Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଲୁଗାଁ: ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ରର ବିଂଶତମ ବାର୍ଷିକ ଉତ୍ସବ
ଆଞ୍ଚଳିକ

ବାଲୁଗାଁ: ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ରର ବିଂଶତମ ବାର୍ଷିକ ଉତ୍ସବ

December 19, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଲୁଗାଁ: ବାଲୁଗାଁ ସହରର ଗୋପବନ୍ଧୁ ନଗରସ୍ଥିତ ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ରର ବିଂଶତମ ବାର୍ଷିକ ଉତ୍ସବ ସମାରୋହ ଅଧ୍ୟାପକ ରମାକାନ୍ତ ନନ୍ଦଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ସମାରୋହରେ ବାଲୁଗାଁ ମହାବିଦ୍ୟାଳୟର ଅଧ୍ୟକ୍ଷା ପ୍ରାଧ୍ୟାପିକା ଡକ୍ଟର କଳ୍ପନା ଦାଶ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଶ୍ରୀ ଅରବିନ୍ଦଙ୍କ ପ୍ରଦର୍ଶିତ ପୂର୍ଣ୍ଣାଙ୍ଗ ଶିକ୍ଷା କିପରି ଶିକ୍ଷାର୍ଥୀ ମାନଙ୍କର ମନ ପ୍ରାଣ ଶରୀରର ରୂପାନ୍ତର ଦିଗରେ ସହାୟକ ହେବl ସହ ଚେତନlଗତ ବିକାଶ ଓ ସାମଗ୍ରିକ ବିକାଶକୁ ତ୍ୱରାନ୍ୱିତ କରିଥାଏ ତାହା ଉପସ୍ଥାପିତ କରିଥିଲେ।

ଉକ୍ତ ଉତ୍ସବରେ ବରିଷ୍ଠ ଶିକ୍ଷାବିତ ତଥା ଖୋର୍ଦ୍ଧା ଜିଲ୍ଲା ଶ୍ରୀ ଅରବିନ୍ଦ ପାଠ ଚକ୍ର ସଂଗଠନର ସଂଯୋଜକ ସୁରେନ୍ଦ୍ର ନାଥ ଜେନା ଓ ପ୍ରକାଶ କୁମାର ମହାପାତ୍ର ଯୋଗ ଦେଇ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ରର ଅଭିନଵ ଶିକ୍ଷା ବ୍ୟବସ୍ଥା, ଶୈକ୍ଷିକ ବାତାବରଣ ଓ ଶିଶୁ ମନସ୍ତତ୍ଵ ଉପରେ ବକ୍ତବ୍ୟ ପ୍ରଦାନ କରିଥିଲେ। ଏହାପରେ ବିଭିନ୍ନ କ୍ଷେତ୍ରରେ ପାରଦର୍ଶିତା ଅର୍ଜନ କରିଥିବା ଶିକ୍ଷାର୍ଥୀ ମାନଙ୍କୁ ଅତିଥିମାନେ ପୁରସ୍କାର ଓ ମାନପତ୍ର ବଣ୍ଟନ କରିଥିଲେ।

ଏହି ସଭାରେ ଶିକ୍ଷାନୁଷ୍ଠାନର ଅଧ୍ୟକ୍ଷ ପ୍ରଦୀପ କୁମାର ମହାପାତ୍ର ବାର୍ଷିକ ବିବରଣୀ ଉପସ୍ଥାପନ କରିଥିବା ବେଳେ ସମ୍ପାଦକ ଡକ୍ଟର କୈଳାଶ ଚନ୍ଦ୍ର ମହାରଣା କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ। ଏହାପରେ ଛାତ୍ର ଛାତ୍ରୀ ମାନେ ମାତୃ ସଂଗୀତ, ଲୋକ ସଂଗୀତ, ସାମାଜିକ ଉତ୍ତରଣ, ସଚେତନ ମୂଳଜ, ଦେଶାତ୍ମବୋଧକ ତଥା ଆଧ୍ୟାତ୍ମିକ ସଂଗୀତ ଆଧାରିତ ଚିତ୍ତାକର୍ଷକ ଦଳଗତ ନୃତ୍ୟ ପରିବେଷଣ କରିଥିଲେ।

ବାଲୁଗାଁ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ର
Share. Facebook Twitter LinkedIn Email WhatsApp Copy Link

Related Posts

ସଲପଡିହ ବିଦ୍ୟାଳୟରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ

June 7, 2026

ବାଣପୁର: ଓଡ଼ଗାଁରେ ଗ୍ରାମ୍ୟ ଉନ୍ନୟନ କମିଟି ପକ୍ଷରୁ ବୃକ୍ଷରୋପଣ ଓ ସ୍ୱଚ୍ଛତା କାର୍ଯ୍ୟକ୍ରମ

June 6, 2026

ମୁଖ୍ୟମନ୍ତ୍ରୀଙ୍କ ଦ୍ଵାରା ବାଲୁଗାଁ ଉପଖଣ୍ଡ ଆରକ୍ଷୀ ଅଧିକ୍ଷକଙ୍କ ନୂତନ କାର୍ଯ୍ୟାଳୟ ଉଦଘାଟିତ

June 4, 2026

ବାଲୁଗାଁରୁ ବ୍ରାଉନ ସୁଗାର ଜବତ: ଅଭିଯୁକ୍ତ ଗିରଫ

June 3, 2026
Latest News

ପ୍ରଧାନମନ୍ତ୍ରୀ ମୋଦୀ ଶାସନ କ୍ଷମତାରେ ରହିବାର ଏକ ରେକର୍ଡ କରିଥିବାରୁ ରାଜ୍ୟ ବିଜେପିର ବିଭିନ୍ନ କାର୍ଯ୍ୟକ୍ରମ

June 10, 2026

ଆଫଗାନ ଘର ଉପରେ ବୋମା ମାଡ଼ କଲା ପାକିସ୍ତାନୀ ସେନା: ୧୧ ଶିଶୁ ସମେତ ୧୩ ମୃତ

June 10, 2026

Kalinga Literary Festival: ସଫଳତାର ସହ ଶେଷ ହେଲା କାଠମାଣ୍ଡୁ କଳିଙ୍ଗ ସାହିତ୍ୟ ଉତ୍ସବ

June 10, 2026

ମହଙ୍ଗା ପଡିଲା ରୁଷ ସହିତ ବନ୍ଧୁତା!: ଭାରତୀୟ ଏବଂ ଚୀନ୍ ଉପରେ କଠୋର ପ୍ରତିବନ୍ଧକ ଲଗାଇଲା ଇୟୁ

June 10, 2026

ମମତା ବାନାର୍ଜୀଙ୍କୁ ଆଉ ଏକ ବଡ଼ ଝଟକା: ରାଜ୍ୟସଭାରୁ ଇସ୍ତଫା ଦେଲେ ସୁସ୍ମିତା ଦେବ

June 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.