Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଲୁଗାଁ: ବେକରେ ଲୁଗା ଗୁଡାଇ ଆତ୍ମହତ୍ୟା କଲେ କିନ୍ନର
ଆଞ୍ଚଳିକ

ବାଲୁଗାଁ: ବେକରେ ଲୁଗା ଗୁଡାଇ ଆତ୍ମହତ୍ୟା କଲେ କିନ୍ନର

December 9, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଲୁଗାଁ (ସୀତାରାମ ଅଗ୍ରୱାଲ): ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ଥାନା ଅଞ୍ଚଳରେ ଜଣେ କିନ୍ନର ଆତ୍ମହତ୍ୟା କରିଥିବା ଖବର ହସ୍ତଗତ ହୋଇଛି। କୁଲାକୁଣ୍ଢେଈ ନୂଆଗାଁ ରୋଡରେ ବାସ କରୁଥିବା ଆରତୀ ଦାସ (୨୧) ନାମ୍ନୀ କିନ୍ନର ବେକରେ ଲୁଗା ଗୁଡାଇ ଆତ୍ମହତ୍ୟା କରିଥିବା ଜଣାପଡିଛି।

ପୋଲିସ ସୂଚନା ମୁତାବକ ଆରତୀଙ୍କ ଗ୍ରାମ ଗଞ୍ଜାମ ଜିଲ୍ଲା ବେଗୁନିଆପଡା ଥାନା ଏସ ଛଚିନା ଅଞ୍ଚଳରେ। ତାଙ୍କ ପିତାଙ୍କ ନାମ ପାଣ୍ଡଵ ଦାସ। ସେ ଦୁଇ ମାସ ତଳେ ବାଲୁଗାଁ ଆସି ଉକ୍ତ ଅଞ୍ଚଳରେ ଏକ ଭଡ଼ା ଘରେ ରହୁଥିଲେ।

ତେବେ ଆଜି ସକାଳୁ ସେ ଘର କବାଟ ନଖୋଲିବାରୁ ଘର ମାଲିକ ତାଙ୍କ ପରିବାରକୁ ସୂଚନା ଦେଇଥିଲେ। ଖବର ପାଇ ପରିବାର ଲୋକ ଘଟଣାସ୍ଥଳରେ ପହଞ୍ଚିବା ସହ ମୃତ ଆରତୀଙ୍କ ଭାଇ ମିଥୁନ ଦାସ ଏ ନେଇ ବାଲୁଗାଁ ଥାନାରେ ଅଭିଯୋଗ କରିଥିଲେ। ଏହାପରେ କାର୍ଯ୍ୟନିର୍ବାହୀ ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ଆରତୀଙ୍କ ଶବକୁ ଜବତ କରି ତଦନ୍ତ ଆରମ୍ଭ କରିଛି ପୋଲିସ।

ତେବେ ଆତ୍ମହତ୍ୟା କରିବା ପୁର୍ବରୁ ଆରତୀ ଏକ ବ୍ଲେଡରେ ତାଙ୍କ ହାତ କାଟିଥିବା ପୋଲିସ କହିଛି। ଆରତୀ ଙ୍କ ବେଡ଼ରୁମ ରୁ ଏକ ନୂଆ ବ୍ଲେଡ ମଧ୍ୟ ଜବତ କରିଛି ପୋଲିସ। ତେବେ କିନ୍ନର ଆରତୀ କଣ ପାଇଁ ଆତ୍ମହତ୍ୟା କଲେ ତାହା ସନ୍ଦେହଘେରରେ। ଏ ନେଇ ବାଲୁଗାଁ ପୋଲିସ କେସ ନମ୍ବର ୨୨/୨୩ ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରିଛି।

ବାଲୁଗାଁ ଥାନା
Share. Facebook Twitter LinkedIn Email WhatsApp Copy Link

Related Posts

ଚିଲିକାରାଣୀ ଇଂରାଜୀ ମାଧ୍ୟମିକ ବିଦ୍ୟାଳୟର ୪୪ ତମ ବାର୍ଷିକ ଉତ୍ସବ

March 30, 2026

ଶ୍ରୀ ସତ୍ୟସାଇ ବିଦ୍ୟାମନ୍ଦିରର ରଜତ ଜୟନ୍ତୀ ଉତ୍ସବ

March 30, 2026

ବାଣପୁର କୋର୍ଟ ପରିସରରେ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

March 14, 2026

ବାଲୁଗାଁ: ସାମ୍ବାଦିକଙ୍କ ମାତୃ ବିୟୋଗ

March 12, 2026
Latest News

ସ୍ୱାସ୍ଥ୍ୟସେବାରେ କୃତ୍ରିମ ବୁଦ୍ଧିମତ୍ତାର ଉପଯୋଗ ସମ୍ପର୍କିତ ଆଞ୍ଚଳିକ କର୍ମଶାଳା ଆୟୋଜିତ

March 30, 2026

ବ୍ଲକ ପ୍ରଶାସନ ତରଫରୁ ମଧୁବାବୁ ପେନସନ, ଦିବ୍ୟାଙ୍ଗ ପ୍ରମାଣ ପତ୍ର ଓ ସହାୟକ ଉପକରଣ ବଣ୍ଟନ

March 30, 2026

ଓଡ଼ିଶା ମାନବ ଅଧିକାର ଆୟୋଗର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କଲେ ବିଚାରପତି ଶତ୍ରୁଘନ ପୂଜାହାରୀ 

March 30, 2026

ପୂର୍ବ ଭାରତରେ ଶିକ୍ଷା କ୍ଷେତ୍ରରେ ଉତ୍କର୍ଷତା ପାଇଁ ସମ୍ମାନିତ ହେଲା ସୋଆ

March 30, 2026

ପାକିସ୍ତାନ ମାଧ୍ୟମରେ ଟ୍ରମ୍ପଙ୍କ ପ୍ରସ୍ତାବ ପାଇଲା ଇରାନ: କଡ଼ା ଜବାବ ଦେଲା ତେହରାନ

March 30, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.