Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଲୁଗାଁ କଲେଜରେ ନୂଆ -ଓ ନୃତ୍ୟ ଓ ସଚେତନତା କାର୍ଯ୍ୟକ୍ରମ
ଆଞ୍ଚଳିକ

ବାଲୁଗାଁ କଲେଜରେ ନୂଆ -ଓ ନୃତ୍ୟ ଓ ସଚେତନତା କାର୍ଯ୍ୟକ୍ରମ

December 16, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ବାଲୁଗାଁ (ସୀତାରାମ ଅଗ୍ରୱାଲ): ବାଲୁଗାଁ ମହାବିଦ୍ୟାଳୟରେ ଆରମ୍ଭ ହୋଇଥିବା ନୂଆ -ଓ ତଥା ସମନ୍ୱିତ ଯୁବ ବିକାଶ କାର୍ଯ୍ୟକ୍ରମ ଅନ୍ତର୍ଗତ ସମାଜିକ ବିକାଶ କାର୍ଯ୍ୟକ୍ରମ ଜରିଆରେ ଆଜି ଚିଲିକା କୂଳରେ ପ୍ଲାଷ୍ଟିକସଫେଇ ସହିତ ବେଟି ପଢ଼ାଓ ଓ ବେଟି ବଚାଓ ସଚେତନତା ଅଭିଯାନ ଅନୁଷ୍ଠିତ ହୋଇଯାଇଛି। କାର୍ଯ୍ୟକ୍ରମ ଆବାହକ ଡକ୍ଟର ଲକ୍ଷ୍ମୀଧର ସୁବୁଦ୍ଧି, ଅଧ୍ୟାପିକା ରୀନା ରାଉତ, ଅଧ୍ୟାପିକା ମନସ୍ବିନୀ ପଟ୍ଟନାୟକ, ଧୋବୀ ପରିଡ଼ା, ଡକ୍ଟର ସନ୍ତୋଷ ରଥ, ଶିବରାମ ସିଂ, ବିଶ୍ୱଜିତ ଦାଶ, ହିମାଂଶୁ ଦାଶ ପ୍ରମୁଖଙ୍କ ତତ୍ୱାବଧାନରେ ଚିଲିକା୍କୂଳ ସଫେଇ କରି ପ୍ଲାଷ୍ଟିକ ମୁକ୍ତ ଚିଲିକା ଓ ବେଟି ପଢ଼ାଅ – ବେଟି ବଞ୍ଚାଅ ସଚେତନତା ଅଭିଯାନ କରିଥିଲେ।

ଏହି ଅବସରରେ ସ୍ବେଛାସେବୀ ମାନେ ବାଲୁଗାଁ ଏନ ଏ ସି ର ବିଭିନ୍ନ ୱାର୍ଡ଼ ଓ ପ୍ରାଥମିକ ବିଦ୍ୟାଳୟରେ ଏହି ସଚେତନତା କାର୍ଯ୍ୟ ପ୍ରସାରିତ କରିବା ସମୟରେ ବିଜ୍ଞାପିତ ଅଞ୍ଚଳ ପରିଷଦ ଅଧ୍ୟକ୍ଷl ସୁକାନ୍ତି ପାଇକରାୟ ଓ ଶଙ୍କର ପାଇକରାୟ ସାମିଲ ହୋଇ ଛାତ୍ର ଛାତ୍ରୀଙ୍କୁ ଉତ୍ସାହିତ କରିଥିଲେ। ଏହାକୁ ଅଧ୍ୟକ୍ଷା ଡକ୍ଟର କଳ୍ପନା ଦାଶ, ଡକ୍ଟର ଜୟନ୍ତୀ ସାମଲ ଓ ନୋଡାଲ ଅଫିସର ଡକ୍ଟର କୈଳାଶ ଚନ୍ଦ୍ର ମହାରଣା ପରିଚାଳନା କରିଥିଲେ। ଏହାପରେ ନୂଆ -ଓ ର ନୃତ୍ୟ ପ୍ରତିଯୋଗିତାରେ ତେରଟି ଶ୍ରେଣୀର ଛାତ୍ର ଛାତ୍ରୀଙ୍କୁ ନେଇ ଏକ ଆନ୍ତଃ ଶ୍ରେଣୀ ଚିତ୍ତାକର୍ଷକ ଦଳଗତ ନୃତ୍ୟ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ଏଥିସହ ଆନ୍ତଃ ଶ୍ରେଣୀ ସାମାଜିକ ଓ ସଚେତନତା ନାଟିକା ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ଏହାପରେ ଏକକ ଶାସ୍ତ୍ରୀୟ ନୃତ୍ୟ, ଲୋକ ନୃତ୍ୟ ଓ ସମସାମୟିକ ନୃତ୍ୟ ସହ ଷ୍ଟାଣ୍ଡ ଅପ କମେଡି ଅନୁଷ୍ଠିତ ହୋଇଥିଲା।

ଏଥିରେ ଶତାଧିକ ଛାତ୍ର ଛାତ୍ରୀ ଅଂଶ ଗ୍ରହଣ କରି ସେମାନଙ୍କର ନାଟକୀୟ ସର୍ଜନଶୀଳତା ଓ ନୃତ୍ୟ ବିଚକ୍ଷଣତା ପ୍ରଦର୍ଶନ କରିଥିଲେ। ଏହାକୁ ଶିକ୍ଷାର୍ଥୀମାନେ ଭରପୂର ମନୋରଞ୍ଜନ କରିଥିଲେ। ଏହାର ବିଚାରକ ଭାବେ ଯୋଗ ଦେଇଥିବା ନୃତ୍ୟ ନିର୍ଦ୍ଦେଶକ ଗୋବିନ୍ଦ ଜାଲି ଓ ଭଗବାନ ମହାରଣାଙ୍କୁ ମହାବିଦ୍ୟାଳୟ ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଥିଲା।

ଆଜିର କାର୍ଯ୍ୟକ୍ରମକୁ ଅଧ୍ୟାପିକା ଡକ୍ଟର ମୋନାଲିସା ମାନସିଂହ, ବିଦ୍ୟାଧର ଜୁଝାରସିଂହ, ଡକ୍ଟର ପୂର୍ଣ୍ଣ ଚନ୍ଦ୍ର ସାମନ୍ତରାୟ,କୀର୍ତ୍ତିମୟୀ ବାରିକ, କ୍ରୀଷ୍ଣା ସେଠୀ, ଶାଶ୍ଵତୀ ମହାନ୍ତି, ସୁନିତା ନନ୍ଦ ପ୍ରମୁଖ ପରିଚାଳନା କରିଥିଲେ।

ନୂଆ -ଓ ବାଲୁଗାଁ ମହାବିଦ୍ୟାଳୟ
Share. Facebook Twitter LinkedIn Email WhatsApp Copy Link

Related Posts

ସ୍ଵର୍ଗତ ପଣ୍ଡିତ ନୃସିଂହ ପ୍ରସାଦ ମିଶ୍ରଙ୍କ ଦ୍ଵାଦଶାହ ସ୍ମୃତିସଭା

April 22, 2026

ବାଣପୁର: ମା’ ତାରିଣୀଙ୍କ ପୀଠରେ ବିଶ୍ୱଶାନ୍ତି ଗୀତା ମହାଯଜ୍ଞ ଓ ଅଷ୍ଟ ଶମ୍ଭୁ ମିଳନ

April 17, 2026

ଓଡିଶା ଆଦର୍ଶ ବିଦ୍ୟାଳୟର ଛାତ୍ରୀ ଜାତପଦ୍ମାଙ୍କ ସଫଳତା: ସିବିଏସଇ ପରୀକ୍ଷାରେ ରଖିଲେ ୯୮% ନମ୍ବର

April 17, 2026

ବାଲୁଗାଁରେ ନାରୀ ଶକ୍ତି ବନ୍ଦନ ଅଧିନିୟମ ୨୦୨୩ ପଦଯାତ୍ରା

April 17, 2026
Latest News

ବାଇକକୁ ଧକ୍କା ଦେଲା ଆମ ବସ

April 25, 2026

ଗାଡ଼ି ପାର୍କିଂକୁ ନେଇ ରାଜଧାନୀରେ ବୁଲିଲା ଖଣ୍ଡା

April 25, 2026

ସଖୀ ସେଣ୍ଟରରେ ଝୁଲି ପଡ଼ିଲେ ନାବାଳିକା

April 25, 2026

ଚିଲିକା ପବନରେ ସାହିତ୍ୟର ସୁଗନ୍ଧ: ଜ୍ଞାନ ଓ ସାହିତ୍ୟର ମହାକୁମ୍ଭ ପ୍ରଥମ “ଚିଲିକା ପୁସ୍ତକ ମେଳା” ଉଦଘାଟିତ

April 25, 2026

ଏପ୍ରିଲ ୨୭ରୁ ଖରା ଛୁଟି : ଘରେ ରହି ପିଲାଏ କରିବେ ଆସାଇନମେଣ୍ଟ

April 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.