପ ନିର୍ଦ୍ଦେଶକ କିଶୋର ମହାଲିଂ, କୃଷି ବିଜ୍ଞାନ କେନ୍ଦ୍ରର ତଥା ଆଞ୍ଚଳିକ ଗବେଷଣା କେନ୍ଦ୍ରର ବରିଷ୍ଠ ବୈଜ୍ଞାନିକଗଣ ନିଜ ନିଜର ସୁଚିନ୍ତିତ ମତାମତ ପ୍ରଦାନ କରିଥିଲେ। କୃଷି ବିଭାଗ ତରଫରୁ ଅନୁଷ୍ଠିତ ପୋଷ୍ଟର ପ୍ରତିଯୋଗିତା ରେ ସଫଳ ହୋଇଥିବା ଗଣନାଥପୁର ଉନ୍ନୀତ ସରକାରୀ ହାଇସ୍କୁଲ ର ୬ ଜଣ କୃତୀ ଛାତ୍ରଛାତ୍ରୀମାନଙ୍କୁ ସଭାରେ ଟ୍ରଫି ଓ ମାନ୍ୟପତ୍ର ପ୍ରଦାନ କରାଯାଇଥିଲା।

ଆଞ୍ଚଳିକ କୃଷି ଗବେଷଣା କେନ୍ଦ୍ର ପରିସରରେ ଇଫକୋ, କରମଣ୍ଡଳ ଓ ପାରାଦୀପ ଫସଫେଟ ଲିମିଟେଡ ସାରା କମ୍ପାନୀ ତରଫରୁ ଷ୍ଟଲ ର ବ୍ୟବସ୍ଥା କରାଯାଇଥିଲା। ଏହି ସଭାରେ ଭବାନୀପାଟଣା ବ୍ଲକ କୃଷି ଅଧିକାରୀ, କୃଷି କର୍ମଚାରୀ ମାନେ ସାହାଯ୍ୟ ସହଯୋଗ ପ୍ରଦାନ କରି ସଭାକୁ ସାଫଲ୍ୟମଣ୍ଡିତ କରିଥିଲେ।

ଭବାନୀପାଟଣା
Share. Facebook Twitter LinkedIn Email WhatsApp Copy Link

Related Posts

ପୋଲିସ ଡିଜି ଙ୍କ ଉପସ୍ଥିତିରେ ଅସ୍ତ୍ରଶସ୍ତ୍ର ସହ ଆତ୍ମସମର୍ପଣ କଲେ ୧୧ ମାଓବାଦୀ

March 16, 2026

ବାଣପୁର କୋର୍ଟ ପରିସରରେ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

March 14, 2026

ବାଲୁଗାଁ: ସାମ୍ବାଦିକଙ୍କ ମାତୃ ବିୟୋଗ

March 12, 2026

ଗୋଦାବରୀଶ ମହାବିଦ୍ୟାଳୟରେ ସଡ଼କ ସୁରକ୍ଷା ଉପରେ ଡିଜିଟାଲ ଭିଡିଓ ପ୍ରଦର୍ଶନ କାର୍ଯ୍ୟକ୍ରମ

March 11, 2026
Latest News

ଆଫଗାନିସ୍ତାନରେ ପାକିସ୍ତାନର ବିମାନ ଆକ୍ରମଣ: ୪୦୦ ମୃତ

March 17, 2026

ଜାତୀୟ ଓ ଓଡ଼ିଶା ରାଜ୍ୟ ମହିଳା ଆୟୋଗଙ୍କ ମିଳିତ ଜନଶୁଣାଣୀ ଶିବିର

March 17, 2026

ଇଗ୍ନୋର ନାମଲେଖା ଅବଧି ଚଳିତ ମାର୍ଚ୍ଚ ୩୦ କୁ ବୃଦ୍ଧି

March 17, 2026

ବିକାଶ ଓ ସଶକ୍ତୀକରଣ କ୍ଷେତ୍ରରେ ମହିଳାଙ୍କ ନେତୃତ୍ୱ ନେଇ ସୋଆ ବଦ୍ଧପରିକର: ଉପସଭାପତି ଶ୍ରୀମତି ଦାସ

March 17, 2026

ଭୁବନେଶ୍ୱରରେ ସୂଚନା ଅଧିକାର ଆଇନ ସମ୍ବନ୍ଧୀୟ ୪ ଦିନିଆ ଦକ୍ଷତା ବିକାଶ ତାଲିମ ଓ କର୍ମଶାଳା ଶୁଭାରମ୍ଭ

March 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.