ଟାଙ୍ଗୀ ବ୍ଲକରେ ଖୋର୍ଦ୍ଧା ଜିଲ୍ଲାପାଳଙ୍କ ମିଳିତ ଜନ ଶୁଣାଣି ଶିବିର ଅନୁଷ୍ଠିତ

Published: Dec 18, 2023, 5:31 pm IST

ଟାଙ୍ଗୀ (ସୀତାରାମ ଅଗ୍ରୱାଲ): ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଆଜି ଜିଲ୍ଲାପାଳଙ୍କ ମିଳିତ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଆଜି ମୋଟ ୧୩୭ ଗୋଟି ଆପତ୍ତି ଅଭିଯୋଗ ଦାଖଲ ହୋଇଥିବା ବେଳେ ସେଥିମଧ୍ୟରୁ ୧୨୮ ଗୋଟି ଅଭିଯୋଗ ବ୍ୟକ୍ତିଗତ ଥିଲା ଓ ବାକି ୫ ଗୋଟି ବିଭିନ୍ନ ଗ୍ରାମର ସାମୁହିକ ସମସ୍ୟା ଥିଲା।

ଉକ୍ତ ଅଭିଯୋଗମାନଙ୍କ ମଧ୍ୟରୁ ସ୍ଥଳ ବିଶେଷରେ ୩ ଗୋଟି ଅଭିଯୋଗର ତତ୍କାଳ ସମାଧାନ କରାଯାଇଥିଲା। ତେବେ ଜଣେ ହିତାଧିକାରୀଙ୍କୁ ୫୦୦୦/-ଟଙ୍କା ‌ରେଡକ୍ରସ ଆର୍ଥିକ ସହାୟତା ରାଶି ପ୍ରଦାନ କରାଯାଇଥିଲା।

ଆଜିର ମିଳିତ ଜନଶୁଣାଣି ଶିବିରରେ ଜିଲ୍ଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ ଅଧ୍ୟକ୍ଷତା କରିଥିବାବେଳେ, ଆରକ୍ଷୀ ଅଧିକ୍ଷକ ସିଦ୍ଧାର୍ଥ କଟାରିଆ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ବାଦଲ କୁମାର ମହାନ୍ତି, ଉପ-ଜିଲ୍ଲାପାଳ ଦୀପ୍ତିରଞ୍ଜନ ସେଠୀ, ସି ଡ଼ି ଏମ୍ ଓ ଡଃ ଆର୍ତ୍ତଵନ୍ଧୁ ନାୟକ, ବିଡିଓ ରେଶମା ଟେଟେ, ଜିଲ୍ଲା ଶିକ୍ଷା ଅଧିକାରୀ ବିଶ୍ଵନାଥ‌ ତରାଇ ଓ ଅନ୍ୟ ସମସ୍ତ ବିଭାଗୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ।

Related posts