Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଲୁଗାଁ: ଧାନ ବେଙ୍ଗଳା ମେସିନ ତଳେ ଚାପି ହୋଇ ଯୁବ ଚାଷୀ ମୃତ
ଆଞ୍ଚଳିକ

ବାଲୁଗାଁ: ଧାନ ବେଙ୍ଗଳା ମେସିନ ତଳେ ଚାପି ହୋଇ ଯୁବ ଚାଷୀ ମୃତ

December 5, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଲୁଗାଁ (ସୀତାରାମ ଅଗ୍ରୱାଲ): ଆଜି ପୂର୍ବାହ୍ନରେ ବାଲୁଗାଁ ଥାନା ଅନ୍ତର୍ଗତ ଶିଖରପଦର ଗ୍ରାମରେ ଏକ ଅଘଟଣ ଘଟିଯାଇଛି। ଖବର ମୁତାବକ ଆଜି ସକାଳେ ଶିଖରପଦର ଗ୍ରାମର ରଘୁନାଥ ପଲେଇ (୪୩) ବେଙ୍ଗଳା ପକାଇବା ପାଇଁ ନିଜ ଧାନ କ୍ଷେତକୁ ଯାଇଥିଲେ। ଧାନ ବେଙ୍ଗଳା ମେସିନରେ ଗୋଟିଏ କ୍ଷେତରୁ ଧାନ ଅମଳ ସାରି ସେହି ଗାଡ଼ିରେ ଅନ୍ୟ କ୍ଷେତକୁ ଯାଉଥିବା ବେଳେ ଭାରସାମ୍ୟ ହରାଇ ବିଲ ମଧ୍ୟରେ ଗାଡିଟି ଓଲଟି ପଡିଥିଲା। ଯାହାଫଳରେ ଉକ୍ତ ମେସିନ ତଳେ ରଘୁନାଥ ଚାପି ହୋଇଯାଇଥିଲେ।

ସ୍ଥାନୀୟ ଲୋକଙ୍କ ସହାୟତାରେ ତାଙ୍କୁ ଉଦ୍ଧାର କରି ବାଲୁଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ମାତ୍ର ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ।

ଖବର ପାଇ ବାଲୁଗାଁ ପୋଲିସ ଡାକ୍ତରଖାନାରେ ପହଞ୍ଚି ମାମଲା ରୁଜୁ କରି ଶବ ବ୍ୟବଚ୍ଛେଦ ପାଇଁ ପଠାଇ ଦେଇଛି। ଶବ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର କରାଯିବା ନେଇ ଥାନା ଅଧିକାରୀ ଜୟ ପ୍ରକାଶ ପରିଡା କହିଛନ୍ତି।

ବାଲୁଗାଁ ପୋଲିସ ମାମଲା ରୁଜୁ ଶବ ବ୍ୟବଚ୍ଛେଦ
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର କୋର୍ଟ ପରିସରରେ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

March 14, 2026

ବାଲୁଗାଁ: ସାମ୍ବାଦିକଙ୍କ ମାତୃ ବିୟୋଗ

March 12, 2026

ଗୋଦାବରୀଶ ମହାବିଦ୍ୟାଳୟରେ ସଡ଼କ ସୁରକ୍ଷା ଉପରେ ଡିଜିଟାଲ ଭିଡିଓ ପ୍ରଦର୍ଶନ କାର୍ଯ୍ୟକ୍ରମ

March 11, 2026

ବାଣପୁର ତାଲୁକ ଆଇନ ସେବା ସମିତି ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ପାଳନ

March 10, 2026
Latest News

ରାଜ୍ୟଗୁଡ଼ିକୁ ବାଣିଜ୍ୟିକ ଏଲପିଜିର ୫୦% ଆବଣ୍ଟନ: ପ୍ରବାସୀ ଶ୍ରମିକଙ୍କୁ ପ୍ରାଥମିକତା

March 25, 2026

ବାଣପୁର: ବରିଷ୍ଠ ନାଗରିକ ସଂଘର ବିଭିନ୍ନ ଦାବି ପୂରଣ କରିବା ଲାଗି ପ୍ରତିଶ୍ରୁତି ଦେଲେ ଆଇନ ମନ୍ତ୍ରୀ

March 25, 2026

ଆଜି ମାର୍ଚ୍ଚ ୨୫ ତାରିଖ ବୁଧବାର ଦିନ ଏହି ରାଶିଗୁଡିକୁ ମିଳିବ ଶୁଭ ଖବର

March 25, 2026

ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ସମ୍ପର୍କରେ ରାଜ୍ୟସଭାକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ

March 24, 2026

ସିମଲାସ୍ଥିତ କେନ୍ଦ୍ରୀୟ ଆଳୁ ଗବେଷଣା ପ୍ରତିଷ୍ଠାନ ପରିଦର୍ଶନ କଲେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି ଦଳ

March 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.