Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁରରେ ବଡ଼ ଧରଣର ଚୋରୀ: ଲକ୍ଷାଧିକ ମୂଲ୍ୟର ଅଳଙ୍କାର ଓ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
ଆଞ୍ଚଳିକ

ବାଣପୁରରେ ବଡ଼ ଧରଣର ଚୋରୀ: ଲକ୍ଷାଧିକ ମୂଲ୍ୟର ଅଳଙ୍କାର ଓ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

December 9, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଣପୁର (ସୀତାରାମ ଅଗ୍ରୱାଲ): ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ଅଞ୍ଚଳରେ ଏକ ବଡ଼ ଧରଣର ଚୋରୀ ହୋଇଥିବା ଅଭିଯୋଗ ହୋଇଛି। ଲହଙ୍ଗାଡିହ ଗ୍ରାମର ବଳଭଦ୍ର ସାହୁଙ୍କ ଘରୁ ଗତକାଲି ବିଳମ୍ବିତ ରାତ୍ରିରେ ଦୁର୍ବୁତ୍ତମାନେ ଲକ୍ଷାଧିକ ଟଙ୍କା ଓ ଅଳଙ୍କାର ଲୁଟି ନେଇଛନ୍ତି। ଏ ନେଇ ଥାନାରେ ଏତଲା ଦେଲାପରେ ତଦନ୍ତ ଆରମ୍ଭ କରିଛି ପୋଲିସ।

ବଳଭଦ୍ରଙ୍କ ଅଭିଯୋଗ ମୁତାବକ ତାଙ୍କ ପୁଅଙ୍କ ବିବାହଘର ନିକଟତର ଥିବା ବେଳେ ଏଥିଲାଗି ସେ ସୁନା ଅଳଙ୍କାର ଏବଂ ନକଦ ଟଙ୍କା ଘରେ ଏକ ବାକ୍ସରେ ସାଇତି ରଖିଥିଲେ।  ତେବେ ଗତକାଲି ବିଳମ୍ବିତ ରାତ୍ରିରେ ଲୁଟେରା ମାନେ ତାଙ୍କ ଘର ପଛପଟ ରାସ୍ତାଦେଇ ପ୍ରବେଶ କରି ଉକ୍ତ ଅଳଙ୍କାର ଓ ନକଦ ଟଙ୍କା ଲୁଟିନେଇଛନ୍ତି। ଏ ନେଇ ଆଜି ସକାଳେ ଜାଣିବା ପରେ ବଳଭଦ୍ର ଥାନାରେ ଏତଲା ଦେଇଥିଲେ।

ତେବେ ୧୦ ଲକ୍ଷ ଟଙ୍କା ମୂଲ୍ୟର ଅଳଙ୍କାର ଏବଂ ନକଦ ୨ ଲକ୍ଷ ଟଙ୍କା ସମୁଦାୟ ୧୨ ଲକ୍ଷ ଟଙ୍କାର ଚୋରି ହୋଇଥିବା ବଳଭଦ୍ର ଏତଲାରେ ଦର୍ଶାଇଥିବା ବାଣପୁର ଥାନାଧିକାରୀ ରମେଶ କୁମାର ଦେବତ୍ତା କହିଛନ୍ତି। ବର୍ତ୍ତମାନ ଘଟଣାସ୍ଥଳରେ ଆଇଆଇସି ଙ୍କ ସମେତ ସାଇଣ୍ଟିଫିକ ଟିମ ଏବଂ ସନ୍ଧାନୀ କୁକୁର ପହଁଞ୍ଚ ବିଭିନ୍ନ ଦିଗରୁ ତଦନ୍ତ ଜାରି ରଖିଛନ୍ତି।

ଡକାୟତି ବାଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର କୋର୍ଟ ପରିସରରେ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

September 12, 2026

ଭଗବତୀ ମନ୍ଦିର ଉନ୍ନୟନ କାର୍ଯ୍ୟ ମାମଲା: ବିରୋଧୀଙ୍କୁ କଡ଼ା ଆକ୍ରମଣ କଲେ ବାଣପୁର ବ୍ଲକ ଅଧ୍ୟକ୍ଷ

September 11, 2026

ବାଣପୁର: ବ୍ଲକ ସ୍ତରୀୟ ଇଣ୍ଡୋର ସ୍ପୋର୍ଟ୍ସ ଉଦଯାପିତ

September 9, 2026

ବାଣପୁରରେ ସାକ୍ଷରତା ଦିବସ ଉପଲକ୍ଷେ ୩୫ ଜଣ ସମ୍ମାନିତ

September 9, 2026
Latest News

ମାଛ ଧରା ଜାଲରେ ଛନ୍ଦି ହେଲା କୁମ୍ଭୀର

September 12, 2026

ପ୍ରବାସୀ ଓଡ଼ିଆଙ୍କ କାର୍ଯ୍ୟକ୍ରମ “ଝିଲମିଲ୍ ରାତି” ଅଷ୍ଟ୍ରେଲିଆରେ ଦର୍ଶକଙ୍କୁ କଲା ବିଭୋର

September 12, 2026

ରଣପୁରରେ ନବ ଭାରତ ସାକ୍ଷରତା ସଚେତନତାର ନିଆରା ପ୍ରୟାସ

September 12, 2026

ବାଣପୁର କୋର୍ଟ ପରିସରରେ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

September 12, 2026

ପାକିସ୍ତାନକୁ କ୍ଲିନ ସ୍ଵିପ୍ କଲା ଇଂଲଣ୍ଡ: ୩-୦ ରେ ଜିତିଲା ଟେଷ୍ଟ ସିରିଜ୍

September 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.